Sunday, June 28, 2026 06:17 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ

by Our Correspondent
12 Aug, 2022- 01:26 PM
in Latest News, News
1 min read
0
ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ-  ଦେଓ ଓ ସୁବର୍ଣ୍ଣରେଖା ପ୍ରକଳ୍ପ  ଲୋକାର୍ପିତ କରିଛନ୍ତି । ଏହାସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।

ଆଜି ମୟୁରଭଞ୍ଜର ରାସଗୋବିନ୍ଦପୁରସ୍ଥିତ ଟିକପଦା ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପ ଲୋକାର୍ପିତ କରି କହିଛନ୍ତି ଯେ ଜନଜାତି ଭାଇଭଉଣୀ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି । ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି । ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶ ବିଦେଶରେ ସୁନାମ କରିପାରୁଛନ୍ତି ବୋଲି ସେ କହିଥିଲେ ।

ଆଜି ଲୋକାର୍ପିତ ଦୁଇଟି ପ୍ରକଳ୍ପ ମଧ୍ୟରୁ ସୁବର୍ଣ୍ଣରେଖା ପ୍ରକଳ୍ପ ଦ୍ୱାରା ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୧୭,୧୨୧ ହେକ୍ଟର ଅତିରିକ୍ତ ଚାଷ ଜମି ପାଇଁ ଜଳସେଚନର ସୁବିଧା ମିଳିବ। ଏହାଦ୍ୱାରା ଉଭୟ ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ। ଏତିପାଇଁ ୬୮୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ସୂଚନାଯୋଗ୍ୟ ଯେ ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ରକଳ୍ପ। ଏହାଦ୍ୱାରା ସମୁଦାୟ ୭୦ ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୫୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇପାରିଛି ।

ସେହିପରି ଦେଓ ଜଳସେଚନ ପ୍ରକଳ୍ପ ଦ୍ୱାରା ମୟୁରଭଞ୍ଜର ପ୍ରାୟ ୧୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ୧୦୦ଟି ଗାଁର ଦୁଇ ଲକ୍ଷ ଲୋକ ଉପକୃତ ହେବେ । ଏଥିପାଇଁ କରଞ୍ଜିଆ ବ୍ଲକ୍‌ର ହାତୀବାରି ଠାରେ ୮୨୩ କୋଟି ଟଙ୍କାରେ ଦେଓ ନଦୀ ଉପରେ ୧୨୮୦ ମିଟର ଦୈର୍ଘ୍ୟର ଏକ ବନ୍ଧ ନିର୍ମାଣ କରାଯାଇଛି ।

କୃଷି, ଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ବିକାଶ ଓ କଲ୍ୟାଣ ମୂଳକ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ସବୁ କାର୍ଯ୍ୟକ୍ରମ ଲୋକଙ୍କୁ ସଶକ୍ତ କରିଛି ଏବଂ ଲୋକଙ୍କ ଆଦର ଲାଭ କରିଛି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି କରିଛି । 

ମୟୁରଭଞ୍ଜର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସାରା ଭାରତରେ ମୟୁରଭଞ୍ଜର ଏକ ସ୍ୱତନ୍ତ୍ର ପରିଚୟ ରହିଛି । ମୟୁରଭଞ୍ଜର ଜନଜାତି ଭାଇଭଉଣୀ ମାନଙ୍କର ଏକ ସମୃଦ୍ଧ ପରମ୍ପରା ରହିଛି । ସେ ଗୌରବକୁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଜୀ ଆହୁରି ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ତାଙ୍କ ପାଇଁ ଆମେ ସମସ୍ତେ ଗର୍ବିତ ବୋଲି ସେ କହିଥିଲେ ।

ମୟୁରଭଞ୍ଜ ରାଜ୍ୟର ଏକ ବଡ ଓ ଗୁରୁତ୍ବପୂର୍ଣ୍ଣ ଜିଲ୍ଲା ବୋଲି ମତ ଦେଇ ସେ କହିଲେ ଯେ ରାଜ୍ୟର ବିକାଶର ମୟୁରଭଞ୍ଜର ସ୍ୱତନ୍ତ୍ର ଅବଦାନ ରହିଛି । ସମସ୍ତେ ମିଶି ଜିଲ୍ଲାର ଓ ସାରା ରାଜ୍ୟର ବିକାଶ ପାଇଁ ହାତ ମିଳାଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ମୋରଡା ବିଧାୟକ ରାଜକିଶୋର ଦାସ, ବାଙ୍ଗରିପୋଷି ବିଧାୟକ ସୁଦାମ ମାର୍ଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଭାରତୀ ହାଂସଦା ପ୍ରମୁଖ ଭାଷଣ ଦେଇଥିଲେ । 

Previous Post

ନମ୍ବର ୱାନ୍: ଏପଟେ ନବୀନ, ସେପଟେ ମୋଦୀ

Next Post

ନବ ଦମ୍ପତ୍ତିଙ୍କ ପାଇଁ ସ୍ୱତନ୍ତ୍ର ଗିଫ୍ଟ ଯୋଜନା

Next Post
ନବ ଦମ୍ପତ୍ତିଙ୍କ ପାଇଁ ସ୍ୱତନ୍ତ୍ର ଗିଫ୍ଟ ଯୋଜନା

ନବ ଦମ୍ପତ୍ତିଙ୍କ ପାଇଁ ସ୍ୱତନ୍ତ୍ର ଗିଫ୍ଟ ଯୋଜନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA