Thursday, February 19, 2026 11:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଏକାମ୍ରକ୍ଷେତ୍ର ପ୍ରକଳ୍ପ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ

by Our Correspondent
02 Dec, 2020- 07:18 PM
in Latest News, News
1 min read
0
ଏକାମ୍ରକ୍ଷେତ୍ର ପ୍ରକଳ୍ପ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ଢ଼ାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଏକ ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯିବ । ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ପରେ ସାମ୍ବାଦିକମାନଙ୍କୁ ଏହି ସୂଚନା ଦେଇଛନ୍ତି । ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହ ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ଏହି ଯୋଜନା ସଫଳ ହେବ ବୋଲି କହିଥିଲେ । ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତିମାନଙ୍କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସାଧୁବାଦ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରକୁ ଯାଇ ମହାପ୍ରଭୁଙ୍କ ଆଶିର୍ବାଦ କାମନା କରିଥିଲେ । ସେଠାରେ ଉପସ୍ଥିତ ସେବାୟତମାନଙ୍କ ସହ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ । ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରିଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି । ଐତିହ୍ୟ ନଗରୀ ଭୁବନେଶ୍ୱରର ଗାରିମାକୁ ଆହୁରି ବୃଦ୍ଧି କରିବା ସହିତ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବରେ ବିକଶିତ କରିବା ଏବଂ ଭକ୍ତ ଓ ପର୍ଯ୍ୟଟକମାନଙ୍କ ପାଇଁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭବ ପ୍ରଦାନ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦେ୍ଦଶ୍ୟ ।

ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପରେ ବିନ୍ଦୁସାଗରର ପୁନରୁଦ୍ଧାର, ଇ-ଅଟୋ କାର୍ଯ୍ୟକ୍ରମ, ଅତ୍ୟାଧୁନିକ ପାର୍କିଂ, କେଦାରଗୌରୀ ଓ ମୁକ୍ତେଶ୍ୱର ପରିସରର ବିକାଶ. ଐତିହ୍ୟ ବ୍ୟାଖ୍ୟାୟନ କେନ୍ଦ୍ର ଆଦି ୯ଟି ଯୋଜନା ଅନ୍ତର୍ଭୁକ୍ତ ରହିଛି । ଗତବର୍ଷ ଡିସେମ୍ବର ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ଘୋଷଣା କରିଥିଲେ । ଲକଡାଉନ୍ ଯୋଗୁଁ ପ୍ରକଳ୍ପ କାର୍ଯ୍ୟ କିଛି ମାସ ପାଇଁ ବନ୍ଦ ରହିଥିଲେ ମଧ୍ୟ ଏବେ ତ୍ୱରିତ ବେଗରେ କାର୍ଯ୍ୟ ଚାଲିଛି । କିଛି ଦିନ ତଳେ ୫-ଟି ସଚିବ ଏବଂ ପୂର୍ତ୍ତ ସଚିବ ଏକାମ୍ରକ୍ଷେତ୍ର ଆସି କାର୍ଯ୍ୟର ଅଗ୍ରଗତି ଦେଖିଥିଲେ ।

ଆଜି ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ଭୁବନେଶ୍ୱରର ତିନି ବିଧାୟକ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍, ପୂର୍ତ୍ତ ସଚିବ ଡ. କ୍ରିଷନ୍ କୁମାର, ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ବିଏମସି କମିଶନର ପ୍ରେମଚନ୍ଦ୍ର ଚୋ÷ଧୁରୀ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର ୧୧୨

Next Post

ବନ୍ଧା ହେଲେ ପ୍ରଦୀପ ପାଣିଗ୍ରାହୀ

Next Post
ବନ୍ଧା ହେଲେ ପ୍ରଦୀପ ପାଣିଗ୍ରାହୀ

ବନ୍ଧା ହେଲେ ପ୍ରଦୀପ ପାଣିଗ୍ରାହୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA