Friday, April 17, 2026 05:06 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କରୋନା ବିପଦ ଟଳିନାହିଁ, ସତର୍କ ରହିବା: ମୁଖ୍ୟମନ୍ତ୍ରୀ

'ଶୂନ୍ୟ ସଂକ୍ରମଣ ଆମର ଲକ୍ଷ୍ୟ'

by Our Correspondent
14 Mar, 2021- 12:42 PM
in Latest News, News
1 min read
0
କରୋନା ବିପଦ ଟଳିନାହିଁ, ସତର୍କ ରହିବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଭଲ ସ୍ଥିତିରେ ଥିଲେ ମଧ୍ୟ ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶ ଆଦି ରାଜ୍ୟରେ କରୋନା କଡ଼ ଲେଉଟାଇ ଉପରମୁହାଁ ହେବା ଚିନ୍ତାର ବିଷୟ। ଲୋକମାନେ ସତର୍କ ନ ରହିଲେ ଓଡ଼ିଶାରେ ସେଭଳି ସ୍ଥିତି ଯେ ନ ଉପୁଜିବ ତାହା କହିହେବ ନାହିଁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ବାର୍ତ୍ତାରେ ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି । ଆମେ ଆତ୍ମସନ୍ତୋଷ ଲାଭ କରିବା ଠିକ୍ ନୁହେଁ । କାରଣ ଆମ ଉପରୁ ବିପଦ ଏବେ ବି ଟଳି ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆମେ କେହି ଲକଡାଉନ୍ କୁ ଫେରିବାକୁ ଚାହୁଁନାହୁଁ । ଆଉ ଏଥିପାଇଁ ଏକମାତ୍ର ଉପାୟ ହେଉଛି ସତର୍କତା । କୋଭିଡ୍ ଗାଇଡଲାଇନ୍ ମାନି ସତର୍କ ରହିଲେ ଲକଡାଉନ୍ ସ୍ଥିତି ଉପୁଜିବ ନାହିଁ । ଜିରୋ ସଂକ୍ରମଣ ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କ’ଣ କହିଲେ ମୁଖ୍ୟମନ୍ତ୍ରୀ..

ପ୍ରିୟ ଭାଇ ଓ ଭଉଣୀମାନେ, ଆପଣମାନଙ୍କ ସହଯୋଗରେ ଓଡ଼ିଶା କରୋନା ନିୟନ୍ତ୍ରଣରେ ଆଜି ଭଲ ସ୍ଥିତିରେ ରହିଛି  । ଏ ଦିଗରେ ଆମ ପଦକ୍ଷେପକୁ ‘ହୁ’ ମଧ୍ୟ ପ୍ରଶଂସା କରିଛି  । ଏବେ ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି  । ଶୂନ୍ୟ ସଂକ୍ରମଣ ଆମର ଲକ୍ଷ୍ୟ  । ମୁଁ ଆଗରୁ କହିଛି, ଏବେ ମଧ୍ୟ ପୁଣି ଥରେ କହୁଛି ରୋଗ କ୍ଷେତ୍ରରେ ଆତ୍ମ ସନ୍ତୋଷ ଠିକ୍‌ ନୂହେଁ  କାରଣ ବିପଦ ଏବେ ବି ଟଳି ନାହିଁ  ।

ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟରେ ସ୍ଥିତି ଏବେ ବିଗିଡ଼ିବାରେ ଲାଗିଛି  । ମହାରାଷ୍ଟ୍ରର କେତେକ ଅଞ୍ଚଳରେ ଲକ୍‌ଡାଉନ୍‌ ପୁଣି ଫେରିଛି  । ଲକ୍‌ଡାଉନ୍‌ ସମୟର କଷ୍ଟ ଆମ ସ୍ମୃତିରେ ଏବେ ବି ତାଜା ଅଛି  । ଆମର ଅର୍ଥନୀତି, ଆମର ସାମାଜିକ ଜୀବନ, ପିଲାମାନଙ୍କ ପାଠ ପଢ଼ା ସବୁ କ୍ଷେତ୍ରକୁ ଏହା ଗଭୀର ଭାବରେ ପ୍ରଭାବିତ କରିଛି  । ଆପଣମାନଙ୍କ ତ୍ୟାଗ ଓ ସହଯୋଗ ଯୋଗୁଁ ବର୍ତ୍ତମାନ ସ୍ୱଭାବିକ ଅବସ୍ଥା ଫେରିଛି  । ଆମେ କେହି ଲକ୍‌ଡାଉନ୍‌କୁ ଫେରିବାକୁ ଚାହୁଁ ନାହୁଁ  । ଆଉ ଲକ୍‌ଡାଉନ୍‌କୁ ନ ଫେରିବାର ଗୋଟିଏ ମାତ୍ର ଉପାୟ ହେଉଛି ସତର୍କତା  । ଆମେ ସତର୍କ ରହିଲେ ଲକ୍‌ଡାଉନ୍‌ ଭଳି ସ୍ଥିତି ଉପୁଜିବ ନାହିଁ  । ତେଣୁ ମୋର ଅନୁରୋଧ ଆମେ ସମସ୍ତେ ପୂର୍ବଭଳି କୋଭିଡ଼୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ଭାବରେ ପାଳନ କରିଚାଲିବା  ।

ବାହାରକୁ ଗଲେ ମାସ୍କ୍‌ ନିଶ୍ଚୟ ପିନ୍ଧିବା  । ବେକରେ ଝୁଲାଇ କରି ନୁହେଁ, ଠିକ୍‌ ଭାବରେ ପାଟି ଓ ନାକକୁ ଘୋଡାଇ ରଖି ପିନ୍ଧିବା  । ଘରକୁ ଫେରିଲେ ସାବୁନ୍‌ରେ ଭଲକରି ହାତ ଧୋଇବା  । ମୁଁହ, ନାକ ଓ ଆଖିରେ ବାରମ୍ବାର ହାତ ମାରିବା ନାହିଁ  । ସମାଜିକ ଦୂରତ୍ୱ ରକ୍ଷାକରି ହାଟ ବଜାର ଆଦି ସ୍ଥାନକୁ ଯିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲାବୁଲି କରିବା ନାହିଁ  ।

ବର୍ତ୍ତମାନ କରୋନା ପାଇଁ ଟୀକା କରଣ ଆମ ରାଜ୍ୟରେ ସଫଳ ଭାବରେ ଚାଲିଛି  । ଏ ଦିଗରେ ମୁଁ  ଆପଣମାନଙ୍କର ସହଯୋଗ କାମନା କରୁଛି  ।

କରୋନା ବିରୁଦ୍ଧରେ ଆମର ଲଢ଼େଇରେ ଆମେ ଆମର ବହୁ ଯୋଦ୍ଧାଙ୍କୁ ହରାଇଛୁ  । ସେମାନଙ୍କର ପରିବାର ଆଖିରୁ ଆଜି ମଧ୍ୟ ଲୁହ ଶୁଖି ନାହିଁ  । ସେହି ଯୋଦ୍ଧାମାନଙ୍କର ବଳିଦାନକୁ ଆମେ କେବେ ବି ବ୍ୟର୍ଥ ଯିବାକୁ ଦେବା ନାହିଁ  । ସତର୍କ ରହିବା ହିଁ ସହିଦ୍‌ କରୋନା ଯୋଦ୍ଧାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଚଳି  ।

 କରୋନା ନିୟମାବଳୀର ଅନୁପାଳନକୁ କଡ଼ାକଡ଼ିଭାବରେ ତଦାରଖ କରିବା ପାଇଁ ମୁଁ ପ୍ରଶାସନ ଓ ପୋଲିସ୍‌ କୁ ନିର୍ଦ୍ଦେଶ ଦେଇଛି  । ଆମେ ନିଜେ ସତର୍କ ରହିବା ହିଁ ସବୁଠାରୁ ଭଲ  ।

 ଆପଣମାନଙ୍କ ଉପରେ ମୋର ପୂର୍ଣ୍ଣ ଭରସା ରହିଛି  । ଆପଣମାନେ ମୋର ଅନୂରୋଧ ରକ୍ଷା କରିବେ ଏବଂ ସତର୍କ ରହିବେ  । ଆମେ ସମସ୍ତେ ମିଶି ଶୂନ୍ୟ ସଂକ୍ରମଣ ଲଖ୍ୟ ହାସଲ କରିପାରିବା  ।

  ବନ୍ଦେ ଉତ୍କଳ ଜନନୀ  ।

Previous Post

ଇଂଜିନିୟରିଂ ଛାତ୍ରଛାତ୍ରୀଙ୍କ ହଷ୍ଟେଲ୍ ଫି’ ଛାଡ଼

Next Post

୧୨ ବର୍ଷ ପରେ ସୁମନ୍ତ ମହାନ୍ତି ମର୍ଡର କେସ୍ ର ପଞ୍ଚମ ଅଭିଯୁକ୍ତ ଗିରଫ

Next Post
୧୨ ବର୍ଷ ପରେ ସୁମନ୍ତ ମହାନ୍ତି ମର୍ଡର କେସ୍ ର ପଞ୍ଚମ ଅଭିଯୁକ୍ତ ଗିରଫ

୧୨ ବର୍ଷ ପରେ ସୁମନ୍ତ ମହାନ୍ତି ମର୍ଡର କେସ୍ ର ପଞ୍ଚମ ଅଭିଯୁକ୍ତ ଗିରଫ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA