ଭୁବନେଶ୍ୱର: ଆଜି ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ମୁଖ୍ୟ ମୁକେଶ ଅମ୍ବାନୀଙ୍କୁ ଭେଟି ଓଡ଼ିଶାରେ କମ୍ପାନୀର ଭବିଷ୍ୟତ ଯୋଜନା ସମ୍ପର୍କରେ ଆଲୋଚନା କରିଛନ୍ତି । ପୁଞ୍ଜି ନିବେଶ ପାଇଁ ଓଡ଼ିଶାରେ ସମସ୍ତ ସୁବିଧା ସୁଯୋଗ ରହିଛି । ରାଜ୍ୟ ସରକାରଙ୍କ ସହଯୋଗ ରହି ଆସିଛି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବିଶଦ ଭାବେ ମୁକେଶ ଅମ୍ବାନୀଙ୍କ ସହ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ଏବଂ ଶିଳ୍ପ ସଚିବ ହେମନ୍ତ ଶର୍ମା ସେଠାରେ ଉପସ୍ଥିତ ଥିଲେ । ଏହି ଅବସରରେ ଶ୍ରୀ ଅମ୍ବାନୀଙ୍କୁ ଉପହାରସ୍ୱରୂପ ମୁଖ୍ୟମନ୍ତ୍ରୀ ଏକ ହକି ଜର୍ସି ପ୍ରଦାନ କରିଥିଲେ ।