Monday, June 29, 2026 02:05 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରାଜଘାଟରେ ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ବୈଦେଶିକ ବ୍ୟାପାର ମନ୍ତ୍ରୀ ଓ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲେ

by Our Correspondent
29 Jun, 2024- 09:32 PM
in Latest News, News
1 min read
0
ରାଜଘାଟରେ ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାନ୍ଧିଜୀଙ୍କ ଆଦର୍ଶ ଯୁଗ ଯୁଗ ପାଇଁ ସାରା ବିଶ୍ବକୁ ପ୍ରେରଣା ଯୋଗାଇବ। ଅଟଳ ବିହାରୀ ବାଜପେୟୀ ଭାରତର ଗଣତନ୍ତ୍ରର ସୁରକ୍ଷା ଓ ଆଧୁନିକ ଭାରତ ଗଠନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ସ୍ମରଣୀୟ ହୋଇ ରହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହାପରେ ସେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟ ଶଙ୍କର ଏବଂ ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଙ୍କ ସହିତ ଓଡ଼ିଶାର ବିଭିନ୍ନ ସ୍ବାର୍ଥ ସମ୍ବଳିତ ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ।

ଜୟ ଶଙ୍କରଙ୍କ ସହ ଆଲୋଚନାରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ UAE ର କନସୁଲେଟ ଖୋଲିବା ଉପରେ ଗୁରୁତ୍ବ ଦେଇଥିଲେ। ଦୁବାଇରେ ଓଡ଼ିଶାର ଅନେକ ଲୋକ କାମ କରୁଥିବାରୁ ଓ ଦୁବାଇ ସହିତ ବ୍ୟବସାୟିକ ସଂପର୍କ ବୃଦ୍ଧି ପାଇଁ ଏହା ବିଶେଷ ସହାୟକ ହେବ ବୋଲି ସେ କହିଥିଲେ । ଓଡିଶାର ୮ ଜଣ ବ୍ୟକ୍ତି ଦୁବାଇରେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଓ ରାଜ୍ୟକୁ ଫେରି ପାରୁନଥିବା କଥା ଉଠାଇ ଏଥିରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ସହଯୋଗ ସେ କାମନା କରିଥିଲେ । ଏସବୁ ସଂପର୍କରେ ଗୁରୁତ୍ବ ଦିଆଯାଇ ଆଶୁ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୟଶଙ୍କର ପ୍ରତିଶ୍ରୁତି ଦେଇଥିଲେ।

ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ର ଗୁଡ଼ିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ବିଦେଶୀ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟର ବୌଦ୍ଧ ପର୍ଯ୍ୟଟନ କ୍ଷେତ୍ରରେ ଗଲ୍ଫ କୋର୍ସ ପ୍ରତିଷ୍ଠା, ରାଜ୍ୟରେ ଏକ ପ୍ରମୁଖ ନୌବାଣିଜ୍ୟ କେନ୍ଦ୍ର ପ୍ରତିଷ୍ଠା ଓ ଏକ ଆନ୍ତର୍ଜାତୀୟ ପର୍ଯ୍ୟଟନ କେନ୍ଦ୍ର ଖୋଲିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏହାଦ୍ବାରା ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକ ମାନେ ଅଧିକ ସଂଖ୍ୟାରେ ଆସିବାକୁ ଆଗ୍ରହୀ ହେବେ ବୋଲି ଆଲୋଚନାରେ ମତ ପ୍ରକାଶ ପାଇଥିଲା।

ବିଶେଷ କରି ବୌଦ୍ଧ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦ୍ଵାରା ଜାପାନ ଓ ଓଡ଼ିଶା ମଧ୍ୟରେ ସାଂସ୍କୃତିକ ଓ ବାଣିଜ୍ୟିକ ସମ୍ପର୍କ ବୃଦ୍ଧି ବୋଲି ବୈଠକରେ ଆଶା ପ୍ରକାଶ କରା ଯାଇଥିଲା । ନୌ ବାଣିଜ୍ୟ କେନ୍ଦ୍ର ପାଇଁ କେନ୍ଦ୍ର ସରକାର ଏକ ବିଶେଷଜ୍ଞ ଟିମ୍ ପଠାଇବାକୁ ନିଷ୍ପତ୍ତି ହୋଇଥିଲା।

ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନଡ୍ଡାଙ୍କ ସହିତ ଆଲୋଚନାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଯେଉଁସବୁ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମେଡିକାଲ କଲେଜ ଖୋଲାଯାଇ ନାହିଁ, ସେ ସବୁ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରିବା ଉପରେ ଗୁରୁତ୍ବ ଦେଇଥିଲେ । ରାଜ୍ୟର ସବୁ ଜିଲ୍ଲାରେ ଯେପରି ମେଡିକାଲ କଲେଜ ଖୋଲିବ, ତାକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ପାଇଁ ସେ ଅନୁରୋଧ କରିଥିଲେ ।

ସେହିପରି ସମ୍ବଲପୁରରେ ଦ୍ବିତୀୟ ଏମ୍‌ସ ଖୋଲିବା ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଏହା ସହିତ ଭୁବନେଶ୍ୱର ସ୍ଥିତ ଏମ୍ସ ର ସମ୍ପ୍ରସାରଣ ଉପରେ ମଧ୍ୟ ଗୁରୁତ୍ଵ ଦେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ।

ବୈଠକରେ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ବା ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଖୁବ୍ ଶୀଘ୍ର କାର୍ଯ୍ୟକାରୀ କରିବା ଉପରେ ମଧ୍ୟ ଆଲୋଚନା ହୋଇଥିଲା। ଏହା ଓଡ଼ିଶାର ଗରିବ ଓ ବୟୋଜ୍ୟେଷ୍ଠ ବ୍ୟକ୍ତି ମାନଙ୍କ ପାଇଁ ଖୁବ୍ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଏହି ତିନି ଦିନ ମଧ୍ୟରେ ରାଷ୍ଟ୍ରପତି, ଉପ-ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଅନେକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଅଧିକ ସହଯୋଗ ଓ ସହଭାଗିତା ଉପରେ ଗୁରୁତ୍ବ ଦେଇ ଆଲୋଚନା କରିଥିଲେ । ଏହାଦ୍ବାରା କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସଂପର୍କ ପ୍ରତିଷ୍ଠା ହେବା ସହିତ ରାଜ୍ୟର ବିକାଶ ତ୍ବରାନ୍ବିତ ହେବ ବୋଲି ସେ ଆଶାପ୍ରକାଶ କରିଛନ୍ତି ।

Previous Post

କେବଳ ସୋମବାର ନା ସବୁଦିନ ?

Next Post

କିସ୍‌ର ସୁରକ୍ଷା ପାଇଁ ବାହାରିଲେ ଜନଜାତି

Next Post
କିସ୍‌ର ସୁରକ୍ଷା ପାଇଁ ବାହାରିଲେ ଜନଜାତି

କିସ୍‌ର ସୁରକ୍ଷା ପାଇଁ ବାହାରିଲେ ଜନଜାତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA