Saturday, May 9, 2026 10:39 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ: ୩୦ଓଡ୍ରାଫ, ୫ ଏନ୍‌.ଡି.ଆର.ଏଫ, ୧୨୩ ଅଗ୍ନିଶମ ଦଳ ନିୟୋଜିତ

ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

by Our Correspondent
28 Oct, 2025- 03:45 PM
in Latest News, News
1 min read
0
ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ: ୩୦ଓଡ୍ରାଫ, ୫ ଏନ୍‌.ଡି.ଆର.ଏଫ, ୧୨୩ ଅଗ୍ନିଶମ ଦଳ ନିୟୋଜିତ

ଭୁବନେଶ୍ୱର: ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ୮ଟି ଜିଲ୍ଲାରେ ବାତ୍ୟାର ସର୍ବାଧିକ ପ୍ରଭାବ ରହିବ । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ୨୦୪୮ଟି ବାତ୍ୟା-ବନ୍ୟା ଆଶ୍ରୟସ୍ଥଳକୁ ପ୍ରସ୍ତୁତ କରି ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୮ଟି ଜିଲ୍ଲାରେ ୧୧,୩୯୬ ଜଣ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ଆବଶ୍ୟକହେଲେ ଆହୁରି ୩୦,୫୫୪ ଜଣଙ୍କୁ ସ୍ଥାନାନ୍ତରିତ କରାଯିବ । ୧୮୭୧ ଜଣ ଗର୍ଭବତୀ ମହିଳାଙ୍କୁ ମଧ୍ୟ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି ଏବଂ ଆହୁରି ୮୨୨ ଜଣଙ୍କୁ ସ୍ଥାନାନ୍ତରିତ କରାଯିବ । ସମୁଦାୟ ୨୬୯୩ ଜଣ ଗର୍ଭବତୀ ମହିଳାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯିବ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କରେ ସମୀକ୍ଷା କରି ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ପ୍ରତ୍ୟେକ ବିପର୍ଯ୍ୟୟରେ ଆମର ଏକମାତ୍ର ଲକ୍ଷ୍ୟ ହେଉଛି ଜିରୋ କାଜୁଆଲ୍‌ଟି । ବାତ୍ୟା ଆନ୍ଧ୍ରପ୍ରଦେଶରେ ଅତିକ୍ରମ କରୁଥିଲେ ମଧ୍ୟ ଓଡିଶାର ବିଭିନ୍ନ ଜିଲ୍ଲାରେ, ବିଶେଷ କରି ଦକ୍ଷିଣ ଓଡିଶାର ଜିଲ୍ଲା ଗୁଡିକରେ ବ୍ୟାପକ ବର୍ଷା ସହିତ ପବନ ହେବାର ମଧ୍ୟ ସମ୍ଭାବନା ରହିଛି। ତେଣୁ, କୌଣସି ବିପଦ ସଂକୁଳ ଅଞ୍ଚଳରେ ଯେପରି ଜଣେ ବି ଲୋକ ରହିଯିବ ନାହିଁ, ସମସ୍ତେ ବାତ୍ୟା-ବନ୍ୟା ଆଶ୍ରୟ ସ୍ଥଳ କିମ୍ବା ଅନ୍ୟ ସୁରକ୍ଷିତ ସ୍ଥାନାନ୍ତରିତ ହେବେ, ତାକୁ ଅଧିକାରୀ ମାନେ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତବର୍ଷ ମଧ୍ୟ ବାତ୍ୟା ଦାନା ସମୟରେ ଆମେ ସଫଳ ଭାବରେ ଲୋକଙ୍କୁ ସ୍ଥାନାନ୍ତରିତ କରି ଜିରୋ କାଜୁଆଲ୍‌ଟି ହାସଲ କରିଥିଲୁ । ବାତ୍ୟା ପ୍ରଭାବିତ ଅଞ୍ଚଳରୁ ଲୋକଙ୍କ ସ୍ଥାନାନ୍ତରଣ ହେଉଛି ଆମର ଏକ ପ୍ରମୁଖ ଷ୍ଟ୍ରାଟେଜି । ତେଣୁ, ଏହି ଦିଗ ଉପରେ ସର୍ବାଧିକ ଗୁରୁତ୍ୱ ଆରୋପ କରିବାକୁ ସେ ପରାମର୍ଶ ଦେଇଥିଲେ।

ବାତ୍ୟାପରେ ଯେପରି ବିଭିନ୍ନ ଜରୁରୀ ବ୍ୟବସ୍ଥା ତୁରନ୍ତ ପୁନଃକ୍ଷମ କରାଯାଇ ପାରିବ ସେଥିପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ଇଞ୍ଜିନିୟରିଂ ବିଭାଗ ଗୁଡିକରୁ ନିର୍ଦ୍ଦେଶ ଦେଇଥିଲେ । ବାତ୍ୟା ପରେ ପରେ ଯେପରି ଭାଙ୍ଗିଯାଇଥିବା ଗଛ ଗୁଡିକ ଯୋଗୁ ରାସ୍ତା ଅବରୋଧ ନହୁଏ, ସେଥିପ୍ରତି ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସମୟ ହେଉଛି ଫସଲ ଅମଳର ସମୟ । ତେଣୁ, ବାତ୍ୟା ପରେ ପରେ ତୁରନ୍ତ କ୍ଷୟକ୍ଷତିର ଆକଳନ କରି ଚାଷୀ ଭାଇମାନଙ୍କୁ ଆବଶ୍ୟକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ କୃଷି ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜସ୍ୱ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗତ ତିନି ଦିନ ଧରି ବାତ୍ୟା ମୁକାବିଲା ସମ୍ପର୍କରେ ନିୟମିତ ସମୀକ୍ଷା କରାଯାଉଛି ଓ ପ୍ରସ୍ତୁତିକୁ ସୁଦୃଢ କରାଯାଉଛି। ପ୍ରାୟ ସମସ୍ତ ବିଭାଗ ଏଥିପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ । ତେବେ, ବିଭାଗୀୟ ସଚିବ ତଥା ଜିଲ୍ଲାପାଳ ମାନେ ସମସ୍ତ ପ୍ରସ୍ତୁତିକୁ ଠିକ୍ ଭାବେ ମନିଟରିଂ କରି ସମସ୍ତ ପଦକ୍ଷେପକୁ ସୁନିଶ୍ଚିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର, ପୋଲିସ ମହାନିର୍ଦ୍ଦେଶକ ଓ ବିଭିନ୍ନ ବିଭାଗର ସଚିବ ମାନେ ବିଭାଗୀୟ ପ୍ରସ୍ତୁତି ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ତଥ୍ୟ ଉପସ୍ଥାପନା କରିଥିଲେ।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ୮ଟି ଜିଲ୍ଲାରେ ବାତ୍ୟାର ସର୍ବାଧିକ ପ୍ରଭାବ ରହିବ । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ୨୦୪୮ଟି ବାତ୍ୟା-ବନ୍ୟା ଆଶ୍ରୟସ୍ଥଳକୁ ପ୍ରସ୍ତୁତ କରି ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୮ଟି ଜିଲ୍ଲାରେ ୧୧,୩୯୬ ଜଣ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ଆବଶ୍ୟକହେଲେ ଆହୁରି ୩୦,୫୫୪ ଜଣଙ୍କୁ ସ୍ଥାନାନ୍ତରିତ କରାଯିବ । ୧୮୭୧ ଜଣ ଗର୍ଭବତୀ ମହିଳାଙ୍କୁ ମଧ୍ୟ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି ଏବଂ ଆହୁରି ୮୨୨ ଜଣଙ୍କୁ ସ୍ଥାନାନ୍ତରିତ କରାଯିବ । ସମୁଦାୟ ୨୬୯୩ ଜଣ ଗର୍ଭବତୀ ମହିଳାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯିବ ।

ବାତ୍ୟାର ମୁକାବିଲା ପାଇଁ ୩୦ ଟି ଓଡ୍ରାଫ, ୫ଟି ଏନ୍‌.ଡି.ଆର୍‌.ଏଫ ଏବଂ ୧୨୩ଟି ଅଗ୍ନିଶମ ଦଳକୁ ମୁତୟନ କରାଯାଇଛି। ଆହୁରି ଅଧିକ ଟିମ୍ ଆଲର୍ଟରେ ଅଛନ୍ତି । ଆବଶ୍ୟକ ପଡିଲେ ନିୟୋଜିତ କରାଯିବ ।

ପ୍ରଭାବିତ ହେବାକୁ ଥିବା ୮ଟି ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଆବଶ୍ୟକହେଲେ ଛୁଟିର ସମୟସୀମା ବଢାଯିବ।

ନିରବଛିନ୍ନ ବିଦ୍ୟୁତ ସରବରାହ ଓ ପାନୀୟ ଜଳ ଯୋଗାଣ ପାଇଁ ଇଞ୍ଜିନିୟରିଂ ବିଭାଗ ଗୁଡିକ ପ୍ରସ୍ତୁତ ହୋଇ ଅଛନ୍ତି । ବିକଳ୍ପ ଭାବେ ସମସ୍ତ ଜରୁରୀ ସେବା ସଂସ୍ଥା ଗୁଡିକରେ ଡିଜି ସେଟ୍ ମହଜୁଦ ରଖାଯାଇଛି। ସମସ୍ତ ପ୍ରଭାବିତ ଅଞ୍ଚଳର ସ୍ୱାସ୍ଥ୍ୟକେନ୍ଦ୍ର ଗୁଡିକରେ ପର୍ଯ୍ୟାପ୍ତ ପରିମାଣର ସାପକାମୁଡା ଇଞ୍ଜେକ୍‌ସନ୍‌, ଔଷଧ ଓ ଚିକିତ୍ସା କିଟ୍ ମହଜୁଦ୍ ରଖାଯାଇଛି।

ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଓ ପାହାଡିଆ ଅଞ୍ଚଳରେ ଭ୍ରମଣ ପାଇଁ ପର୍ଯ୍ୟଟକ ମାନଙ୍କୁ ନିଷେଧ କରାଯାଇଛି। ମତ୍ସ୍ୟଜୀବୀ ମାନଙ୍କୁ ମଧ୍ୟ ସମୁଦ୍ର ଭିତରକୁ ନଯିବା ପାଇଁ ସତର୍କ କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟା ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଯୋଗଦେଇଥିଲେ । ଜିଲ୍ଲାପାଳ ମାନେ ଆଭାସୀ ମାଧ୍ୟମରେ ଉପସ୍ଥିତ ଥିଲେ ।

Previous Post

ଏସଡିସି ନାଁରେ ଖାଇଦେଲେ ୪ କୋଟି!

Next Post

ଦୁର୍ନୀତିଗ୍ରସ୍ତଙ୍କୁ କ୍ଷମା ନାହିଁ: ମୁଖ୍ୟମନ୍ତ୍ରୀ

Next Post
ଦୁର୍ନୀତିଗ୍ରସ୍ତଙ୍କୁ କ୍ଷମା ନାହିଁ: ମୁଖ୍ୟମନ୍ତ୍ରୀ

ଦୁର୍ନୀତିଗ୍ରସ୍ତଙ୍କୁ କ୍ଷମା ନାହିଁ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA