Wednesday, March 4, 2026 05:20 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କେନ୍ଦ୍ର ଦେଲାନି, ସହିଦ ପରିବାରକୁ ରାଜ୍ୟ ସରକାର ଦେବେ ଅନୁକମ୍ପା ସହାୟତା

କୋଭିଡ୍ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

by Our Correspondent
07 Oct, 2020- 10:16 PM
in Latest News, News
1 min read
0
କେନ୍ଦ୍ର ଦେଲାନି, ସହିଦ ପରିବାରକୁ ରାଜ୍ୟ ସରକାର ଦେବେ ଅନୁକମ୍ପା ସହାୟତା

ଭୁବନେଶ୍ୱର: କୋଭିଡ ଯୁଦ୍ଧରେ ସହିଦ ହେଉଥିବା ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଦେବାକୁ କେନ୍ଦ୍ର ସରକାର ଘୋଷଣା କରିଥିଲେ । ତଦନୁଯାୟୀ ରାଜ୍ୟ ସରକାର ୬୦ ଜଣ ଯୋଦ୍ଧାଙ୍କର ତାଲିକା ପଠାଇଥିଲେ । କେନ୍ଦ୍ର ସରକାର ମାତ୍ର ଜଣେ କୋଭିଡ୍ ଯୋଦ୍ଧାଙ୍କ ପରିବାରକୁ ସହାୟତା ଦେବାକୁ ରାଜି ହୋଇଛନ୍ତି । ଆଜି କୋଭିଡ୍ ପରିଚାଳନା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି ।

ତେବେ ଏଥିନେଇ ପୁଣିଥରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ସହିଦ୍ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ତରଫରୁ ଅନୁକମ୍ପା ସହାୟତା ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏଥିସହ ଦୀର୍ଘ ୮ ମାସ ଧରି କୋଭିଡ ବିରୋଧରେ ଚାଲିଥିବା ଏହି ଲଢ଼େଇରେ କାମ କରି ଚାଲିଥିବା ଯୋଦ୍ଧାମାନଙ୍କ ନିଷ୍ଠାର ଉଚ୍ଚପ୍ରଶଂସା କରିଥିଲେ ମୁଖ୍ୟମନ୍ତ୍ରୀ ।

ଏହାସହିତ କୋଭିଡରୁ ସୁସ୍ଥ ହେଉଥିବା ଲୋକଙ୍କର ସ୍ବାସ୍ଥ୍ୟର ଗୁଣାତ୍ମକ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ରାଜ୍ୟରେ ବର୍ତ୍ତମାନ ୭୮ ପ୍ରତିଶତ ଲୋକ ଗୃହ ସଂଗରୋଧରେ ଅଛନ୍ତି । ତେଣୁ ଗୃହ ସଂଗରୋଧରେ ଥିବା ରୋଗୀ ଏବଂ କୋଭିଡ ହସ୍‌ପିଟାଲରେ ରହିଥିବା ରୋଗୀମାନଙ୍କ ସହିତ ବରିଷ୍ଠ ଅଧିକାରୀମାନେ ସିଧାସଳଖ ଯୋଗାଯୋଗ କରି ସେମାନଙ୍କ ଭଲମନ୍ଦ ପଚାରି ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏତ୍‌ଦବ୍ୟତିତ ଆଣ୍ଟି ଭାଇରାଲ ଔଷଧ ସଂପର୍କରେ ବ୍ୟାପକ ସଚେତନତା ଉପରେ ଗୁରୁତ୍ବ ଦେଇଥିଲେ । ଆଗକୁ ପୂଜା ଋତୁ ଆସୁଥିବାରୁ ଅଧିକ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡିକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ ଏବଂ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ବର୍ତ୍ତମାନ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷରୁ ଅଧିକ । ଜାତୀୟ ଆରୋଗ୍ୟ ହାର ୮୫ ପ୍ରତିଶତ ଥିବାବେଳେ ରାଜ୍ୟରେ ଆରୋଗ୍ୟ ହାର ୮୯ ପ୍ରତିଶତ । ରାଜ୍ୟରେ ଗତ ୮ ମାସ ଭିତରେ ୩୬ ଲକ୍ଷ ଟେଷ୍ଟ କରାଯାଇଥିବା ବେଳେ ତନ୍ମଧ୍ୟରୁ ୬.୭୫ ପ୍ରତିଶତ ପଜିଟିଭ କେସ୍ ବାହାରିଛି । ରାଜ୍ୟରେ ମୃତ୍ୟୁ ହାର ୦.୪ ପ୍ରତିଶତ ରହିଛି ଯାହାକି ଭାରତର ସବୁ ବଡ ରାଜ୍ୟ ମାନଙ୍କ ମଧ୍ୟରେ ସର୍ବୋତ୍ତମ ସୂଚକାଙ୍କ। ସେହିପରି ସୁସ୍ଥତା ହାରରେ ମଧ୍ୟ ଓଡିଶା ଦେଶର ରାଜ୍ୟ ମାନଙ୍କ ମଧ୍ୟରେ ଷଷ୍ଠ ସ୍ଥାନରେ ରହିଛି ।

ଏହି ବୈଠକରେ ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର, ପୁଲିସ ଡିଜି ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

କରୋନାକୁ ହରାଇଲେ ୯୬ ବର୍ଷୀୟ ସ୍ୱାଧୀନତା ସଂଗ୍ରାମୀ

Next Post

KKR beat CSK by 10 Runs

Next Post
KKR beat CSK by 10 Runs

KKR beat CSK by 10 Runs

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA