Friday, May 1, 2026 01:15 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ତୃତୀୟ ଲହର ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି

ଶିଶୁମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

by Our Correspondent
08 Jun, 2021- 09:35 PM
in Latest News, News
1 min read
0
ତୃତୀୟ ଲହର ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର: ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ରାଜ୍ୟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭ କରି ମେଡ଼ିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ୱାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ୍ ରୋଗୀଙ୍କ ତାଲିମ ଦିଆଯିବ । ତୃତୀୟ ଲହରର ମୁକାବିଲା ପାଇଁ ୩ ହଜାର ବେଡ୍, ୨୩୯୦ ଆଇସୋଲେସନ୍ ବେଡ୍, ୬୧୦ ଆଇସିୟୁ ବେଡ୍ ପ୍ରସ୍ତୁତ ରଖାଯାଇଛି । ସର୍ବୋପରି ଟେକନିକାଲ୍ ଟାକ୍ସଫୋର୍ସ କମିଟିର ସୁପାରିଶକୁ ଅକ୍ଷରେ ଅକ୍ଷରେ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡ଼ିଓ କନଫରେନ୍ସିଂ ଯୋଗେ କୋଭିଡ୍ ପରିସ୍ଥିତିର ସମୀକ୍ଷା ବେଳେ ଏହା ଉପରେ ଗୁରୁତ୍ୱ ଦେଇଥିଲେ । କୋଭିଡ୍ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ଦୃଷ୍ଟିରୁ ଏବେଠାରୁ ଏହାର ମୁକାବିଲା କରାଯିବ । ପିଲାମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ୍ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଧ ମହଜୁଦ ରଖିବା ସହ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଶିଶୁରୋଗ ସମ୍ପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଇତିମଧ୍ୟରେ ରାଜ୍ୟରେ କୋଭିଡ୍ ସଂକ୍ରମଣରେ ଉନ୍ନତି ପରିଲକ୍ଷିତ ହୋଇଛି ଏବଂ ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ଆଶା କରାଯାଉଛି । ତଥାପି କେତେକ ଜିଲ୍ଲାରେ ପଜିଟିଭିଟି ହାର ଅଧିକ ରହିବା ଚିନ୍ତାର ବିଷୟ ହୋଇଛି । ସୁତରାଂ ପରିସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ ଦ୍ୱିତୀୟ ଲହର ପ୍ରଭାବରୁ ଆମେ ଏବେ ମଧ୍ୟ ସମ୍ପୂର୍ଣ୍ଣ ମୁକ୍ତ ହୋଇନାହୁଁ । ଆଗକୁ ବିଭିନ୍ନ ପର୍ବପର୍ବାଣୀ ଆସୁଥିବାରୁ ଆମମାନଙ୍କୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ହେବ । ଏଥିପାଇଁ କୋଭିଡ୍ ନିୟମାବଳୀକୁ ଆହୁରି କଡ଼ାକଡ଼ି ଭାବରେ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ଲକଡାଉନ୍ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେଉଁ ଜିଲ୍ଲାଗୁଡ଼ିକରେ ସଂକ୍ରମଣ ହାର କମୁଛି ସେଠାରେ ପର୍ଯ୍ୟାୟକ୍ରମେ ଅନ୍ ଲକ୍ ପ୍ରକ୍ରିୟା ଆରମ୍ଭ କରିବାକୁ ବିଚାର କରାଯାଉଛି । ଏହି ଅବସରରେ ବର୍ତ୍ତମାନ ଚାଲିଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟର ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।

ବ୍ଲାକ୍ ଫଙ୍ଗସ୍ ସଂକ୍ରମଣ ମଧ୍ୟ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ସେଥିପାଇଁ ଆବଶ୍ୟକ ଔଷଧ ମହଜୁଦ ରଖିବା ଏବଂ ଆବଶ୍ୟକ ସ୍ଥଳେ ଜରୁରୀ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଥିଲେ । ରାଜ୍ୟରେ ଅକ୍‌ସିଜେନ ଯୋଗାଣ ସନ୍ତୋଷଜନକ ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ସିଲିଣ୍ଡର ଉପଲବ୍‌ଧତାରେ ଉନ୍ନତି ଘଟିଛି ବୋଲି କହିଥିଲେ ।

ଖୁବଶୀଘ୍ର ସଂକ୍ରମଣ ୫% କୁ ହ୍ରାସ୍ ପାଇବ: ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସୂଚନା ଅନୁଯାୟୀ, ବାତ୍ୟା ପ୍ରଭାବିତ ଅଞ୍ଚଳରେ କୋଭିଡ୍ ସଂକ୍ରମଣରେ କୌଣସି ବୃଦ୍ଧି ହୋଇନାହିଁ । ଏହା ଆମ ସମସ୍ତଙ୍କ ପାଇଁ ଆଶ୍ୱସ୍ତିର ବିଷୟ । ରାଜ୍ୟରେ ପଜିଟିଭିଟି ହାର କମିଥିବାରୁ ଆଇସିୟୁ ଓ ଅକ୍ସିଜେନ୍ ସଂଯୁକ୍ତ ବେଡ୍ ଉପରେ ଚାପ ହ୍ରାସ ପାଇଛି । ଖୁବଶୀଘ୍ର ସଂକ୍ରମଣ ୫% କୁ ହ୍ରାସ୍ ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ ।

୬୮% ବେଡ୍ ଖାଲି: ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ । ଜୁନ୍ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଆରମ୍ଭ ହେବାକୁ ଥିବା ଚତୁର୍ଥ ସେରୋ ସର୍ଭେରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ । ବର୍ତ୍ତମାନ ୮୬ ପ୍ରତିଶତ କୋଭିଡ୍ ରୋଗୀ ଘରେ ରହି ଚିକିତ୍ସିତ ହେଉଥିବା ବେଳେ ଡାକ୍ତରଖାନାରେ ୬୮ ପ୍ରତିଶତ ବେଡ୍ ଖାଲି ରହିଛି ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୨ ହଜାର ୧୦୫ ଡୋଜ୍‌ ଟିକା ଦିଆଯାଇଛି ଏବଂ ଟିକାକରଣ କ୍ଷେତ୍ରରେ ଭୁବନେଶ୍ବର ସବୁଠାରୁ ଆଗରେ ରହିଛି ବୋଲି ଜଣାଯାଇଛି । ଜୁଲାଇ ୧୫ ସୁଦ୍ଧା ଭୁବନେଶ୍ବରରେ ୪୫ ବର୍ଷରୁ ଉର୍ଦ୍ଧ୍ବ ସବୁ ଲୋକଙ୍କର ଦୁଇଟି ଡୋଜ ଟିକାକରଣ ହେବା ସହିତ ୧୮ ରୁ ୪୪ ବର୍ଷ ସମସ୍ତଙ୍କ ପ୍ରଥମ ଡୋଜ ସଂପୂର୍ଣ୍ଣ ହୋଇଯିବ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ବୈଠକରେ ଉନ୍ନୟନ କମିଶନର, ପୋଲିସ ଡିଜି, ଅଗ୍ନିଶମ ସେବା ଡିଜି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍.ପି ମାନେ ଯୋଗ ଦେଇଥିଲେ ।

Previous Post

ହସ୍ପିଟାଲ୍ ରେ କରୋନା ସଂକ୍ରମିତଙ୍କୁ ନିଜ ଲୋକର ସେବା ମିଳୁଛି

Next Post

ଏୟାରଲିଫ୍ଟ ହେଲେ ଅଭିଷେକ

Next Post
ଏୟାରଲିଫ୍ଟ ହେଲେ ଅଭିଷେକ

ଏୟାରଲିଫ୍ଟ ହେଲେ ଅଭିଷେକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA