Friday, June 5, 2026 09:43 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପୁଲିସକୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା

by Our Correspondent
12 Aug, 2025- 09:43 PM
in Latest News, News
1 min read
0
ପୁଲିସକୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ
Spread the love

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ ।

ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ । ଏହାକୁ ସୁନିଶ୍ଚିତ କରିବା ପାଇଁ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି ଜୋରଦାର କରିବା ସହିତ, ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ଭାବେ ପାଟ୍ରୋଲିଂ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁନିୟନ୍ତ୍ରିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ଏଥି ସହିତ ପଡୋଶୀ ରାଜ୍ୟ ସୀମାରୁ ଓଡ଼ିଶାକୁ ବ୍ରାଉନସୁଗାର ଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଏବଂ କଡ଼ାକଡ଼ି ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଖୋଜ ମହିଳା ଓ ଶିଶୁଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ବିଗତ ଏକ ବର୍ଷ ମଧ୍ୟରେ ୮,୦୩୫ ମହିଳା ଓ ୩,୩୦୬ ଜଣ ବାଳିକାଙ୍କୁ ଉଦ୍ଧାର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।

ପୋଲିସ ବିଭାଗରେ ଖାଲି ରହୁଥିବା ପଦବୀ ଗୁଡ଼ିକ ଯଥାଶୀଘ୍ର ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ।

ବୈଠକରୁ ଜଣାପଡ଼ିଛି ଯେ, ରାଜ୍ୟରେ ପୋଲିସ ବିଭାଗର ଫଳପ୍ରଦ କାର୍ଯ୍ୟାନୁଷ୍ଠାନ ଯୋଗୁଁ ମୋଟାମୋଟି ଭାବେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ୧୫ ବର୍ଷର ତଥ୍ୟକୁ ଅନୁଧ୍ୟାନ କଲେ ଜଣାପଡିଛି ଯେ, ବିଗତ ଏକ ବର୍ଷ ମଧ୍ୟରେ ଅଧିକାଂଶ କ୍ଷେତ୍ରରେ ଅପରାଧ ହ୍ରାସ ପାଇଛି । ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର, ବାଲି ଚୋରା ଚାଲାଣ ଏବଂ ଜାମିନ୍‍ ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଡ଼ିଶା ପୋଲିସର କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ।

ଡ୍ରଗ୍ସ ଏବଂ ବେଆଇନ ଗଞ୍ଜେଇ ଚାଷ ରୋକିବା କ୍ଷେତ୍ରରେ ନିଆଯାଉଥିବା ପଦକ୍ଷେପ ଗୁଡ଼ିକୁ ଆହୁରି ସୁଦୃଢ଼ କରିବା ଆବଶ୍ୟକ ବୋଲି ମତ ଦେଇ ଏହି ପଦକ୍ଷେପକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ବରିଷ୍ଠ ପୋଲିସ ଅଧିକାରୀଗଣ ଯୋଗ ଦେଇଥିଲେ ।

Previous Post

ନବୀନ ବିଜେଡିର ଅନ୍ତିମ ଅଧ୍ୟାୟ!!

Next Post

ଅରୁଣଙ୍କ ‘ବେହାଲ ବର୍ଷା’ରେ ଭିଜିଲେ ଦର୍ଶକ

Next Post
ଅରୁଣଙ୍କ ‘ବେହାଲ ବର୍ଷା’ରେ ଭିଜିଲେ ଦର୍ଶକ

ଅରୁଣଙ୍କ 'ବେହାଲ ବର୍ଷା'ରେ ଭିଜିଲେ ଦର୍ଶକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA