Tuesday, February 17, 2026 08:36 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଗାମୀ ଦୁଇମାସ ଅଧିକ ସତର୍କ ରୁହନ୍ତୁ: ମୁଖ୍ୟମନ୍ତ୍ରୀ

ଟୀକାକରଣ ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ

by Our Correspondent
06 Jan, 2021- 07:08 PM
in Latest News, News
1 min read
0
ଆଗାମୀ ଦୁଇମାସ ଅଧିକ ସତର୍କ ରୁହନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସଂପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ ଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି । ତେଣୁ ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ରାଜ୍ୟରେ କୋଭିଡ ପରିସ୍ଥିତି ଓ ଟୀକାକରଣ ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ଇଂଲଣ୍ଡ ତଥା ୟୁରୋପର ଉଦାହରଣ ରଖିଥିଲେ । ସେଠାରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି । ଫଳସ୍ୱରୂପ କେତେକ ଦେଶରେ ଲକ୍ ଡାଉନ୍ ପୁଣି ଲାଗୁ କରାଗଲାଣି । ଏହି ଦୃଷ୍ଟିରୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ୍ ଗାଇଡ ଲାଇନ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଆମେ କୋଭିଡ ସଂକ୍ରମଣକୁ ସଫଳ ଭାବରେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରିପାରିଛୁ । ଅଧିକାଂଶ ଜିଲ୍ଲା ଗ୍ରୀନ ଜୋନ୍‌ରେ ରହିଥିବା ବେଳେ ତୀବ୍ର ସଂକ୍ରମଣ ପର୍ଯ୍ୟାୟ ଆମ ପାର୍‌ ହୋଇଯାଇଛୁ । ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ବାସ୍ଥ୍ୟ କର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାମ କରୁଥିବା ସମସ୍ତ କୋଭିଡ ଯୋଦ୍ଧା ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇ ଖୁବ୍‌ଶୀଘ୍ର ଏ ପରିସ୍ଥିତିରୁ ଆମେ ମୁକୁଳି ପାରିବା ବୋଲି ଆଶାବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଟୀକା ଲୋକଙ୍କ ଭିତରେ ବିପୁଳ ଆଶା ସଂଚାର କରିଛି। ଏହି ଟୀକା ଉତ୍ପାଦନରେ ଭାରତ ପୃଥିବୀର ଆଗୁଆ ଦେଶ ହୋଇଛି । ଏହି ଟୀକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରୀ କରିବା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ । ତେଣୁ ଟୀକା ସଂପର୍କରେ ଲୋକଙ୍କ ଭିତରେ ଥିବା ଭ୍ରାନ୍ତ ଧାରଣାକୁ ଦୂର କରିବା ପାଇଁ ବ୍ୟାପକ ସଚେତନତା କରାଯିବ । ଟୀକାକରଣ ଚଳିତ ବର୍ଷର ସବୁଠାରୁ ବଡ କାର୍ଯ୍ୟକ୍ରମ ହେବ। ତେଣୁ ଏହାକୁ ସୂଚାରୁ ରୂପେ ସଂପାଦନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ।

ଏଥିସହ ଜୀବନଜୀବିକା କାର୍ଯ୍ୟକ୍ରମ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ କୋଭିଡ ନିୟନ୍ତ୍ରଣରେ ରାଜ୍ୟ ବର୍ତ୍ତମାନ ବହୁତ ଭଲ ସ୍ଥିତିରେ ରହିଛି  ଏବଂ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୦୦ ମଧ୍ୟରେ ସୀମିତ ରହିଛି । ଜୀବନଜୀବିକା କାର୍ଯ୍ୟକ୍ରମକୁ ଅଧିକ ତ୍ବରାନ୍ବିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି କହିଥଲେ ।

ଟୀକାକରଣ ଏବଂ କୋଭିଡ ପରିସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର।  ରାଜ୍ୟରେ ଆରୋଗ୍ୟ ହାର ବର୍ତ୍ତମାନ ପ୍ରାୟ ୯୯ ପ୍ରତିଶତରେ ପହଞ୍ଚିଥିବା ବେଳେ ଗତକାଲି ଠାରୁ ରାଜ୍ୟରେ କୋଭିଡରେ କୌଣସି ରୋଗୀଙ୍କର ମୃତ୍ୟୁ ହୋଇନାହିଁ । ସୂଚନାଯୋଗ୍ୟ ଯେ ଗତ ଜୁନ୍‌ ୩୦ ତାରିଖରୁ ନିୟମିତ ଭାବରେ କୋଭିଡରେ ମୃତ୍ୟୁ ହୋଇଥିବା ରିପୋର୍ଟ ଆସୁଥିଲା ।

ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ମଧ୍ୟ ଅତ୍ୟନ୍ତ ଉତ୍ସାହଜନକ ରହିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭୦ ଲକ୍ଷ ଲୋକଙ୍କର କୋଭିଡ ପରୀକ୍ଷା କରାଯାଇଛି ବୋଲି ଶ୍ରୀ ମହାପାତ୍ର କହିଥିଲେ ।

ଟୀକାକରଣ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇ ଶ୍ରୀ ମହାପାତ୍ର କହିଥିଲେ ଯେ କେନ୍ଦ୍ର ସରକାରଙ୍କର ନିର୍ଦ୍ଦେଶାବଳୀ ଅନୁସାରେ ଉଭୟ ଘରୋଇ ଓ ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ୩,୨୮,୫୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କ ଟୀକାକରଣ ପାଇଁ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ ପୋଲିସ, ମ୍ୟୁନିସପାଳଟି କର୍ମଚାରୀ ଏବଂ କୋଭିଡ କାର୍ଯ୍ୟରେ ନିୟୋଜିତ ରାଜସ୍ବ ବିଭାଗର କର୍ମଚାରୀ ମାନଙ୍କ ତାଲିକା ପ୍ରସ୍ତୁତି ଚାଲିଛି । ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରୀୟ ଷ୍ଟିଅରିଂ କମିଟି ବୈଠକ ସଂପୂର୍ଣ୍ଣ ହୋଇଛି ।

ବୈଠକରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ, ସ୍କୁଲ-କଲେଜ ଖୋଲିବା ସଂପର୍କରେ SOP ବିଷୟରେ ଅବଗତ କରାଇଥିଲେ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

Previous Post

ପରୀ ହତ୍ୟା ଅଭିଯୁକ୍ତ ସରୋଜ ସେଠୀ ନାବାଳକ: କୋର୍ଟ

Next Post

ଗଠନ ହେଲା ସଂରକ୍ଷଣ କମିଟି

Next Post
ଗଠନ ହେଲା ସଂରକ୍ଷଣ କମିଟି

ଗଠନ ହେଲା ସଂରକ୍ଷଣ କମିଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA