ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ।
ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଭାଙ୍ଗି ଯାଇଥିବା ସମସ୍ତ କଚ୍ଚା ଘର ନିମନ୍ତେ ତୁରନ୍ତ ସହାୟତା ପ୍ରଦାନ ଉପରେ ଗୁରୁତ୍ୱ ଆରୋପ କରିଛନ୍ତି। ବିଜୁଳି ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।








