Saturday, April 4, 2026 02:27 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ସାରିବାକୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପୁନରୁଦ୍ଧାର ସମୀକ୍ଷା

by Our Correspondent
27 May, 2021- 08:19 PM
in Latest News, News
1 min read
0
ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ମରାମତି ଓ ପୁରୁଦ୍ଧାର କାର୍ଯ୍ୟକୁ ଯୁଦ୍ଧାକାଳୀନ ଭିତ୍ତିରେ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ୭ ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ଭାଙ୍ଗି ଯାଇଥିବା ଘରଗୁଡ଼ିକ ସମ୍ପର୍କରେ ଆକଳନ କରି ରିପୋର୍ଟ ଦେବାକୁ କହିଛନ୍ତି । ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂ ଜରିଆରେ ବାତ୍ୟା ୟାସ୍ ର ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ବୈତରଣୀ ନଦୀର ତଳ ଅଞ୍ଚଳରେ ବନ୍ୟା ଆସିବାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରିଲିଫ, ପୁନର୍ଗଠନ ଓ ପୁନରୁଦ୍ଧାର ପ୍ରକ୍ରିୟା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ବାତ୍ୟା ୟଶର ପରିଚାଳନାରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତ ବିଷୟକୁ ଦୃଷ୍ଟିରେ ରଖି ବିଧିବଦ୍ଧ ଯୋଜନା ଏବଂ ତ୍ରୁଟିଶୂନ୍ୟ ପରିଚାଳନା ଯୋଗୁ ବାତ୍ୟାର ସଫଳ ମୁକାବିଲା କରାଯାଇପାରିଛି । ଜନସାଧାରଣଙ୍କ ସହଯୋଗ ରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ଥରେ ପ୍ରମାଣିତ କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡିକର ସମସ୍ତ ଜନସାଧାରଣ, ନାଗରିକ ସଂଗଠନ ମାନଙ୍କୁ ରିଲିଫ ଓ ସ୍ଥାନାନ୍ତର କାର୍ଯ୍ୟରେ ସେମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ । କେନ୍ଦ୍ର ସରକାର ଏବଂ ବିଭିନ୍ନ କେନ୍ଦ୍ରୀୟ ସଂସ୍ଥା ଯଥା NDRF, IMD ଓ ଅନ୍ୟାନ୍ୟ କେନ୍ଦ୍ରୀୟ ସଂସ୍ଥାକୁ ସେମାନଙ୍କ ସହଯୋଗ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଛି। ବିଦ୍ୟୁତ ଯୋଗାଯୋଗ ପ୍ରକ୍ରିୟା ୭୫ ରୁ ୮୦ ପ୍ରତିଶତ ସ୍ବଭାବିକ ହୋଇଛି ବୋଲି ପ୍ରକାଶ କରି ସେ କହିଲେ ଯେ ଜଳମଗ୍ନ ଅଞ୍ଚଳ ବ୍ୟତୀତ ଅନ୍ୟ ସମସ୍ତ ସ୍ଥାନରେ ବିଦ୍ୟୁତ ଯୋଗାଯୋଗ ସ୍ବଭାବିକ ହୋଇଛି। ପାନୀୟ ଜଳ ପାଇଁ ଡିଜି ସେଟ୍‌, ଟ୍ୟାଙ୍କର ଜରିଆରେ ବ୍ୟବସ୍ଥା କରାଯାଉଛି ବୋଲି  ସୂଚନା ଦେଇଥିଲେ ।

ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଏକ ଉପସ୍ଥାପନା ରଖି କରିଥିଲେ ଯେ ଲୋକଙ୍କ ସୁରକ୍ଷା ପାଇଁ ୧୨ଟି ଜିଲ୍ଲାର ୭ ଲକ୍ଷ ୧୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୮୪୧୦ଟି ଆଶ୍ରୟ ସ୍ଥଳରେ ରଖାଯାଇଥିଲା । ୨୦୦ଟି ବ୍ଲକ୍‌ରେ ପ୍ରବଳ ବର୍ଷା ହୋଇଥିଲା । ମୟୁରଭଂଜର କୁସୁମୀ ବ୍ଲକ୍‌ରେ ୫୧୫ ମି.ମି ବର୍ଷା ହୋଇଥିଲା । ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀରେ ବନ୍ୟାଜଳ ବଢୁଥିବା ସତ୍ତ୍ବେ ବନ୍ୟା ଆଶଂକା କମ୍‌ ବୋଲି ପ୍ରକାଶ କରି କହିଥିଲେ ଯେ ବୈତରଣୀ ନଦୀର ନିମ୍ନାଞ୍ଚଳରେ ବନ୍ୟାର ସମ୍ଭାବନା ରହିଛି ଓ ସେଥିପ୍ରତି ସତର୍କ ଦୃଷ୍ଟି ରଖାଯାଇଛି ।

ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇ କୁହାଯାଇଥିଲା ଯେ ସମସ୍ତ ୩୩ ଓ ୧୧ କେଭି ଫିଡର ମରାମତି ପ୍ରକ୍ରିୟା ଜାରି ରହିଛି ଏବଂ ଏହା ଖୁବ୍‌ ଶୀଘ୍ର ଶେଷ ହେବ । ୩୦ ଲକ୍ଷ ପ୍ରଭାବିତ ଉପଭୋକ୍ତାଙ୍କ ମଧ୍ୟରୁ ଆଜି ସଂଧ୍ୟା ସୁଦ୍ଧା ୨୩ ଲକ୍ଷ ଉପଭୋକ୍ତାଙ୍କୁ ବିଜୁଳି ଯୋଗାଯୋଗ ସ୍ବଭାବିକ କରାଯିବ ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମୁଦାୟ ୬୨ଟି ବ୍ଲକ ପ୍ରଭାବିତ ହୋଇଛି । ସବୁ ପାଇପ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି । ୫୭୧ଟି ପାଇପ ଜଳ ପ୍ରକଳ୍ପକୁ ଜେନ୍‌ସେଟ୍‌ ଜରିଆରେ କାର୍ଯ୍ୟକାରୀ କରାଯାଉଛି ଏବଂ ୩୪୬ଟି ଟ୍ୟାଙ୍କର ଜରିଆରେ ଜଳମଗ୍ନ ସ୍ଥାନକୁ ପାନୀୟ ଜଳ ଯୋଗାଇ ଦିଆଯାଉଛି। ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଅତିରିକ୍ତ ଟ୍ୟାଙ୍କର ପଠାଯାଇଛି ।

ଜଳସଂପଦ ବିଭାଗର ସୂଚନା ଅନୁଯାୟୀ କେନ୍ଦ୍ରାପଡା, ବାଲେଶ୍ବର ଓ ଭଦ୍ରକ ଅଂଚଳରେ କେତେକ ସ୍ଥାନରେ ଘାଇ ସୃଷ୍ଟି ହୋଇଛି ଏବଂ ଜଳମଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘାଇର ଆକଳନ କରାଯାଉଛି ଏବଂ ବିଭିନ୍ନ ସ୍ଥାନରେ ମରାମତି କାର୍ଯ୍ୟ ଚାଲିଛି ।

ମହିଳା ଓ ଶିଶୁବିକାଶ ବିଭାଗର ସୂଚନା ଅନୁଯାୟୀ ୪୫୦୦ ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରାଯାଇଥିଲା । ସେଥିମଧ୍ୟରୁ ୨୧୦୦ଙ୍କୁ ହସ୍‌ପିଟାଲକୁ ସ୍ଥାନାନ୍ତରୀତ କରାଯାଇଥିଲା । ବାତ୍ୟା ସମୟରେ ୭୫୦ ନବଜାତ ଶିଶୁ ଜନ୍ମ ହୋଇଛନ୍ତି ।

ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସମସ୍ତ କୋଭିଡ ହସ୍‌ପିଟାଲରେ ଭିତ୍ତିଭୂମି ଠିକ୍‌ ରହିଛି । ଆଜି ସଂଧ୍ୟା ସୁଦ୍ଧା ଗଛ ପଡି ଅବରୋଧ ହୋଇଥିବା ସମସ୍ତ ସଡକ ଗୁଡିକ ଆବରୋଧମୁକ୍ତ କରାଯିବ।

ଗ୍ରାମ ଉନ୍ନୟନ ବିଭାଗର ୩୫୦ଟି ସଡକ ଅବରୋଧ ହୋଇଥିବା ବେଳେ ଏହିସବୁ ଗୁଡିକ ଆଜି ସଂଧ୍ୟା ସୁଦ୍ଧା ଅବରୋଧମୁକ୍ତ ହେବ ।

ବୈଠକରେ ବାଲେଶ୍ବର, ଭଦ୍ରକ, ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ଜିଲ୍ଲାରେ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟକ୍ରମ ଗୁଡିକର ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ସଂଯୋଜନା କରିଥିଲେ । ସଂପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Previous Post

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ, କାଲି ଆସିବେ ପ୍ରଧାନମନ୍ତ୍ରୀ

Next Post

ବାତ୍ୟା ପାଇଁ ଦୀର୍ଘସୂତ୍ରୀ ବ୍ୟବସ୍ଥା ଚାହିଁଲେ ନବୀନ

Next Post
ବାତ୍ୟା ପାଇଁ ଦୀର୍ଘସୂତ୍ରୀ ବ୍ୟବସ୍ଥା ଚାହିଁଲେ ନବୀନ

ବାତ୍ୟା ପାଇଁ ଦୀର୍ଘସୂତ୍ରୀ ବ୍ୟବସ୍ଥା ଚାହିଁଲେ ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19176 shares
    Share 7670 Tweet 4794
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA