Monday, August 31, 2026 11:25 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନୂଆ ମେୟର ଓ ପୌରାଧ୍ୟକ୍ଷଙ୍କୁ ପାଠ ପଢ଼ାଇଲେ ନବୀନ

ଲୋକଙ୍କ ସାଥୀରେ ରୁହ, ସେମାନଙ୍କ ସମସ୍ୟା ସମାଧାନ କର

by Our Correspondent
25 Apr, 2022- 01:53 PM
in Latest News, News
1 min read
0
ନୂଆ ମେୟର ଓ ପୌରାଧ୍ୟକ୍ଷଙ୍କୁ ପାଠ ପଢ଼ାଇଲେ ନବୀନ

ଭୁୁବନେଶ୍ୱର: ନବ ନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷଙ୍କୁ ସେମାନଙ୍କ କାର୍ଯ୍ୟ ତରିକା ସମ୍ପର୍କରେ ଆଜି ପାଠ ପଢ଼ାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର । ଲୋକଙ୍କ ସାଥୀରେ ରୁହ ଏବଂ ସେମାନଙ୍କ ସମସ୍ୟାର ସମାଧାନ କର ବୋଲି କହିଛନ୍ତି ।

ଆଜି ଲୋକସେବା ଭବନର କନଭେନସନ୍ ସେଣ୍ଟରଠାରେ ମେୟର ଓ ପୌରାଧ୍ୟକ୍ଷମାନଙ୍କ ପାଇଁ ‘ପୌର ଶାସନ ପ୍ରଣାଳୀ ଏବଂ ଉନ୍ନୟନ ପଦ୍ଧତି’ ଶୀର୍ଷକ କର୍ମଶାଳାକୁ ଉଦଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି ।

ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତରରେ ୫-ଟି ନୀତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକସ୍ତରରେ ଏହି ନୀତିକୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଜାଗା ମିଶନ, ସୁଜଳ, ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତ ଯୋଜନା, ଆହାର, ସ୍ମାର୍ଟ ଏଲଇଡି ଲାଇଟ୍ ଆଦି ସରକାରଙ୍କ ଫ୍ଲାଗସିପ୍ କାର୍ଯ୍ୟକ୍ରମ ଉପରେ ଫୋକସ୍ କରିଥିଲେ । କହିଥିଲେ, ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି । ଜାଗା ମିଶନ ବିକାଶମୁଖୀ ଦେଶମାନଙ୍କ ପାଇଁ ଏକ ମଡ଼େଲ ହୋଇଛି । ସେହିପରି ଟ୍ୟାପ୍ ରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ।

ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି । ଏ ପର୍ଯ୍ୟନ୍ତ ୧ ଲକ୍ଷ ୭୫ ହଜାର ପରିବାରକୁ ଭୂମି ଅଧିକାର ଦିଆଯାଇଥିବା ବେଳେ ୫୮୫ ବସ୍ତିକୁ ଆଦର୍ଶ ବସ୍ତିରେ ପରିଣତ କରାଯାଇଛି । ସୁଜଳ କାର୍ଯ୍ୟକ୍ରମରେ ପୁରୀରେ ଟ୍ୟାପ୍ ରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳେ ରାଜ୍ୟର ୨୦ଟି ସହରରେ ଏଥିପାଇଁ କାମ ଚାଲିଛି । ସେହିପରି ସେହିଭଳି କୋଭିଡ୍ ସମୟରେ ସହରର ଗରିବ ଲୋକ ଓ ଦାଦନ ଶ୍ରମିକମାନଙ୍କ ପାଇଁ ଆରମ୍ଭ ହୋଇଥିବା ମୁକ୍ତା ଯୋଜନା ଜାରି ରହିବ ଓ ଏଥିପାଇଁ ବଜେଟ୍ ରେ ୫୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପରିମଳ ସବୁଠାରୁ ଗୁରୁତ୍ୱ ପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଚଳିତ ପୌର ନିର୍ବାଚନରେ ମା’ ମାନେ ବହୁ ସଂଖ୍ୟାରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଲୋକଙ୍କ ଆସ୍ଥା ଜାରି ରଖ ବୋଲି ପରାମର୍ଶ ଦେଇଥିଲେ ।

କର୍ମଶାଳାରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ନଗର ଉନ୍ନୟନ ବିଭାଗ ସଚିବ ଜି. ମିଥିଭାତନନ ଓ ପୌର ନିର୍ଦେଶକ ସଂଗ୍ରାମଜିତ୍ ନାୟକ ପ୍ରମୁଖ ଯୋଗଦେଇଥିଲେ ।

Previous Post

ଦିନବେଳା ବିଜୁଳିକାଟ ହେବନି !

Next Post

କାଲିଠାରୁ ୫ ଦିନ ସ୍କୁଲ ଛୁଟି

Next Post
କାଲିଠାରୁ ୫ ଦିନ ସ୍କୁଲ ଛୁଟି

କାଲିଠାରୁ ୫ ଦିନ ସ୍କୁଲ ଛୁଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA