Wednesday, March 4, 2026 08:54 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନୂଆବର୍ଷରେ ମେଟ୍ରୋ ରେଳ ଶିଳାନ୍ୟାସ

୫୯୨୯ କୋଟି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

by Our Correspondent
07 Oct, 2023- 08:01 PM
in Latest News, News
1 min read
0
ନୂଆବର୍ଷରେ ମେଟ୍ରୋ ରେଳ ଶିଳାନ୍ୟାସ

ଭୁବନେଶ୍ୱର: ଭୁବନେଶ୍ୱରରେ ମେଟ୍ରୋ ରେଳ ସ୍ୱପ୍ନ ସାକାର ହେବାକୁ ଯାଉଛି । ଆସନ୍ତା ୨୦୨୪ ଜାନୁଆରୀ ୧ ତାରିଖ ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହି ପ୍ରକଳ୍ପର ଶିଳାନ୍ୟାସ ହେବ । ଏଥିପାଇଁ ୫୯୨୯ କୋଟି ଟଙ୍କାର ଡିପିଆରକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁର କରିଛନ୍ତି । ସମ୍ପୂର୍ଣ୍ଣ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ୫-ଟି ଅଧୀନରେ ହେବାକୁ ଥିବା ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ୪ ବର୍ଷରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ତ୍ରିଶୂଳିଆରୁ ଭୁବନେଶ୍ୱର ଏୟାରପୋର୍ଟ ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ ରେଳ । ସମୁଦାୟ ୨୦ଟି ଷ୍ଟେସନ ରହିବ । ଏହି ଷ୍ଟେସନ୍ ଗୁଡ଼ିକ ନନ୍ଦନକାନନ, କିଟ୍ ସ୍କୋୟାର୍, ଡମଣା ସ୍କୋୟାର୍, ଜୟଦେବବିହାର, ବାଣୀବିହାର, ରାମମନ୍ଦିର, ଭୁବନେଶ୍ୱର ରେଳ ଷ୍ଟେସନ୍, ବାପୁଜୀ ନଗର, ଶିଶୁ ଭବନ ଏବଂ କ୍ୟାପିଟାଲ୍ ହସ୍ପିଟାଲ୍ କୁ ସଂଯୋଗ କରିବ । ସଂପୃକ୍ତ ସବୁ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ଧାର୍ଯ୍ୟ ସମୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଆଜି ଏହି ପ୍ରକଳ୍ପର ସମୀକ୍ଷା କରି କହିଥିଲେ ଯେ ମେଟ୍ରୋ ରେଲ୍ ପ୍ରକଳ୍ପ ଓଡ଼ିଶାର ଏକ କ ବୃହ ଲ୍ୟାଣ୍ଡମାର୍କ ପ୍ରୋଜେକ୍ଟ । ମେଟ୍ରୋ ରେଲ୍ ସିଷ୍ଟମ୍ ରେ ଦେଶର ପ୍ରମୁଖ ବଛା ବଛା ସହର ମଧ୍ୟରେ ଭୁବନେଶ୍ୱର ସ୍ଥାନ ପାଇବ । ସହର ଭିତରେ ସାଧାରଣ ପରିବହନ ବ୍ୟବସ୍ଥାକୁ ଏହା ଆହୁରି ଦୃଢ଼ୀଭୂତ କରିବା ସହ ସହରର ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ । ଏହି ମେଗା ପ୍ରକଳ୍ପ ଭୁବନେଶ୍ୱରକୁ ଦେଶର ଏକ ପ୍ରମୁଖ ବସତି ସହର ଭାବେ ଗଢ଼ି ତୋଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

୫-ଟି ସଚିବ ଭି.କେ.ପାଣ୍ଡିଆନ୍ ମେଟ୍ରୋ ରେଲ୍ ପ୍ରକଳ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ । ସବୁ ବର୍ଗର ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏହାର ରୁଟ୍ ପ୍ରସ୍ତୁତ ହୋଇଛି । ପରବର୍ତ୍ତୀ ପର୍ଯ୍ୟାୟରେ ଏହି ମେଟ୍ରୋ ପ୍ରକଳ୍ପ ସହର ଓ ସହର ବାହାରେ ଅନ୍ୟ ବିକାଶ କେନ୍ଦ୍ରଗୁଡ଼ିକ ସହ ସଂଯୋଗ ହେବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କର ଏହି ସମୀକ୍ଷା ବୈଠକରେ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ଉନ୍ନୟନ କମିସନର ଶ୍ରୀମତୀ ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାଥନନ୍ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ସୂଚନାଥାଉକି, ଓଡ଼ିଶା ସରକାର ଇତିମଧ୍ୟରେ ଭୁବନେଶ୍ୱର ମେଟ୍ରୋ ରେଲ୍ କର୍ପୋରେସନ୍ ଗଠନ କରିସାରିଛନ୍ତି । ପ୍ରକଳ୍ପ କାର୍ଯ୍ୟ ଦେଖାଶୁଣା ପାଇଁ ଉନ୍ନୟନ କମିସନରଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ମଧ୍ୟ ଗଠନ ହୋଇଛି ।

Previous Post

ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଅତିରିକ୍ତ ଅନୁଦାନ

Next Post

ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ବାଦାମବାଡ଼ିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

Next Post
ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ବାଦାମବାଡ଼ିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ବାଦାମବାଡ଼ିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA