Tuesday, August 11, 2026 01:00 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୟୁରଭଞ୍ଜରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଜିଲ୍ଲାରେ ୨୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

by Our Correspondent
22 Oct, 2021- 03:00 PM
in Latest News, News
1 min read
0
ମୟୁରଭଞ୍ଜରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୁରଭଞ୍ଜ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୨୧ ଲକ୍ଷ ୪୦ ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ରାଜ୍ୟର ୬ଟି ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ସ୍ୱାସ୍ଥ୍ୟ ସେବା ଇତିହାସରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । ସେପ୍ଟେମ୍ବର ପହିଲାରୁ ଓଡିଶାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ଜରିଆରେ ସ୍ୱାସ୍ଥ୍ୟ ସେବା ପ୍ରଦାନ ଆରମ୍ଭ ହୋଇଛି। ଏହି କାର୍ଡଟି ବିପଦ ସମୟର ପ୍ରକୃତ ବନ୍ଧୁ ବୋଲି କହିଥିଲେ । ଏହାଦ୍ବାରା ଜନସାଧାରଣଙ୍କ ଜୀବନରେ ବଡ ପରିବର୍ତ୍ତନ ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଲେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୟୁରଭଞ୍ଜ ଜିଲ୍ଲାରେ ବିଭିନ୍ନ ବିକାଶ କାମକୁ ତ୍ୱରାନ୍ୱିତ କରାଯାଉଛି ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ । ଗତ ଜୁଲାଇରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପରେ କେନାଲରୁ ପାଣି ଛଡା ଯାଇଥିବା ବେଳେ, ୯୪ଟି ଗାଁର ୧୫ ହଜାର ହେକ୍ଟର ଜମି ପାଣି ପାଉଛି। ସେହିପରି ମୟୁରଭଂଜର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦେବା ପାଇଁ ୩୨୦୦ କୋଟି ଟଙ୍କାର ମେଗା ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଧାରାକୁ ଆଗେଇ ନେଇ ଆଜି ଆହୁରି ୨୩୦୦ କୋଟି ଟଙ୍କାର ୫୦୦ରୁ ଅଧିକ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ଦିଆଯାଉଛି ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ନବ ଦାସ, ପ୍ରତାପ ଜେନା, ସୁଦାମ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇ ରାଜ୍ୟରେ ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ ।

Previous Post

କଂଗ୍ରେସ ଛାଡ଼ିଲେ ପ୍ରଦୀପ ମାଝୀ

Next Post

ସୌମ୍ୟଙ୍କ ପୁଣି ବ୍ଲାକମେଲିଂ !

Next Post
ସୌମ୍ୟଙ୍କ ପୁଣି ବ୍ଲାକମେଲିଂ !

ସୌମ୍ୟଙ୍କ ପୁଣି ବ୍ଲାକମେଲିଂ !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA