Tuesday, June 30, 2026 07:21 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରଶାସନକୁ ସହଯୋଗ କରନ୍ତୁ, ଡବଲ୍ ମାସ୍କ ପିନ୍ଧନ୍ତୁ: ମୁଖ୍ୟମନ୍ତ୍ରୀ

'ସାମାନ୍ୟ ହେଳା ବଡ ବିପଦ ସୃଷ୍ଟି କରିପାରେ'

by Our Correspondent
24 May, 2021- 04:37 PM
in Latest News, News
1 min read
0
ପ୍ରଶାସନକୁ ସହଯୋଗ କରନ୍ତୁ, ଡବଲ୍ ମାସ୍କ ପିନ୍ଧନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାଢ଼େ ଚାରି କୋଟି ଓଡ଼ିଶାବାସୀ ମୋର ପରିବାର । ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ଼ ପ୍ରାଥମିକତା । ଆମେ ଏକା ସମୟରେ ଦୁଇଟି ବଡ଼ ବିପଦର ସାମନା କରୁଛୁ-କୋଭିଡ୍ ଓ ବାତ୍ୟା ୟଶ୍ । ତେଣୁ ସମସ୍ତେ ପ୍ରଶାସନକୁ ସ୍ଥାନାନ୍ତରରେ ସହଯୋଗ କରିବା ସହ ଡବଲ୍ ମାସ୍କ ପିନ୍ଧିବାକୁ ନିବେଦନ କରୁଛି । 

ଆସୁଥିବା ବାତ୍ୟା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଭିଡ଼ିଓ ବାର୍ତ୍ତା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତ୍ୟେକ ଲୋକଙ୍କୁ ନିରାପଦ ସ୍ଥାନରେ ପହଞ୍ଚାଇବା ଆମର ଲକ୍ଷ୍ୟ । ତେଣୁ ସମସ୍ତେ ବାତ୍ୟା ଆଶ୍ରୟସ୍ଥଳ ତଥା ପକ୍କା ଘର ଆଦି ନିରାପଦ ସ୍ଥାନକୁ ଚାଲିଆସନ୍ତୁ । କୋଭିଡ ପାଇଁ ପ୍ରଶାସନ ଗତ ଦୁଇ ମାସ ଧରି ଚାପରେ ଅଛି । ତେଣୁ ବାତ୍ୟାର ମୁକାବିଲା ପାଇଁ ଜନସାଧାରଣ ସ୍ଥାନାନ୍ତରରେ ପ୍ରଶାସନକୁ ପୁରା ସହଯୋଗ କରନ୍ତୁ । ଯେହେତୁ ଏବେ କୋଭିଡ ସମୟ, ତେଣୁ ଆମକୁ ଅଧିକ ସାବଧାନ ରହିବାକୁ ହେବ। ଆପଣମାନେ ବାତ୍ୟା ଆଶ୍ରୟସ୍ଥଳ ବା ପକ୍କା ଘର, ଯେଉଁଠାରେ ବି ଥାଆନ୍ତୁ, ଦୁଇଟି ମାସ୍କ ଏକ ସମୟରେ ପିନ୍ଧନ୍ତୁ । ବର୍ତ୍ତମାନ ପରିସ୍ଥିତିରେ ଗୋଟିଏ ନୁହେଁ, ଦୁଇଟି ମାସ୍କ ପିନ୍ଧିବା ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଜରୁରୀ । ଡବଲ ବିପଦ ପାଇଁ ଡବଲ ମାସ୍କ। ତା ସହିତ ସାବୁନ ଓ ସାନିଟାଇଜରରେ ହାତ ମଧ୍ୟ ଧୋଇବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ସାରା ମାନବ ଜାତି ବର୍ତ୍ତମାନ ଏକ କଷ୍ଟକର ସମୟ ଦେଇ ଗତି କରୁଛି ଏବଂ ଗତ ଏକ ବର୍ଷରୁ ଅଧିକ ସମୟ ଧରି କୋଭିଡ ବିରୁଦ୍ଧରେ ଆମର ଲଢେଇ ଜାରି ରହିଛି। ବାତ୍ୟା ୟଶ ବର୍ତ୍ତମାନ ଆମ ପାଇଁ ଆହୁରି ଏକ ବଡ ବିପଦ ଭାବରେ ଦେଖା ଦେଇଛି । ଏକ ସମୟରେ ଦୁଇ ଦୁଇଟି ବଡ ବିପଦ ବାତ୍ୟା ଓ କୋଭିଡ ର ମୁକାବିଲା ଆମକୁ କରିବାକୁ ହେବ । ବାତ୍ୟା ଓଡିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସତର୍କ ରହିବାକୁ ହେବ। ସାମାନ୍ୟ ହେଳା ବଡ ବିପଦ ସୃଷ୍ଟି କରିପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଥିଲେ। ସରକାର ବାତ୍ୟା ଓ କୋଭିଡ ଦୁଇଟି ଯାକ ପରିସ୍ଥିତିର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଜନସାଧାରଣଙ୍କ ସହଯୋଗ ହିଁ ଆମର ପ୍ରସ୍ତୁତିକୁ ଆହୁରି ମଜବୁତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡିଶା ସବୁବେଳେ ଭଲ କାମ କରିଆସିଛି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବିପଦ ସମୟରେ ସାଧାରଣଙ୍କ ଠାରୁ ଆରମ୍ଭ କରି ପଞ୍ଚାୟତ ପ୍ରତିନିଧି ବନ୍ଧୁମାନେ ଓ ନାଗରିକ ସମାଜର (Civil society) ବନ୍ଧୁମାନେ ସମସ୍ତେ ସରକାରଙ୍କୁ ପୁରା ସହଯୋଗ ଦେଇ ଆସିଛନ୍ତି । ତେଣୁ ଏଥର ମଧ୍ୟ, ଆମେ ସମସ୍ତେ ମିଶି ଏ ଦୁଇ ବିପଦ ବିରୁଦ୍ଧରେ ଏକାଠି ଲଢିବା ଓ ନିଶ୍ଚୟ ଜିତିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକାଶ କରିଥିଲେ । ଆବଶ୍ୟକତାକୁ ଦେଖି ମିଶନ୍ ଶକ୍ତି ଗୋଷ୍ଠୀ ଜରିଆରେ ଲୋକଙ୍କୁ ମାସ୍କ ଯୋଗାଇବା ପାଇଁ ସେ କଲେକ୍ଟର ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହିଥିଲେ।

ଏହି ଦୁଇ ଲଢେଇରେ ବିଜୟ ପାଇଁ ପ୍ରଶାସନକୁ ପୁରା ସହଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ବାରମ୍ବାର ନିବେଦନ କରିଛନ୍ତି ।

 

Previous Post

୨୬ ମଧ୍ୟାହ୍ନରେ ‘ୟାସ୍’ ଲ୍ୟାଣ୍ଡଫଲ୍

Next Post

ଏମସ୍ ପକ୍ଷରୁ ୪ ସେବା ଆରମ୍ଭ

Next Post
ଏମସ୍ ପକ୍ଷରୁ ୪ ସେବା ଆରମ୍ଭ

ଏମସ୍ ପକ୍ଷରୁ ୪ ସେବା ଆରମ୍ଭ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA