Tuesday, March 10, 2026 11:13 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୧୪ ପାଳିରେ ୯୬% ଅଭିଯୋଗର ସମାଧାନ

ମୁଖ୍ୟମନ୍ତ୍ରୀଙ୍କ ୧୫ତମ ଅଭିଯୋଗ ଶୁଣାଣି

by Our Correspondent
24 Nov, 2025- 07:30 PM
in Latest News, News
1 min read
0
୧୪ ପାଳିରେ ୯୬% ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୫ତମ ପାଳି । ଗତକାଲିଠାରୁ କେନ୍ଦୁଝର ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସେଠାରୁ ସିଧାସଳଖ ଆସିଥିଲେ ୟୁନିଟ୍-୨ ସ୍ଥିତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ । ମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ ବରିଷ୍ଠ ମନ୍ତ୍ରୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମାଧ୍ୟମରେ ଗତ ୧୪ଟି ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୨,୯୫୦ଟି ଅଭିଯୋଗ ମଧ୍ୟରୁ ୧୨,୩୭୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୯୬ ପ୍ରତିଶତ ଅଟେ । ବାକି ରହିଥିବା ୫୭୯ଟି ଅଭିଯୋଗ ପ୍ରକ୍ରିୟା ମଧ୍ୟରେ ରହିଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

ସବୁଥର ପରି ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ସକାଳେ ଆସି ବାହାରେ ଅପେକ୍ଷା କରିଥିବା ୩୪ଜଣ ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ।

ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଏବଂ ସହାୟତା ପ୍ରଦାନ କରିବା ପାଇଁ ଆମେ ବଦ୍ଧପରିକର।

ସେ ଆହୁରି କହିଥିଲେ ଆମର ଜିଲ୍ଲା ସ୍ତରରେ ମଧ୍ୟ ନିୟମିତ ଭାବେ ଜିଲ୍ଲାପାଳଙ୍କ ଦ୍ୱାରା ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଜିଲ୍ଲା ସ୍ତରରେ ଆସୁଥିବା ଅଭିଯୋଗ ଗୁଡିକୁ ସେଠାରେ ସମାଧାନ କରିବା ପାଇଁ ଜିଲ୍ଲାପାଳ ଓ ଏସ୍.ପି ମାନଙ୍କୁ ଗତ ଜିଲ୍ଲାପାଳ ଓ ଏସ୍.ପି. ସମ୍ମିଳନୀରେ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ଅଧିକାଂଶ ସମସ୍ୟାଗୁଡିକ ସ୍ଥାନୀୟ ପ୍ରଶାସନ ଦ୍ୱାରା ସମାଧାନ ହୋଇପାରିବ। ଲୋକମାନଙ୍କୁ ସେମାନଙ୍କର ସମସ୍ୟା ନେଇ ଭୁବନେଶ୍ୱର ଆସିବାକୁ ପଡିବ ନାହିଁ।

ଆଜି ଆସିଥିବା ଅଭିଯୋଗକାରୀମାନଙ୍କ ମଧ୍ୟରେ ଜଣେ ମହିଳା ହିତାଧିକାରୀ ମୁଖ୍ୟମନ୍ତ୍ରୀଙ୍କ ଯୋଗୁଁ ତାଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହୋଇଥିବାରୁ ସେ ସ୍ୱତନ୍ତ୍ର ଭାବେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। କିଛି ଅଭିଯୋଗକାରୀ ନିଜର ବ୍ୟକ୍ତିଗତ ସମସ୍ୟାକୁ ନେଇ ବ୍ୟତିବ୍ୟସ୍ତ ଥିବାରୁ, ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଭରସା ଓ ଆଶ୍ୱାସନା ଦେଇ ବୁଝାଇଥିଲେ ଏବଂ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଏବଂ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

Previous Post

ଡା ଶିବାନନ୍ଦ ମହାନ୍ତିଙ୍କୁ ପ୍ରଥମ ‘ହିରୋ’ ପୁରସ୍କାର

Next Post

ଗଣଦୁଷ୍କର୍ମ ପୀଡିତା ଡାକ୍ତରଖାନାରେ, ନେତୃବୃନ୍ଦ ଦିଲ୍ଲୀ ନାଚ ଗୀତରେ

Next Post
ଗଣଦୁଷ୍କର୍ମ ପୀଡିତା ଡାକ୍ତରଖାନାରେ, ନେତୃବୃନ୍ଦ ଦିଲ୍ଲୀ ନାଚ ଗୀତରେ

ଗଣଦୁଷ୍କର୍ମ ପୀଡିତା ଡାକ୍ତରଖାନାରେ, ନେତୃବୃନ୍ଦ ଦିଲ୍ଲୀ ନାଚ ଗୀତରେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA