ଭୁବନେଶ୍ୱର: ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟର ଠାରେ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଯାଇଛି । ସମ୍ମିଳନୀରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିଜ ଅନୁଭୁତି ଓ ଅଭିଜ୍ଞତାରୁ ପ୍ରଶାସନିକ ସ୍ତରରେ ପୂର୍ବରୁ ହେଉଥିବା ଅନେକ ତ୍ରୁଟି ବିଚ୍ୟୁତି ସମ୍ପର୍କରେ ମଧ୍ୟ ଜିଲ୍ଲାପାଳମାନଙ୍କୁ ସଚେତନ କରିଛନ୍ତି।







