ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ ୬ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି । ଆସନ୍ତାକାଲି ଅର୍ଥାତ୍ ଏପ୍ରିଲ୍ ୨୭ ତାରିଖରୁ ମେ’ ୨ ତାରିଖ ପର୍ଯ୍ୟନ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ କ୍ଲାସ୍ ବନ୍ଦ ରହିବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଏହି ନିଷ୍ପତ୍ତି ନିଆଯାଇଛି ।
ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ ପୂର୍ବରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ସରକାରୀ ଓ ବେସରକାରୀ ସ୍କୁଲକୁ ଆଜିଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି । ଏପ୍ରିଲ୍ ୩୦ ଯାଏ ସ୍କୁଲଗୁଡ଼ିକରେ କ୍ଲାସ୍ ବନ୍ଦ ରହିବ ।