Thursday, June 25, 2026 02:11 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା 

୨୬ ଲକ୍ଷ ଶ୍ରମିକ ପାଇଲେ ୩୮୫ କୋଟି

by Our Correspondent
15 Jul, 2021- 07:20 PM
in Latest News, News
1 min read
0
ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା 

ଭୁବନେଶ୍ୱର: ରାଜ୍ୟର ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା ପ୍ରଦାନ କରାଯାଇଛି । ଗତବର୍ଷ ଭଳି ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ମିଳିଛି ୧୫୦୦ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି । ୨୬ ଲକ୍ଷ ଶ୍ରମିକଙ୍କ ଆକାଉଣ୍ଟକୁ ୩୮୫ କୋଟି ଟଙ୍କା ପ୍ରଦାନ କରାଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରମିକମାନଙ୍କ ଅବଦାନ ସମ୍ପର୍କରେ ଉଲ୍ଲେଖ କରି ନିର୍ମାଣ ଶ୍ରମିକମାନଙ୍କୁ ଜଣେ ଜଣେ ବିଶ୍ୱକର୍ମା ଭାବରେ ବର୍ଣ୍ଣନା କରିଥିଲେ । ଅନ୍ୟର ସୁବିଧା ପାଇଁ ସେମାନେ ନିଜ ସୁଖକୁ ଭୁଲିଯାଆନ୍ତି । ଖରାକୁ ପିଠି ଦେଖାଇ, ଭୋକ ଶୋଷ ଭୁଲି ବଡ଼ ବଡ଼ କୋଠା, ରାସ୍ତା, ସେତୁ ତିଆରି କରନ୍ତି । ବିକାଶର ପ୍ରତିଟି ପୃଷ୍ଠାରେ ନିର୍ମାଣ ଶ୍ରମିକଙ୍କ ତ୍ୟାଗ ଓ ପରିଶ୍ରମର କାହାଣୀ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗରିବ ଲୋକଙ୍କ ତ୍ୟାଗକୁ ସମ୍ମାନ ଦ୍ୱାରା ହିଁ ଆମେ ବିକାଶ ସହ ସମସ୍ତଙ୍କୁ ଯୋଡି ପାରିବା। ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ସହାୟତା ପାଇଥିବାରୁ ନିର୍ମାଣ ଶ୍ରମିକ ମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ । ଗଞ୍ଜାମର ରବୀନ୍ଦ୍ର ପ୍ରଧାନ, କଟକର ନବଘନ ପରିଡା, ବରଗଡର କେଶବ ପ୍ରଧାନ, ସୁନ୍ଦରଗଡର ରେଣୁ ମିଞ୍ଜ ମୁଖ୍ୟମନ୍ତ୍ରୀଙ୍କ ସହ ଭିଡ଼ିଓ କନଫରେନ୍ସିଂରେ ଯୋଡି ହୋଇଥିଲେ । ଆପଣଙ୍କ ସହାୟତା ଆମକୁ ଏ ବିପଦ ବେଳେ ବଞ୍ଚିବାର ରାହା ଦେଇଛି ବୋଲି କହି ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତେ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ସେମାନଙ୍କୁ କେତେ ଟଙ୍କା ପାଇଛ ବୋଲି ପଚାରି ବୁଝିଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରମ ଓ ଇ.ଏସ୍‌.ଆଇ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ, ଶ୍ରମ ଆଇନର କାର୍ଯ୍ୟକାରୀତା ଓ ନାଗରିକ କେନ୍ଦ୍ରୀକ ଯୋଜନା ଉପରେ ଆଲୋକପାତ କରିଥିଲେ । ଓଡିଶା କୋଠାବାଡି ଓ ଅନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷ ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ କହିଥିଲେ ଯେ ବୋର୍ଡ ଅଧୀନରେ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ୩୨ଟି ଯୋଜନା କାର୍ଯ୍ୟକାରୀ କରାଯାଉଛି ଏବଂ ଏହିସବୁ ସେବାକୁ ୫-ଟି ଜରିଆରେ ଦକ୍ଷତାର ସହ ତୁରନ୍ତ ଯୋଗାଇ ଦିଆଯାଉଛି ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

କାର୍ଯ୍ୟକ୍ରମରେ ବିଧାୟକ କିଶୋର ମହାନ୍ତି, ରାଜେନ୍ଦ୍ର ସାହୁଙ୍କ ସମେତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ବିଭାଗୀୟ ସଚିବ ଶ୍ରୀମତୀ ଚିତ୍ରା ଅରମୁଗମ୍, ଶ୍ରମ କମିଶନର ଏବଂ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ସାରା ରାଜ୍ୟର ୩୧୪ ବ୍ଲକ ର ନିର୍ମାଣ ଶ୍ରମିକ ମାନେ  ଏହି କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ ।

Previous Post

ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ୍, କଟକଣା ଅଧିକ କୋହଳ

Next Post

ମିଶନ ଶକ୍ତିକୁ ୪୫୩.୫୦ କୋଟିର କୋଭିଡ୍ ପ୍ୟାକେଜ

Next Post
ମିଶନ ଶକ୍ତିକୁ ୪୫୩.୫୦ କୋଟିର କୋଭିଡ୍ ପ୍ୟାକେଜ

ମିଶନ ଶକ୍ତିକୁ ୪୫୩.୫୦ କୋଟିର କୋଭିଡ୍ ପ୍ୟାକେଜ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA