Sunday, April 26, 2026 03:05 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପ୍ରତାପ ଜେନାଙ୍କୁ କୋର୍ଟ ସମନ

ମାହାଙ୍ଗା ଡବଲ ମର୍ଡର

by Our Correspondent
14 Oct, 2023- 08:23 PM
in Latest News, News
1 min read
0
ପ୍ରତାପ ଜେନାଙ୍କୁ କୋର୍ଟ ସମନ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କୁ ଆଜି ମିଳିଛି କୋର୍ଟ ସମନ । ସାଲେପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ(ଜେଏମଏଫସି) ଅଦାଲତ ସ୍ୱତନ୍ତ୍ର ମେସେଞ୍ଜରଙ୍କ ମାଧ୍ୟମରେ ଶ୍ରୀ ଜେନାଙ୍କୁ ସମନ ଜାରି କରିଛନ୍ତି । ଭୁବନେଶ୍ୱରସ୍ଥିତ ତାଙ୍କ ସରକାରୀ ବାସଭବନକୁ ଅଦାଲତ କର୍ମଚାରୀ(ସ୍ୱତନ୍ତ୍ର ମେସେଞ୍ଜର) ଆସି ଏହି ସମନ୍ ହସ୍ତାନ୍ତର କରିଥିଲେ । ଆସନ୍ତା ୩୧ ତାରିଖରେ ଅଦାଲତରେ ହାଜର ହେବା ପାଇଁ ଏଥିରେ ନିର୍ଦ୍ଦେଶ ରହିଛି ।

ମାହାଙ୍ଗାର ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ମାମଲାରେ ବିଧାୟକ ଶ୍ରୀ ଜେନା ଜଣେ ଅଭିଯୁକ୍ତ । ତାଙ୍କ ବିରୋଧରେ ଆଇପିସିର ଦଫା ୩୦୨(ହତ୍ୟା), ୧୨୦-ବି(ଅପରାଧିକ ଷଡ଼ଯନ୍ତ୍ର),୫୦୬(ହତ୍ୟା ଧମକ) ଲାଗିଛି । ଅଭିଯୋଗକାରୀ ଓ ସାକ୍ଷୀଙ୍କ ବୟାନ ତଥା ଅନ୍ୟାନ୍ୟ ତଥ୍ୟରୁ ସାଲେପୁର ଜେଏମଏଫସି ଅଦାଲତ କଗନିଜାନ୍ସ ଗ୍ରହଣ କରିଛନ୍ତି । ଶ୍ରୀ ଜେନାଙ୍କ ବିରୋଧରେ ମାମଲା ଆଗେଇବା ପାଇଁ ପ୍ରମାଣଯୋଗ୍ୟ ଉପାଦାନ ରହିଥିବାରୁ ଅଦାଲତ ତାଙ୍କୁ ସମନ୍ ଜାରି କରିଛନ୍ତି ।

୨୦୨୧ ଜାନୁଆରୀ ୨ ତାରିଖରେ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ଏତଲାରେ ବିଧାୟକ ତଥା ତତ୍କାଳୀନ ମନ୍ତ୍ରୀ ଶ୍ରୀ ଜେନାଙ୍କ ନାଁରେ ଅଭିଯୋଗ ଥିଲା । ତେବେ କୋର୍ଟରେ ପୁଲିସ ଦାଖଲ କରିଥିବା ଚାର୍ଜସିଟ୍ ରୁ ତାଙ୍କୁ ବାଦ୍ ଦେଇଥିଲା । ପୁଲିସର ଚାର୍ଜସିଟ୍ ବିରୋଧରେ ଏତଲାକାରୀ ରମାକାନ୍ତ ବରାଳଙ୍କ ପକ୍ଷରୁ ପ୍ରୋଟେଷ୍ଟ ପିଟିସନ ସାଲେପୁର ଜେଏମଏଫସି ଅଦାଲତରେ ଦାଖଲ ହୋଇଥିଲା । ଅଦାଲତ ପିଟିସନର ଶୁଣାଣି କରି ମାମଲାର ସାନି ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ । ତେବେ ପ୍ରତାପ ଜେନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳି ନ ଥିବା ଦର୍ଶାଇ ପୁଲିସ ଚୂଡ଼ାନ୍ତ ରିପୋର୍ଟ ଅଦାଲତରେ ଦାଖଲ କରିଥିଲା ।

ଅନ୍ୟପକ୍ଷରେ ଏହି ଚୂଡ଼ାନ୍ତ ରିପୋର୍ଟରେ କୌଣସି ଆପତ୍ତି ଥିଲେ ଅବଗତ କରିବାକୁ ଏତଲାକାରୀ ରମାକାନ୍ତଙ୍କୁ ଅଦାଲତ ନୋଟିସ୍ ଜାରି କରିଥିଲେ ମଧ୍ୟ ଇତିମଧ୍ୟରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହାପରେ ରମାକାନ୍ତଙ୍କ ଭାଇ ରଣଜିତ ବରାଳ ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ ।

Previous Post

ଅପରାଜିତା ଷଡ଼ଙ୍ଗୀଙ୍କ ଦାଦାଗିରି !

Next Post

କାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

Next Post
କାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

କାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA