Thursday, April 30, 2026 05:37 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଦିମ ଜନଜାତି ପରିବାର ପାଇଁ କୋଭିଡ ସହାୟତା

ପ୍ରତ୍ୟେକ ପରିବାର ଆକାଉଣ୍ଟକୁ ଗଲା ୫ ହଜାର ଟଙ୍କା

by Our Correspondent
07 Jul, 2021- 08:45 PM
in Latest News, News
1 min read
0
ଆଦିମ ଜନଜାତି ପରିବାର ପାଇଁ କୋଭିଡ ସହାୟତା

୬୦ ହଜାର ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀଙ୍କୁ ଛାତ୍ର ବୃତ୍ତି 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୬୪,୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ (PVTG) ୫୦୦୦ ଟଙ୍କା ଲେଖାଏଁ ‘ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ‘ ପ୍ରଦାନ କରିଛନ୍ତି । କୋଭିଡର ଦ୍ଵିତୀୟ ଲହରୀରେ ଏହି ଆଦିମ ଜନଜାତି ପରିବାର ମାନଙ୍କୁ ଆର୍ଥିକ ସୁରକ୍ଷା ଦେବା ପାଇଁ ଏହି ସହାୟତା ପ୍ରଦାନ କରାଯାଇଛି । ଏହା ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଛି । ପୂର୍ବରୁ ସେମାନଙ୍କୁ ୨୫୦୦ ଟଙ୍କାର ରାସନ୍ କିଟ୍ ଏବଂ ମଜୁରୀ କ୍ଷତି ଭରଣା ପାଇଁ ୧୪୦୦ ଟଙ୍କା ଲେଖାଏଁ ଦିଆଯାଇଥିଲା ।

ସୂଚନାଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ୧୬୭୯ ଟି PVTG ଗାଁ ରହିଛି । କୋଭିଡ ସମୟରେ ରାଜ୍ୟ ସରକାର ମାସ୍କ ସାନିଟାଇଜର ଓ ସାବୁନ ବଣ୍ଟନ ସହିତ ସଙ୍ଗରୋଧ କେନ୍ଦ୍ର ଏବଂ ଟୀକାକରଣକୁ ପ୍ରାଥମିକତା ଦେଇ କୋଭିଡ ପରିଚାଳନା କରୁଛନ୍ତି । PVTG ଜନଜାତି ଙ୍କ ମଧ୍ୟରୁ ୩୧୪ ଜଣ କୋଭିଡ଼ ପୀଡ଼ିତ ହୋଇଥିଲେ ମଧ୍ୟ ଗୋଟିଏ ବି ଜୀବନ ହାନି ହୋଇନାହିଁ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ”ମୁଁ ଜାଣେ କାରୋନା ରୋଗ ଯୋଗୁଁ ଗରିବ ଲୋକଙ୍କ ରୋଜଗାର ଉପରେ ବହୁତ ପ୍ରଭାବ ପଢିଛି । ଆପଣମାନଙ୍କ ରୋଜଗାର ଉପରେ ମଧ୍ୟ ବହୁତ ପ୍ରଭାବ ପଡିଛି । ଏ ବିପଦ ସମୟରେ ଆପଣମାନେ ଏକା ନୁହନ୍ତି । ଆପଣଙ୍କ ସାଥିରେ ସରକାର ଅଛନ୍ତି । ଆପଣଙ୍କ କଲ୍ୟାଣ ପାଇଁ ସରକାର କାମ କରୁଛି ।“

ସମସ୍ତେ ସଚେତନ ରହିବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ବିଷୟରେ ଆମେ ବିଶେଷ କିଛି ଜାଣି ନାହୁଁ । ତେଣୁ ଆମକୁ ସାବଧାନ ରହିବାକୁ ହେବ । ମାସ୍କ ପିନ୍ଧିବା , ବାରମ୍ବାର ସାବୁନରେ ହାତ ଧୋଇବା ଓ ଭିଡରୁ ଦୂରରେ ରହିଲେ କାରୋନା ଆମଠାରୁ ଦୂରେଇଯିବ । ତା ସହିତ ସମସ୍ତଙ୍କ ପାଇଁ ଦୁଇ ଡ଼ୋଜ ଟୀକା ଖୁବ ଜରୁରୀ । ସମସ୍ତେ ଟୀକା ନିଅନ୍ତୁ , ନିଜ ପରିବାର , ବନ୍ଧୁ ସମସ୍ତଙ୍କୁ ଟୀକା ନେବାକୁ କୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

ସେହିପରି ଏସସି/ଏସଟି ଛାତ୍ରଛାତ୍ରୀଙ୍କ ବୃତ୍ତି ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ । ୬୦ ହଜାର ଛାତ୍ରଛାତ୍ରୀଙ୍କୁ ଏପ୍ରିଲ, ମେ ଓ ଜୁନ୍ ମାସ ପାଇଁ ଏକକାଳୀନ ପ୍ରାକ୍ ମାଟ୍ରିକ୍ ଛାତ୍ରବୃତ୍ତି ଦିଆଯାଇଥିଲା । ଏହି ଟଙ୍କା ପିଲାମାନଙ୍କ ବାପା ମା’ ଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯାଇଥିଲା । ଝିଅମାନଙ୍କ ପାଇଁ ୨୪୦୦ ଟଙ୍କା ଏବଂ ପୁଅମାନଙ୍କ ପାଇଁ ୨୨୫୦ ଟଙ୍କା ଦିଆଯାଇଛି । ସମୁଦାୟ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହି ସୁବିଧା ପାଇବେ । କୋଭିଡ୍ ଯୋଗୁଁ ଗତବର୍ଷ ମଧ୍ୟ ଆଗୁଆ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାୟଗଡା ଓ କଳାହାଣ୍ଡି ଜିଲ୍ଲାର କେତେକ PVTG ପରିବାର ସହିତ ଆଲୋଚନା କରିଥିଲେ । ସେହିପରି ଛାତ୍ରବୃତ୍ତି ପାଇଥିବା ସମ୍ବଲପୁରର ଜ୍ୟୋତି ସିଂ, ବିଦୂସ୍ମିତା ମୁଣ୍ଡା ଏବଂ ମୟୂରଭଞ୍ଜର ସୋନାଲି ସୋରେନ ଓ ପାର୍ବତୀ ସୋରେନଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଅନୁସୂଚିତ ଜନଜାତି ଓ ଜାତି ବିଭାଗ ପ୍ରମୁଖ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା ସ୍ଵାଗତ ଭାଷଣ ଦେଇଥିଲେ ଓ ଜନଜାତି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ଜଗନ୍ନାଥ ସାରକା, ପ୍ରେମାନନ୍ଦ ନାୟକଙ୍କ ସମେତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Previous Post

ବୈଷ୍ଣବ କ୍ୟାବିନେଟ୍ ମନ୍ତ୍ରୀ, ଟୁଡୁ ରାଷ୍ଟ୍ରମନ୍ତ୍ରୀ

Next Post

ଧର୍ମେନ୍ଦ୍ରଙ୍କ ହାତରୁ ଗଲା ପେଟ୍ରୋଲିୟମ୍ ବିଭାଗ

Next Post
ଧର୍ମେନ୍ଦ୍ରଙ୍କ ହାତରୁ ଗଲା ପେଟ୍ରୋଲିୟମ୍ ବିଭାଗ

ଧର୍ମେନ୍ଦ୍ରଙ୍କ ହାତରୁ ଗଲା ପେଟ୍ରୋଲିୟମ୍ ବିଭାଗ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA