Monday, June 29, 2026 07:00 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୮ ଲକ୍ଷ ଭୂମିହୀନ ଚାଷୀ ପରିବାରଙ୍କୁୁ କୋଭିଡ ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

କାଳିଆ ଯୋଜନାର ଭୂମିହୀନ କୃଷକ ପରିବାର ପାଇଲେ ୩୮୬ କୋଟି ସହାୟତା

by Our Correspondent
30 Jun, 2021- 09:06 PM
in Latest News, News
1 min read
0
୧୮ ଲକ୍ଷ ଭୂମିହୀନ ଚାଷୀ ପରିବାରଙ୍କୁୁ କୋଭିଡ ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ ଚାଷୀ ପରିବାରଙ୍କୁ ୩୮୬ କୋଟି ଟଙ୍କାର କୋଭିଡ୍ ସହାୟତା ପ୍ରଦାନ କରିଛନ୍ତି । ୧୮ ଲକ୍ଷ ଭୂମିହୀନ ଚାଷୀ ପରିବାର ଏଥିରେ ଉପକୃତ ହେବେ । ପ୍ରତ୍ୟେକ ଭୂମିହୀନ ଚାଷୀଙ୍କୁ କାଳିଆ ଯୋଜନାର କିସ୍ତି ସହ ଅତିରିକ୍ତ ଭାବେ ୧ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା ଦିଆଯାଇଛି । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟ ରେ ସିଧାସଳଖ ଜମା କରାଯାଇଛି ।  ସୂଚନାଯୋଗ୍ୟ, କାଳିଆ ଯୋଜନାରେ ଚାଷୀମାନେ ୩ ଟି କିସ୍ତି ରେ ୧୨,୫୦୦ ଟଙ୍କା ପାଇଥାନ୍ତି । 

ଭୂମିହୀନ ଚାଷୀ ପରିବାରକୁ କୋଭିଡ୍ ସହାୟତା ଦେଇ ସେ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀର ତ୍ୟାଗ ଓ ପରିଶ୍ରମ ରହିଛି । ତା’ର ଏହି ତ୍ୟାଗକୁ ଆମେ ସମ୍ମାନ କରୁ । ତା’ର ସ୍ୱାର୍ଥର ସୁରକ୍ଷା ପାଇଁ ଆମର ଲଢ଼େଇ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରି ଏମ.ଏସ୍. ସ୍ୱାମୀନାଥନ୍ କମିଟି ର ସୁପାରିଶ ପ୍ରସଙ୍ଗ ଉଠାଇଥିଲେ । କମିଟିର ସୁପାରିଶକୁ କାର୍ଯ୍ୟକାରୀ କରିବା ପାଇଁ ମୁଁ ସବୁବେଳେ ଦାବି କରି ଆସିଛି ଏବଂ ଏହା ପୂରଣ ହେଲା ପର୍ଯ୍ୟନ୍ତ ଆମର ଲଢ଼େଇ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ୋକ୍ତି ଦେଖାଇଥିଲେ ।

‘କାଳିଆ’ ଯୋଜନାକୁ ତାଙ୍କର ସବୁଠାରୁ ପ୍ରିୟ ଯୋଜନା ବୋଲି ଅଭିହିତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାଳିଆ ଯୋଜନାରେ ଭୂମିହୀନ ଚାଷୀଙ୍କୁ କୋଭିଡ୍ ସହାୟତା ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଚାଷୀ ହେଉଛନ୍ତି ଆମର ଗର୍ବ ଓ ଗୌରବ । ତେଣୁ ଚାଷୀର ସ୍ୱାର୍ଥରକ୍ଷା ତାଙ୍କର ପ୍ରାଥମିକତା ହୋଇ ରହି ଆସିଛି । କାଳିଆ ଯୋଜନା ଯୋଗୁଁ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଫୁଟିଛି ଏବଂ ସେମାନଙ୍କ ମନରେ ଭରସା ଆସିଛି । ଏହି କାରଣ ପାଇଁ ‘କାଳିଆ ଯୋଜନା ମୋର ସବୁଠାରୁ ପ୍ରିୟ ଯୋଜନା’ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।

ବର୍ତ୍ତମାନ କୋଭିଡ୍ ଯୋଗୁଁ ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଛି । ଲକଡାଉନ୍ ଯୋଗୁଁ ଲୋକଙ୍କ ଜୀବନ ଜୀବିକା ଉପରେ ଗଭୀର ପ୍ରଭାବ ପଡ଼ିଛି । ସେଥିପାଇଁ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଉଠାଦୋକାନୀ, ଦୁଗ୍ଧ ଚାଷୀ ଆଦି ବିଭିନ୍ନ ବର୍ଗର ଲୋକମାନଙ୍କ ପାଇଁ କୋଭିଡ୍ ପ୍ୟାକେଜ୍ ଘୋଷଣା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କୋଭିଡ ବିରୋଧରେ ଲଢେଇ କେବଳ ସରକାର ବା ଡାକ୍ତର ବା ସ୍ୱାସ୍ଥ୍ୟକର୍ମୀ ମାନଙ୍କର ନୁହେଁ । ଏହା ଆମ ସମସ୍ତଙ୍କର ଲଢେଇ । ତେଣୁ ଏହି ଲଢେଇରେ ବିଜୟ ପାଇଁ ଚାଷୀ ଭାଇ ମାନେ ସମସ୍ତେ ଟୀକା ନେବା ସହିତ କୋଭିଡର ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ କୃଷିମନ୍ତ୍ରୀ ଡ. ଅରୁଣ ସାହୁ କୃଷି ଓ କୃଷକ ମାନଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । କୃଷକ ମାନଙ୍କ ସ୍ଵାର୍ଥର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂର ଦୃଷ୍ଟି ଓ ଦୃଢ ନେତୃତ୍ଵର ସେ ଉଚ୍ଚ ପ୍ରଶଂସା କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ ଜଣ ଭୂମିହୀନ ଚାଷୀଙ୍କ ସହିତ କାଳିଆ ଯୋଜନାର ସୁଫଳ ବିଷୟରେ ଆଲୋଚନା କରିଥିଲେ । ନିଜ ସଫଳତା ସମ୍ପର୍କରେ ବର୍ଣ୍ଣନା କରି ମାଳତି ମେଲେକା କହିଥିଲେ କାଳିଆ ଯୋଜନାରେ ପାଇଥିବା ସହାୟତାକୁ ସେ ଛତୁ ଚାଷରେ ବିନିଯୋଗ କରି ଲାଭବାନ ହୋଇଛନ୍ତି । ସେହିପରି ସୁନ୍ଦରଗଡ ର ସୂରଥ ମାଝୀ କାଳିଆ ଯୋଜନା ସହାୟତାରେ ଜାଲ କିଣି ମାଛ ଧରିବା ସହ ଚାଷ କରି ସେ କିପରି ଉପକୃତ ହୋଇଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥିଲେ । ଭଦ୍ରକର ଗଣେଶ ଦାସ କାଳିଆ ଯୋଜନା ସହାୟତାରେ ମାଛ ଓ ଶୁଖୁଆ ବେପାର କରି ପରିବାର ଭଲରେ ଚଳାଉଛନ୍ତି ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ବାବଦରେ ୧000 ଟଙ୍କା ଲେଖାଏଁ ସହାୟତା ପାଇ ସବୁ ଭୂମିହୀନ ଚାଷୀ ଖୁସି ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।

କୃଷି ବିଭାଗ କମିଶନର ତଥା ସଚିବ ଏସ . କେ . ବଶିଷ୍ଠ ସ୍ଵାଗତ ଭାଷଣ ଦେଇଥିଲେ ଏବଂ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , କୃଷି ଉତ୍ପାଦନ କମିଶନର ଏବଂ ୩୦ ଟି ଜିଲ୍ଲା ର ଭୂମିହୀନ ଚାଷୀ ମାନେ ଭିଡିଓ କାନଫରେନସିଂ ଜରିଆରେ ଯୋଗ ଦେଇଥିଲେ ।

 

Previous Post

ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍

Next Post

ନବୀନଙ୍କୁ ପୁଣି ଟାର୍ଗେଟ୍ କଲେ ସୌମ୍ୟ

Next Post
ନବୀନଙ୍କୁ ପୁଣି ଟାର୍ଗେଟ୍ କଲେ ସୌମ୍ୟ

ନବୀନଙ୍କୁ ପୁଣି ଟାର୍ଗେଟ୍ କଲେ ସୌମ୍ୟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA