Monday, June 29, 2026 01:45 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୭ ସୂତ୍ରୀ ପରାମର୍ଶ

କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ

by Our Correspondent
11 May, 2021- 09:38 PM
in Latest News, News
1 min read
0
ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୭ ସୂତ୍ରୀ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ପରିଚାଳନା ନେଇ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଆଜି ଭିଡ଼ିଓ କନଫରେନସିଂ ଯୋଗେ ଏକ ସମୀକ୍ଷା ବୈଠକ କରିଥିଲେ । ମୋ ସରକାର କାର୍ଯ୍ୟକ୍ରମରେ କୋଭିଡ୍ ପରିଚାଳନା ସମ୍ପର୍କିତ ଫିଡବ୍ୟାକ୍ ସଂଗ୍ରହ ଆଧାରରେ ନିମ୍ନୋକ୍ତ ପରାମର୍ଶ ଦେଇଥିଲେ ।

୧. ଜିଲ୍ଲାସ୍ତରରେ କୋଭିଡ ଚିକିତ୍ସା କେନ୍ଦ୍ର ଗୁଡିକରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଏବଂ ମେଡିକାଲ ଅକ୍‌ସିଜେନ ସୁବିଧା ସବୁଠାରୁ ବଡ ପ୍ରାଥମିକତା। ଏହା ଉପରେ ୨୪ ଘଣ୍ଟିଆ ତଦାରଖ କରାଯିବା ଆବଶ୍ୟକ ।

୨. ଅଧିକ କୋଭିଡ ସଂଖ୍ୟା ଥିବା ଅଞ୍ଚଳ ଗୁଡିକରେ ଟେଷ୍ଟିଂ, ଟ୍ରେସିଂ ଓ କଣ୍ଟେନମେଣ୍ଟtକୁ ଜୋରଦାର କର।

୩. ଆଇସିୟୁ ଓ ଏଚଡିୟୁ ଦାୟିତ୍ବରେ ଥିବା ଡାକ୍ତରମାନଙ୍କ ଠାରୁ ସିଧାସଳଖ ଫିଡବ୍ୟାକ୍ ନେଇ ସେମାନଙ୍କ ମତାମତ ଭିତ୍ତିରେ ପଦକ୍ଷେପ ନିଅ ।

୪. ଟିକାକରଣ କାର୍ଯ୍ୟକ୍ରମ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏଥିପାଇଁ ତ୍ରୁଟି ଶୂନ୍ୟ ବ୍ୟବସ୍ଥା କରାଯାଉ ।

ବୟସ୍କ, ମହିଳା ଓ ଦୁର୍ବଳ ଶ୍ରେଣୀର ଲୋକଙ୍କର ଯତ୍ନ ନିଆଯାଉ । ଯେତେଶୀଘ୍ର ସମ୍ଭବ ଅଧିକ ସଂଖ୍ୟକ ଟିକା ସଂଗ୍ରହ ପାଇଁ ଆମର ଉଦ୍ୟମ ଜାରି ରହିଛି ।

୫. କୋଭିଡ ଚିକିତ୍ସା କରୁଥିବା ବେସରକାରୀ ମେଡିକାଲ ଉପରେ ସତର୍କ ଦୃଷ୍ଟି ରଖ । ସେମାନେ ସରକାରଙ୍କ ନିର୍ଦ୍ଧାରିତ ମୂଲ୍ୟ ଭିତରେ ଲୋକଙ୍କ ଠାରୁ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ । ଯଦି ସେମାନେ ଏହା ନ କରନ୍ତି, ତେବେ ସଂପୃକ୍ତ ହସ୍‌ପିଟାଲ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର ।

୬. କୋଭିଡ ହସ୍‌ପିଟାଲ ଗୁଡିକରେ ହେଲ୍‌ପ ଲାଇନ ଗୁଡିକୁ ଅଧିକ କ୍ରିୟାଶୀଳ କରାଯାଉ ଏବଂ ରୋଗୀଙ୍କ ପରିବାର ବର୍ଗଙ୍କୁ ନିୟମିତ ସୂଚନା ଦିଆଯାଉ ।

୭. ଏଭଳି କଠିନ ସମୟରେ ଦୁଃଖ ଓ କଷ୍ଟରେ ଥିବା ଲୋକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ବ୍ୟବହାର କରି ସାହାଯ୍ୟ କର ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ମାସ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୋଭିଡ ସଂଖ୍ୟା ବହୁ ପରିମାଣରେ ବଢିଥିଲେ ମଧ୍ୟ କୋଭିଡ ଯୋଦ୍ଧା ମାନଙ୍କର ଦୃଢ ପରିଶ୍ରମ ଓ ଜନସାଧାରଣଙ୍କ ସହଯୋଗ ଯୋଗୁ ପରିସ୍ଥିତିକୁ ଠିକ୍‌ ଭାବରେ ପରିଚାଳନା କରାଯାଇପାରିଛି । ତଥାପି ଆହ୍ବାନ ବହୁତ ବଡ ଏବଂ ଏହି ଯୁଦ୍ଧ ବହୁତ ଲମ୍ବା । ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିବା ପାଇଁ ଲକ୍‌ଡାଉନ ଲାଗୁ କରାଯାଇଛି । ଏହା ଠିକ୍‌ ଚାଲିଥିଲେ ମଧ୍ୟ କେତେକ ସ୍ଥାନରେ ଏଥିରେ ଅଧିକ ଉନ୍ନତିର ଆବଶ୍ୟକତା ରହିଛି । ଏହି ମହାମାରୀକୁ ନିୟନ୍ତ୍ରଣ କରିବାକୁ ଟିକାକରଣ ହେଉଛି ଆମର ମୁଖ୍ୟ ରଣନୀତି । ପରିସ୍ଥିତିରେ ସୁଧାର ଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କ ହେବାକୁ ପଡ଼ିବ । ମାସ୍କ ବ୍ୟବହାର, ହାତ ଧୁଆ ଓ ସାମାଜିକ ଦୂରତ୍ବ ବଜାୟ ରଖିବା ସହିତ ଅନାବଶ୍ୟକ ଭାବେ ବାହାରେ ନ ବୁଲି ଘରେ ରହିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ତୃତୀୟ ଲହରୀର ସମ୍ଭାବନା ସଂପର୍କରେ ତଥ୍ୟ ସଂଗ୍ରହ ସହିତ ସମ୍ଭାବ୍ୟ ମୁକାବିଲା ବ୍ୟବସ୍ଥା ପାଇଁ ପ୍ରସ୍ତୁତ ହେବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ ହସ୍‌ପିଟଲ ଗୁଡିକରେ ଚିକିତ୍ସାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନିଆଯାଇଛି । କୋଭିଡ ଅବଜରଭର ମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି । ଅକ୍‌ସିଜେନ ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି । କୋଭିଡ କେୟାର କେନ୍ଦ୍ର ଗୁଡିକରେ ଅଧିକ ଆଇସିୟୁ ଓ ଭେଣ୍ଟିଲେଟର ଶଯ୍ୟାର ବ୍ୟବସ୍ଥା କରାଯାଇଛି ଏବଂ ଆହୁରି ଅଧିକ ଶଯ୍ୟା ପାଇଁ ପଦକ୍ଷେପ ଜାରି ରହିଛି ।

ଟେଷ୍ଟ ପଜିଟିଭିଟି ହାର ୨୦.୨, ମୃତ୍ୟୁ ହାର ୦.୪୦: ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ସୂଚନା ଅନୁଯାୟୀ ସାରା ବିଶ୍ବରେ ବର୍ତ୍ତମାନ ଭାରତର କୋଭିଡ ସଂକ୍ରମଣ ସଂଖ୍ୟା ୫୪ ପ୍ରତିଶତ ରହିଛି । ଓଡିଶାର କୋଭିଡ ସଂଖ୍ୟା ବର୍ତ୍ତମାନ ଦେଶର କୋଭିଡ ସଂଖ୍ୟାର ୨.୭ ପ୍ରତିଶତ ରହିଛି । ସର୍ବଭାରତୀୟ ସ୍ତରରେ ମୃତ୍ୟୁ ହାର (CFR) ୧.୦୯ ଥିବାବେଵେ, ଓଡିଶାରେ ଏହା ୦.୪୦ ରହିଛି। ଖୋର୍ଦ୍ଧା ଓ କଟକ ଜିଲ୍ଲା ବ୍ୟତୀତ ଛତିଶଗଗଡ ସୀମାରେ ଜିଲ୍ଲା ଗୁଡିକରେ ଅଧିକ ପଜିଟିଭ କେସ୍‌ ରହୁଛି । ଓଡିଶାର ବର୍ତ୍ତମାନ ଟେଷ୍ଟ ପଜିଟିଭିଟି ଗତ ୧୫ ଦିନ ଧରି ୨୦.୨ ରହିଛି । ରାଜ୍ୟରେ ବର୍ତ୍ତମାନ ଦୈନିକ ୫୨.୯ ମେଟ୍ରିକ ଟନ୍‌ ଅକ୍‌ସିଜେନ ଖର୍ଚ୍ଚ ହେଇଛି।

ଅମାନିଆଙ୍କଠାରୁ ୨୮ କୋଟି ୯୧ ଲକ୍ଷ ତଣ୍ଡ: ପୋଲିସ ଡିଜି ଶ୍ରୀ ଅଭୟ କୋଭିଡ ନିୟମାବଳୀର ଅନୁପାଳନ ଦିଗରେ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ । କୋଭିଡ ନିୟମାବଳୀର ଉଲଘଂନ ପାଇଁ ବର୍ତ୍ତମାନ ସୁଦ୍ଧା ୨୮ କୋଟି ୯୧ ଲକ୍ଷ ଟଙ୍କା ଜୋରିମାନା ଆଦାୟ କରାଯାଇଛି । ବିଭିନ୍ନ କୋଭିଡ ଚିକିତ୍ସାଳୟରେ ଅଗ୍ନି ନିୟନ୍ତ୍ରଣ ସଂପର୍କରେ ପଦକ୍ଷେପ ନିଆଯାଉଛି ।

ବୈଠକରେ ସମ୍ବଲପୁର, ବରଗଡ, ପୁରୀ, କଟକ ଓ ଭୁବନେଶ୍ବର ମହାନଗର ନିଗମରେ କୋଭିଡ ପରିଚାଳନା ସଂପର୍କରେ ଜିଲ୍ଲାପାଳ ଓ କମିଶନର ମାନେ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ ।

Previous Post

କରୋନାରେ ଆଖି ବୁଜିଲେ ସାମ୍ବାଦିକା ସବନମ ସିରିନି

Next Post

ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଅପରିବର୍ତ୍ତିତ

Next Post
ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଅପରିବର୍ତ୍ତିତ

ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଅପରିବର୍ତ୍ତିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA