Tuesday, June 23, 2026 03:22 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କୋଭିଡ୍ ବିପଦ ଦୂର ହୋଇନି: ମୁଖ୍ୟମନ୍ତ୍ରୀ

'ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ଜରୁରୀ'

by Our Correspondent
23 Jul, 2021- 02:40 PM
in Latest News, News
1 min read
0
କୋଭିଡ୍ ବିପଦ ଦୂର ହୋଇନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ୍ ସ୍ଥିତିରେ ସମୀକ୍ଷା ବେଳେ ଏହା କହିଛନ୍ତି । ଲୋକମାନେ ଅଧିକ ଗହଳି ନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିବା ସହ କୋଭିଡ୍ ନିୟମାବଳୀକୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟରେ କୋଭିଡ୍ ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ୍ ସହାୟତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଜିର ବୈଠକରେ ସମୀକ୍ଷା କରିଥିଲେ । ବିଶେଷଜ୍ଞମାନଙ୍କ ମତ ଅନୁଯାୟୀ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହର ଆସେ, ତେବେ ଆମକୁ ପୂର୍ଣ୍ଣ ପ୍ରସ୍ତୁତି ସହ ଏହାର ମୁକାବିଲା କରିବାକୁ ହେବ ବୋଲି କହିଥିଲେ । ସ୍ୱାସ୍ଥ୍ୟସେବା ରାଜ୍ୟ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ଏବଂ ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ । ଏହା ହେଉଛି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଜିଲ୍ଲା ହସ୍‌ପିଟାଲ ଠାରୁ ଆରମ୍ଭ କରି ସିଏଚସି ସ୍ତର ପର୍ଯ୍ୟନ୍ତ ଯେଭଳି ସ୍ୱାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା ଆଇଆଇସିଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ପରାମର୍ଶ ଦେଇଥିଲେ ।

କୋଭିଡର ଦ୍ୱିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, ନରେଗା ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୁଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିଶନ ଶକ୍ତିର ମା ମାନଙ୍କ ଠାରୁ ଆରମ୍ଭ କରି ଷ୍ଟ୍ରିଟ୍ ଭେଣ୍ଡର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଏହି ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି । ଏପର୍ଯ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାଯାଇଛି ।

ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ବୈଠକରେ ଅବଗତ କରିଥିଲେ । ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ଯ୍ୟକାରୀତା ସଂପର୍କରେ ଉପସ୍ଥାପନା ରଖିଥିଲେ । ବୈଠକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରୀତା ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ।

ଏହି ବୈଠକରେ ପୁଲିସ ଡିଜି ଶ୍ରୀ ଅଭୟ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, ଏସ୍‌.ପି ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଗୋପାଳପୁରରେ ସର୍ବବୃହତ୍ତ ଟାଟା ଟି ପ୍ୟାକେଜିଂ ୟୁନିଟ୍

Next Post

ପବିତ୍ର ନୀଳାଦ୍ରୀ ବିଜେର ସିଧା ପ୍ରସାରଣ | ୨୩ ଜୁଲାଇ, ୨୦୨୧

Next Post
ବିଶ୍ୱ ପୁଣି ଦେଖିଲା ଭକ୍ତଶୂନ୍ୟ ଶୃଙ୍ଖଳିତ ରଥଯାତ୍ରା

ପବିତ୍ର ନୀଳାଦ୍ରୀ ବିଜେର ସିଧା ପ୍ରସାରଣ | ୨୩ ଜୁଲାଇ, ୨୦୨୧

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA