Thursday, April 30, 2026 10:35 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କୋଭିଡ୍ ରେ ଅନାଥ ମହିଳା ଓ ପିଲାଙ୍କୁ ୧୫ ଦିନରେ ପେନସନ୍

ସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀଙ୍କୁ ୩ ମାସର ଆଗୁଆ ପେନ୍‌ସନ

by Our Correspondent
01 Jun, 2021- 08:50 PM
in Latest News, News
1 min read
0
କୋଭିଡ୍ ରେ ଅନାଥ ମହିଳା ଓ ପିଲାଙ୍କୁ ୧୫ ଦିନରେ ପେନସନ୍

ଭୁୁବନେଶ୍ୱର: କୋଭିଡରେ ସ୍ୱାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତା ଭିତ୍ତିରେ ଚିହ୍ନଟ କରିବା ସହିତ ଆଗାମୀ ୨ ସପ୍ତାହ ମଧ୍ୟରେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସେମାନଙ୍କୁ ସାମିଲ କରାଯିବ । ସେହିପରି କୋଭିଡ ପରିସ୍ଥିତି ଦୃଷ୍ଟିରୁ ସମସ୍ତ ସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀ ମାନଙ୍କୁ ଆଗୁଆ ୩ ମାସର ପେନ୍‌ସନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ପେନ୍‌ସନ ନଗଦ ଟଙ୍କା ଆକାରରେ ହିତାଧିକାରୀଙ୍କ ଗାଁରେ ହିଁ ଦିଆଯିବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ଆଶାବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଜ୍ଞତାକୁ ଉପଯୋଗ କରି ଆମକୁ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ହେବ । ପ୍ରତ୍ୟେକ ଜିଲ୍ଲାରେ ପିଲାମାନଙ୍କ ସ୍ବାସ୍ଥ୍ୟ ଉପରେ ସ୍ବତନ୍ତ୍ର ଫୋକସ ରଖି ବ୍ୟବସ୍ଥା କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ପଜିଟିଭିଟି ରେଟ୍‌ ୧୫ ପ୍ରତିଶତରୁ କମ୍‌ ରହିଛି ଏବଂ ଅଧିକାଂଶ ଜିଲ୍ଲାରେ ପଜିଟିଭ କେସ୍‌ ମଧ୍ୟ ହ୍ରାସ ପାଇଲାଣି । କିନ୍ତୁ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଅଧିକ ଟେଷ୍ଟିଂ କରିବାର ଆବଶ୍ୟକତା ରହିଛି । ତାସହିତ ୨୪ ମଇରୁ ଆରମ୍ଭ ହୋଇଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ବ୍ୟାପକ ସଚେତନତା କରାଯିବା ଦରକାର । ଜିଲ୍ଲାପାଳ ମାନେ ଏହାକୁ ଅତ୍ୟନ୍ତ ଗୁରୁତ୍ବର ସହ ନେବା ସହିତ ଚିହ୍ନଟ ରୋଗୀ ମାନଙ୍କର ଚିକିତ୍ସା ପ୍ରାଥମିକତା ଭିତ୍ତିରେ ଆରମ୍ଭ କରିବା ପାଇଁ ପରାମର୍ଶ ଦେଇଥିଲେ । ବର୍ତ୍ତମାନ ପରିସ୍ଥିତିରେ ସଂକ୍ରମଣ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ ଗୋଷ୍ଠୀକୁ ସକ୍ରିୟ ଭାବରେ ସାମିଲ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ ।

ଟିକାକରଣ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭବିଷ୍ୟତ ଲହର ଏବଂ Variant ବିରୁଦ୍ଧରେ ଲଢିବା ପାଇଁ ମୁଖ୍ୟ ଅସ୍ତ୍ର ହେଉଛି ଟିକା । ସମସ୍ତ ବାଧାବିଘ୍ନ ସତ୍ତ୍ବେ ରାଜ୍ୟରେ ଟିକା ଯୋଗାଣ ବୃଦ୍ଧି ପାଇଁ ସରକାର ସବୁମତେ ଉଦ୍ୟମ ଜାରି ରଖିଛନ୍ତି ।

ଦେଶର ବିଭିନ୍ନ ରାଜ୍ୟରେ ବର୍ତ୍ତମାନ ବ୍ଲାକ ଫଙ୍ଗସର ରୋଗୀ ବହୁ ସଂଖ୍ୟାରେ ବାହାରୁଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ରାଜ୍ୟରେ ଏହାର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରହିବାକୁ କହିଥିଲେ । ରାଜ୍ୟର ମେଡିକାଲ କଲେଜ ସମେତ ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ ଓ ନନ୍‌-କୋଭିଡ ବ୍ଲାକ୍‌ ଫଙ୍ଗସ ରୋଗୀଙ୍କୁ ଚିହ୍ନଟ କରି ଅଲଗା ଅଲଗା ୱାର୍ଡରେ ସେମାନଙ୍କୁ ଚିକିତ୍ସା କରିବା ପାଇଁ  ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଗ୍ରାମାଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ବର୍ତ୍ତମାନ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୋଷ୍ଠୀ ସଂଗଠନ ଗୁଡିକର ଯୋଗଦାନ ଏବଂ କୋଭିଡ ପରୀକ୍ଷାକୁ ଆହୁରି ଜୋରଦାର କରାଯିବ ।

ରାଜ୍ୟରେ କୋଭିଜ ପରିସ୍ଥିତି ସଂପର୍କରେ ସମ୍ୟକ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଥିଲେ ଯେ ରାଜ୍ୟରେ କୋଭିଡ ପରିସ୍ଥିତିରେ ଉନ୍ନତି ପରିଲକ୍ଷିତ ହେଲାଣି । ଗତ ୧୫ ଦିନ ମଧ୍ୟରେ ରାଜ୍ୟରେ ମୃତ୍ୟୁ ହାସ ୦.୩ ପ୍ରତିଶତ ରହିଛି, ଯାହାକି ସାରା ଦେଶରେ ସର୍ବନିମ୍ନ। ରାଜ୍ୟରେ ଦକ୍ଷିଣ ଓ ପଶ୍ଚିମ ଭାଗରେ ପଜିଟିଭିଟି ହାର ହ୍ରାସ ପାଇଥିବା ବେଳେ, ଉପକୂଳବର୍ତ୍ତୀ ୧୧ଟି ଜିଲ୍ଲାରୁ ରାଜ୍ୟର ମୋଟ ପଜିଟିଭ ସଂଖ୍ୟାର ୬୩ ପ୍ରତିଶତ ରହୁଛି । ତେଣୁ ଉପକୂଳ ଓଡିଶାରେ ଅଧିକ ଟେଷ୍ଟିଂ ଉପରେ ଜୋର ଦିଆଯିବ ବୋଲି ସେ କହିଥିଲେ । ଶ୍ରୀ ମହାପାତ୍ର କହିଥଲେ ବର୍ତ୍ତମାନ ରାଜ୍ୟରେ କୋଭିଡ ଚିକିତ୍ସା ପାଇଁ ICU, HDU ଓ ସାଧାରଣ ଶଯ୍ୟା ଉପରେ ଚାପ ହ୍ରାସ ପାଇଛି। ଅକ୍‌ସିଜେନ ବ୍ୟବହାର ଚାହିଦା ମଧ୍ୟ ହ୍ରାସ ପାଇଛି । ଏହା ପରିସ୍ଥିତିର ଉନ୍ନତିର ସୂଚନା ଦେଉଛି । ସେହିପରି ତୃତୀୟ ଲହରର ମୁକାବିଲା ପାଇଁ ପିଲାମାନଙ୍କୁ ଯତ୍ନ କିପରି ଭଲ ଭାବରେ ନିଆଯାଇପାରିବ, ସେଥିପାଇଁ ଆବଶ୍ୟକ ଡାକ୍ତର ଓ ଉପକରଣର ବ୍ୟବସ୍ଥା କରାଯାଉଛି ବୋଲି ସେ ସୂଚନା ଦେଇଥିଲେ । 

ପୋଲିସ ଡିଜି ଶ୍ରୀ ଅଭୟ ଓ ଅଗ୍ନିଶମ ଡିଜି ଶ୍ରୀ ଏମ୍‌. ଅକ୍ଷୟ ସେମାନଙ୍କ ବିଭାଗର କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚଳନା କରିଥିଲେ ।

ମୟୁରଭଂଜ, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଖୋର୍ଦ୍ଧା ଓ କେନ୍ଦ୍ରାପଡାର ଜିଲ୍ଲାପାଳ ଏବଂ ବି.ଏମ୍‌.ସି ଓ ସି.ଏମ୍‌.ସି କମିଶନର ମୁଖ୍ୟମନ୍ତ୍ରୀଙ୍କୁ କୋଭିଡ ପରିଚାଳନା ସଂପର୍କରେ ଅବଗତ କରିଥିଲେ।

Previous Post

ଗ୍ଲୋବାଲ୍ ଟେଣ୍ଡରରେ ଭାଗ ନେବାକୁ ଆଗ୍ରହ ଦେଖାଉନାହାନ୍ତି ଟିକା କମ୍ପାନୀ!

Next Post

ଟିକା ସଙ୍କଟ: ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

Next Post
ଟିକା ସଙ୍କଟ: ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଟିକା ସଙ୍କଟ: ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA