Monday, April 20, 2026 02:09 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ

by Our Correspondent
28 Dec, 2024- 09:42 PM
in Latest News, News
1 min read
0
ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ଗତ ୨୦ ତାରିଖରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନରେ ସମୀକ୍ଷା କରି ଯେପରି ଜଣେ ବି କ୍ଷତିଗ୍ରସ୍ତ ଚାଷୀ ସହାୟତାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଧ୍ୟାନ ଦେବାକୁ ସମୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏଥି ସହିତ ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ ସହ ପ୍ରକୃତ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ଚିହ୍ନଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୀମା କରିଥିବା ଓ ବୀମା ନକରିଥିବା କ୍ଷତିଗ୍ରସ୍ତ ସମସ୍ତ ଚାଷୀ ମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ସହାୟତା ଯଥାଶୀଘ୍ର DBT ମାଧ୍ୟମରେ ଯୋଗାଇ ଦିଆଯିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ବୀମା କରିଥିବା ସମସ୍ତ ଚାଷୀ ଭାଇ ଓ ଭଉଣୀ ମାନେ ଯେପରି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କ୍ଷୟ କ୍ଷତି ସଂପର୍କରେ ବୀମା କମ୍ପାନୀ ମାନଙ୍କୁ ସୂଚନା ଦେବେ, ସେଥିପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବୈଠକର ସୂଚନାରୁ ଜଣାଯାଇଥିଲା ଯେ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୨୬ ହଜାର ଚାଷୀ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇଛନ୍ତି । ଆସନ୍ତା କାଲି (ରବିବାର) ସୁଦ୍ଧା ସବୁ ବୀମାଭୁକ୍ତ ଚାଷୀମାନେ ନିଜର ଫସଲ କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେବାକୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ଜରିଆରେ ନିବେଦନ କରିଥିଲେ ।

ଏହା ସହିତ ବିଭିନ୍ନ ଜିଲ୍ଲାର ପଞ୍ଜୀକୃତ ଚାଷୀ ଭାଇ ଓ ଭଉଣୀ ମାନେ ଅଦିନିଆ ବର୍ଷା ଜନିତ ସେମାନଙ୍କର ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତିର ସୂଚନା ତୁରନ୍ତ “କୃଷି ରକ୍ଷକ” ପୋର୍ଟାଲ ମାଧ୍ୟମରେ କିମ୍ବା ୧୪୪୪୭ କୁ କଲ୍ କରି ଜଣାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ ପାଢୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Previous Post

ଗଠନ ହେଲା ଓଡ଼ିଶା ଲ’ କମିସନ

Next Post

ସୋଆ ଏନ୍ଏସ୍ଏସ୍ ପକ୍ଷରୁ ୩ ଦିନିଆ ଯୁବ ନେତୃତ୍ୱ ଶିବିର

Next Post
ସୋଆ ଏନ୍ଏସ୍ଏସ୍ ପକ୍ଷରୁ ୩ ଦିନିଆ ଯୁବ ନେତୃତ୍ୱ ଶିବିର

ସୋଆ ଏନ୍ଏସ୍ଏସ୍ ପକ୍ଷରୁ ୩ ଦିନିଆ ଯୁବ ନେତୃତ୍ୱ ଶିବିର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA