Thursday, May 21, 2026 04:48 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସାଇବର ସୁରକ୍ଷା ପାଇଁ ୧୧୨୭ଟି ନୂତନ ପୋଲିସ ପଦବୀ, ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ଖୁବଶୀଘ୍ର ନିଯୁକ୍ତି

ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ର ଶୁଭାରମ୍ଭ

by Our Correspondent
18 Oct, 2025- 07:28 PM
in Latest News, News
1 min read
0
ସାଇବର ସୁରକ୍ଷା ପାଇଁ ୧୧୨୭ଟି ନୂତନ ପୋଲିସ ପଦବୀ, ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ଖୁବଶୀଘ୍ର ନିଯୁକ୍ତି

ଭୁବନେଶ୍ୱର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି ।

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ଏହି ରାଜ୍ୟ ସ୍ତରୀୟ ସଚେତନତା ଅଭିଯାନ ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶର ପ୍ରାୟ ୮୨ କୋଟି ଲୋକ ଅର୍ଥାତ ୫୫ ପ୍ରତିଶତ ଲୋକ ଆଜି ଇଣ୍ଟରନେଟ୍ ବ୍ୟବହାର କରୁଛନ୍ତି। ବିଶ୍ୱରେ ଇଣ୍ଟରନେଟ୍ ବ୍ୟବହାର କ୍ଷେତ୍ରରେ ଭାରତର ସ୍ଥାନ ଦ୍ୱିତୀୟ ରହିଛି। ଆମ ଦୈନନ୍ଦିନ ଜୀବନରେ ଆମେ ସମସ୍ତେ ଡିଜିଟାଲ୍ ବ୍ୟବସ୍ଥା ସହିତ ସମ୍ପୂର୍ଣ୍ଣ ରୂପେ ନିର୍ଭରଶୀଳ ହୋଇଯାଇଛୁ। ଇଣ୍ଟରନେଟ୍ ଓ ଟେକ୍ନୋଲୋଜି ଆମ ପାଇଁ ଅପରିହାର୍ଯ୍ୟ ହୋଇପଡିଛି। ଆଜି ଇଣ୍ଟରନେଟ୍ ବ୍ୟବହାରୀକାରୀଙ୍କୁ ସାଇବର ଅପରାଧ, ଅନଲାଇନ ଠକେଇ ଭଳି ଅପରାଧର ଶୀକାର ହେବାକୁ ପଡୁଛି। ଏହି ଅପରାଧକୁ ରୋକିବା ପାଇଁ ଆମ ସରକାର ସବୁବେଳେ ଗୁରୁତ୍ୱ ଦେଉଛନ୍ତି ଏବଂ ଏଥିପାଇଁ ଆମ ସରକାର ସାଇବର ପୋଲିସଙ୍କୁ ଶକ୍ତିଶାଳୀ କରିବା, ସଚେତନତା ବୃଦ୍ଧି କରିବା ଓ ସୁରକ୍ଷିତ ଡିଜିଟାଲ ପରିବେଶ ଗଠନ କରିବା ଭଳି ପଦକ୍ଷେପମାନ ଗ୍ରହଣ କରିଛନ୍ତି।

ସାଇବର ଅପରାଧ ରୋକିବା କ୍ଷେତ୍ରରେ ଓଡିଶା ପୋଲିସକୁ ପ୍ରଶଂସାକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନ୍ୟାସନାଲ ସାଇବର କ୍ରାଇମ ରିପୋର୍ଟିଂ ପୋର୍ଟାଲ ଏବଂ ସାଇବର ହେଲ୍ପଲାଇନ୍ ୧୯୩୦ ମାଧ୍ୟମରେ ହଜାର ହଜାର ଅଭିଯୋଗକାରୀଙ୍କୁ ସଠିକ୍ ସମୟରେ ସହାୟତା ପ୍ରଦାନ କରାଯାଇଛି । ସାଇବର ଅପରାଧକୁ ପ୍ରତିରୋଧ କରିବା ପାଇଁ ରାଜ୍ୟରେ ଖୁବଶୀଘ୍ର ଆଉ ୨୦ଟି ନୂତନ ସାଇବର ଅପରାଧ ପୋଲିସ୍ ଷ୍ଟେସନ କାର୍ଯ୍ୟକ୍ଷମ ହେବ । ଏହା ସହ ପୂର୍ବରୁ ଥିବା ୧୪ଟି ସାଇବର ପୋଲିସ୍ ଷ୍ଟେସନର ଆଧୁନିକୀକରଣ ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ଏ କ୍ଷେତ୍ର ପାଇଁ ୧୧୨୭ଟି ନୂତନ ପୋଲିସ ପଦବୀ ସହିତ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ଖୁବଶୀଘ୍ର ନିଯୁକ୍ତି ଦିଆଯିବ । ଏଥି ସହିତ କ୍ରାଇମବ୍ରାଞ୍ଚ ଅଧୀନରେ ଏକ ରାଜ୍ୟସ୍ତରୀୟ କମାଣ୍ଡ ସେଣ୍ଟର ଗଠନ କରାଯିବ ଏବଂ ଏହି ସେଣ୍ଟରଟି ସାଇବର ଅପରାଧ ରୋକିବା କ୍ଷେତ୍ରରେ ସେଣ୍ଟର ଅଫ୍ ଏକ୍ସେଲେନ୍ସ ଭାବରେ କାର୍ଯ୍ୟ କରିବ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ସରକାରଙ୍କ ପକ୍ଷରୁ ଏଥିପାଇଁ ବ୍ୟାପକ ପଦକ୍ଷେପ ନିଆଯାଉଛି । କିନ୍ତୁ, ଅଧିକାଂଶ ସାଇବର ଠକାମୀର ପ୍ରମୁଖ କାରଣ ହେଉଛି ସଚେତନତାର ଅଭାବ । ଏଥିପାଇଁ ଅନଲାଇନ, ଡିଜିଟାଲ ଓ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କୁ ସତର୍କ ରହିବାକୁ ପଡିବ, ସଚେତନ ହେବାକୁ ପଡିବ । ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଓଡିଶା ପୋଲିସ ପକ୍ଷରୁ ଆଜିଠାରୁ ଏହି ସଚେତନତା ଅଭିଯାନ ଆରମ୍ଭ କରାଯାଇଛି। ସାଇବର ଠକେଇର ବିଭିନ୍ନ ଦିଗ ଉପରେ ଲୋକଙ୍କୁ ସଚେତନ କରାଯିବ । ସେଥିପାଇଁ ଏହି ଅଭିଯାନରେ ସମସ୍ତେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଥିଲେ ।

ମୁଖ୍ୟମନ୍ତ୍ରୀ ଇଣ୍ଟରନେଟ୍ ଜରିଆରେ ଝିଅ ମାନଙ୍କୁ ବ୍ଲାକମେଲିଙ୍ଗ ଓ ମାନସିକ ନିର୍ଯ୍ୟାତନା ଉପରେ କ୍ଷୋଭ ପ୍ରକାଶ କରି ଓଡିଶା ପୋଲିସକୁ ଏହି ମାନସିକତା ରଖୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ପଦକ୍ଷେପ ନନେଲେ ସମ୍ପୃକ୍ତ ପୋଲିସଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ୧୬ଟି ସଚେତନତା ରଥକୁ ପତକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ରଥ ଗୁଡିକ ନୂଆପଡା ଜିଲ୍ଲାକୁ ଛାଡି ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାରେ ଏକ ମାସ ଧରି ଲୋକଙ୍କୁ ସଚେତନ କରାଇବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅତିଥି, ସରକାରୀ ଅଧିକାରୀ ଓ ଛାତ୍ରଛାତ୍ରୀ ମାନଙ୍କୁ ସାଇବର ସୁରକ୍ଷା ସମ୍ପର୍କିତ ଏକ ଶପଥ ପାଠ କରାଇଥିଲେ ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓଡିଶା ପୋଲିସକୁ ଏହି ସଚେତନତା ମୂଳକ କାର୍ଯ୍ୟକ୍ରମ ପାଇଁ ଧନ୍ୟବାଦ ଦେଇ କହିଥିଲେ ଯେ, ସାଇବର ସୁରକ୍ଷା ବିଷୟରେ ସମସ୍ତେ ସଚେତନ ହେବା ଅତ୍ୟନ୍ତ ଜରୁରୀ । ଏହି ସଚେତନତା କାର୍ଯ୍ୟକ୍ରମ କେବଳ ଗୋଟିଏ ବିଭାଗର କାର୍ଯ୍ୟକ୍ରମରେ ସୀମିତ ନରଖି ଏହି ଆଭିମୁଖ୍ୟକୁ ସମସ୍ତେ ଆପଣେଇବା ଉଚିତ୍ ।

ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ କାର୍ଯ୍ୟକ୍ରମକୁ ସମସ୍ତଙ୍କୁ ସ୍ୱାଗତ କରି ସାଇବର ଅପରାଧ କ୍ଷେତ୍ରରେ ଓଡିଶା ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଓ ସଫଳତା ବିଷୟରେ ଉଲ୍ଲେଖ କରିଥିଲେ । କ୍ରାଇମବ୍ରାଞ୍ଚ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ସୂଚନାଯୋଗ୍ୟ ଯେ, ସାଇବର ସୁରକ୍ଷା ସଚେତନତା ଅଭିଯାନରେ ନୂଆପଡା ଜିଲ୍ଲା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଗୁଡିକରେ ଏକ ମାସବ୍ୟାପୀ ସଚେତନତା ରଥ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କୁ ସାଇବର ସୁରକ୍ଷା ସମ୍ପର୍କିତ ସଚେତନ କରାଯିବ ।

Previous Post

କିଟରେ ତୃତୀୟ ଗ୍ଲୋବାଲ୍‍ ୟୁନିଭର୍‍ସିଟି ଫେୟାର

Next Post

ମହିଳାଙ୍କୁ ସୁରକ୍ଷା ପ୍ରଦାନରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ: ବିଜେଡି

Next Post
ମହିଳାଙ୍କୁ ସୁରକ୍ଷା ପ୍ରଦାନରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ: ବିଜେଡି

ମହିଳାଙ୍କୁ ସୁରକ୍ଷା ପ୍ରଦାନରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA