Wednesday, July 1, 2026 12:18 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍

୩ ଦିନ ଧରି ପ୍ରବଳ ବର୍ଷା

by Our Correspondent
21 Oct, 2024- 05:40 PM
in Latest News, News
1 min read
0
ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ଜାରି କରିଛନ୍ତି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) । ୨୪ ରାତି କିମ୍ବା ୨୫ ତାରିଖ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ପୁରୀ ଓ ପଶ୍ଚିମବଙ୍ଗର ସାଗର ଦ୍ୱୀପ ମଧ୍ୟରେ ଏହା ଉପକୂଳ ଛୁଇଁପାରେ । ଏହାର ପ୍ରଭାବର ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ ।

ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ୨୩ ତାରିଖରେ ଏହାର ବାତ୍ୟାର ରୂପ ନେବ । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ପୁରୀ ଓ ପଶ୍ଚିମବଙ୍ଗର ସାଗର ଦ୍ୱୀପ ମଧ୍ୟରେ ଏହା ଉପକୂଳ ଛୁଇଁପାରେ । ସମ୍ଭାବ୍ୟ ବାତ୍ୟା ଉପକୂଳ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିବ ।

୨୩ ତାରିଖରୁ ବର୍ଷା ଆରମ୍ଭ ହୋଇ ୨୪ ଓ ୨୫ ତାରିଖରେ ପ୍ରବଳ ଛେଚିବ । ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ ୨୦ ରୁ ୩୦ ସେମି ବା ତା’ଠାରୁ ଅଧିକ ବର୍ଷା ହୋଇପାରେ ବୋଲି ଡ. ମହାପାତ୍ର ସୂଚନା ଦେଇଛନ୍ତି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପାଗ କେନ୍ଦ୍ର ପକ୍ଷରୁ ବର୍ଷା ରେଡ୍ ଆଲର୍ଟ ଜାରି କରାଯାଇଛି । ୨୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେଗୁଡ଼ିକ ହେଲା-ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକ । ୨୫ ତାରିଖରେ କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ୩୦ଟି ଯାକ ଜିଲ୍ଲାରେ ଏଥିପାଇଁ ପ୍ରସ୍ତୁତି କରାଯାଉଥିବା ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି । ଏଥିପାଇଁ ଲୋକମାନେ ଭୟଭୀତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି ।

ସଂଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ଉଚ୍ଚସ୍ତରୀୟ ବୈଠକରେ ସମ୍ଭାବ୍ୟ ବାତ୍ୟା ସ୍ଥିତି ଓ ଏହାର ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।

Previous Post

ହବିଷ୍ୟାଳୀ ଶିବିରରେ ମୁଖ୍ୟମନ୍ତ୍ରୀ

Next Post

ବେଦାନ୍ତ ଯନ୍ତ୍ରଣା: ନିଶ୍ଚିନ୍ନ ହୋଇଯିବ ଡଙ୍ଗରିଆ ଜନବସତି !

Next Post
ବେଦାନ୍ତ ଯନ୍ତ୍ରଣା: ନିଶ୍ଚିନ୍ନ ହୋଇଯିବ ଡଙ୍ଗରିଆ ଜନବସତି !

ବେଦାନ୍ତ ଯନ୍ତ୍ରଣା: ନିଶ୍ଚିନ୍ନ ହୋଇଯିବ ଡଙ୍ଗରିଆ ଜନବସତି !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA