Wednesday, July 1, 2026 02:10 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କାଲିଠାରୁ ବାତ୍ୟା ପ୍ରକୋପ

by Our Correspondent
22 Oct, 2024- 06:43 PM
in Latest News, News
1 min read
0
କାଲିଠାରୁ ବାତ୍ୟା ପ୍ରକୋପ

ଭୁବନେଶ୍ୱର: ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’ । ଆସନ୍ତାକାଲି ସକାଳେ ଏହା ବାତ୍ୟାର ରୂପ ନେବ । ପରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ପବନ ହେବ । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିମି ରହିବ ।

ଆଜି ସକାଳେ ୱେଲ୍ ମାର୍କଡ୍ ଲୋ ପ୍ରେସର୍ ଡିପ୍ରେସନ୍ ବା ଅବପାତରେ ପରିଣତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ବାତ୍ୟାର ରୂପ ନେବ । ଧୀରେ ଧୀରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ସକାଳେ ଆହୁରି ସିଭିୟର ହେବ । ଆସନ୍ତାକାଲି ସଂଧ୍ୟାରୁ ଏହାର ପ୍ରଭାବ ଅନୁଭୂତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।

ସମ୍ଭାବ୍ୟ ବାତ୍ୟା ପ୍ରବାହରେ ଆଜି ରାତିରେ ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୪ରୁ ୫୫ କିମି ବେଗରେ ପବନ ବହିବ । ଝଟକା ପବନ ୬୫ କିମି ଛୁଇଁପାରେ । ଏହା ଗଭୀର ଅବପାତରେ ପରିଣତ ହେବା ପରେ ଓଡ଼ିଶା ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୫୦ ରୁ ୬୦ କିମି ରହିବ । ଝଟକା ପବନ ୭୦ କିମି ବେଗରେ ବହିବ ।

ଗଭୀର ଅବପାତ ଆସନ୍ତାକାଲି ବାତ୍ୟାର ରୂପ ନେବା ପରେ ଘଣ୍ଟା ପ୍ରତି ୯୦ ରୁ ୧୦୦ କିମି ପବନ ବହିବ । ସମ୍ଭାବ୍ୟ ବାତ୍ୟା ଉପକୂଳ ଅତିକ୍ରମ କଲାବେଳେ ପବନର ବେଗ ୧୦୦ରୁ ୧୧୦ କିମି ଓ ଝଟକା ପବନ ୧୨୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆଜିଠୁ ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତାକାଲି ସଂଧ୍ୟାରୁ ପାଗରେ ପରିବର୍ତ୍ତନ ହେବ । ଏହି ସମୟରେ ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ, ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେଥିପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା- ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକ । ଏଥିସହ ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୫ ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ଦେଓଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

୨୩ରୁ ୨୫ ସ୍କୁଲ, କଲେଜ ଛୁଟି: ଆସନ୍ତା ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ଟି ଜିଲ୍ଲାରେ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ । ଏ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଦେ୍ର୍ଦଶ ଜାରି କରାଯାଇଛି । ପୂର୍ବରୁ ଏହି ୧୪ଟି ଜିଲ୍ଲାର ସବୁ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା । ଗତକାଲି ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ ଏହାର ନିଦେ୍ର୍ଦଶନାମା ଜାରି କରାଯାଇଥିଲା । ସମ୍ଭାବ୍ୟ ବାତ୍ୟା ‘ଦାନା’ ଦ୍ୱାରା ସଂପୃକ୍ତ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ସମ୍ଭାବନା ଥିବାରୁ ପ୍ରତିଷେଧମୂଳକ ପଦକ୍ଷେପ ସ୍ୱରୂପ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି ।

ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର, ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା ।

୧୯୮ ଟ୍ରେନ୍ ବାତିଲ: ସମ୍ଭାବ୍ୟ ବାତ୍ୟା ପାଇଁ ୧୯୮ ଟ୍ରେନ୍ କୁ ବାତିଲ କରାଯାଇଛି । ୯୫ ଟି ଅପ୍ ଟ୍ରେନ ଏବଂ ୧୦୩ଟି ଡାଉନ୍ ଟ୍ରେନ ବାତିଲ ହୋଇଥିବା ନେଇ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ଏହିସବୁ ଟ୍ରେନ୍ ବାତିଲ ହୋଇଛି । ବାତିଲ ହୋଇଥିବା ଟ୍ରେନ୍ ମଧ୍ୟରେ ରହିଛି, ହାୱାଡା-ଭୁବନେଶ୍ୱର, ହାୱାଡା-ପୁରୀ, ନୂଆଦିଲ୍ଲୀ-ପୁରୀ ଏକ୍ସପ୍ରେସ୍ ।

 

Previous Post

ଓଏଏସ୍ ପରୀକ୍ଷାରେ ସୋଆ ଛାତ୍ର କୃତକାର୍ଯ୍ୟ

Next Post

କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ: ମନ୍ତ୍ରୀ ରବି ନାୟକଙ୍କୁ ଟାଣିଲା ବିଜେଡି

Next Post
କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ: ମନ୍ତ୍ରୀ ରବି ନାୟକଙ୍କୁ ଟାଣିଲା ବିଜେଡି

କୁଚିଣ୍ଡା ନାବାଳିକା ଗଣଦୁଷ୍କର୍ମ: ମନ୍ତ୍ରୀ ରବି ନାୟକଙ୍କୁ ଟାଣିଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA