Wednesday, March 4, 2026 08:54 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ର ନିଲମ୍ବିତ

by Our Correspondent
11 May, 2025- 07:26 PM
in Latest News, News
1 min read
0
ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ର ନିଲମ୍ବିତ

ପୁରୀ: ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ମହାପ୍ରଭୁଙ୍କ ସେବା କାର୍ଯ୍ୟରୁ ଏକ ମାସ ଅର୍ଥାତ୍ ୪୦ ଦିନ ପାଇଁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ । ଏହି ନିଲମ୍ବନ ସମୟ ଭିତରେ ଶ୍ରୀ ଦାସ ମହାପାତ୍ର କୌଣସି ସେବାପୂଜାରେ ସାମିଲ ହୋଇପାରିବେ ନାହିଁ କିମ୍ବା ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ ବୋଲି ଆଦେଶରେ ଉଲ୍ଲେଖ ରହିଅଛି ।

ଏଥି ସହିତ ଶ୍ରୀ ଦାସମହାପାତ୍ରଙ୍କୁ ନିଲମ୍ବନ ଆଦେଶ ଜରିଆରେ ସ୍ପଷ୍ଟ କରାଯାଇଅଛି ଯେ, ନିଲମ୍ବନ ଅବଧି ସମୟରେ ଦଇତାପତି କିମ୍ବା ଅନ୍ୟ ନିଯୋଗର କୌଣସି ସେବକଙ୍କୁ ତଥା ଅନ୍ୟ କୌଣସି ବ୍ୟକ୍ତିଙ୍କୁ ସେ ପ୍ରଲୋଭିତ କିମ୍ବା ଧମକଚମକ କରି ଶ୍ରୀମନ୍ଦିରର କୌଣସି ସେବାପୂଜା ବା ନୀତିକାନ୍ତିରେ ବାଧକ ସାଜିବେ ନାହିଁ। ଏପରି କଲେ, ନିଲମ୍ବନ ଅବଧିକୁ ବର୍ଦ୍ଧିତ କରାଯାଇ, ଆହୁରି କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହି ସମୟ ମଧ୍ୟରେ ଶ୍ରୀମନ୍ଦିର କମାଣ୍ଡର ତଥା ବରିଷ୍ଠ ସୁପରଭାଇଜର ନିୟମିତ ଭାବେ ଶ୍ରୀ ଦାସମହାପାତ୍ରଙ୍କ ଆଚାର ବ୍ୟବହାର ଉପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ପ୍ରଦାନ କରିବେ।

ନିଲମ୍ବନ ତଥା ପରବର୍ତ୍ତୀ ସମୟରେ ଶ୍ରୀ ଦାସମହାପାତ୍ରଙ୍କ ବିଶୃଙ୍ଖଳ ଆଚରଣ ପରିଲକ୍ଷିତ ହେଲେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରାପ୍ୟ/ ପାଉଣା/ ପୁରସ୍କାର ରଦ୍ଦ କରାଯିବ ବା ସ୍ଥଗିତ ରଖାଯିବ ବୋଲି ମଧ୍ୟ ଆଦେଶରେ କୁହାଯାଇଛି ।

କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବରୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀ ଦାସମହାପାତ୍ରଙ୍କୁ ଦୁଇଟି ନୋଟିସ୍ ହୋଇଥିଲା । ପ୍ରଥମେ ତା ୦୪.୦୫.୨୦୨୫ର କୈଫିୟତ ନୋଟିସ୍ ଜରିଆରେ, ସାତ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ କୁହାଯାଇଥିଲା । ସେହି ନୋଟିସରେ ଶ୍ରୀଦାସମହାପାତ୍ର, “କେଉଁ ପରିସ୍ଥିତିରେ ଶ୍ରୀମନ୍ଦିର ପରମ୍ପରା ବିରୋଧୀ କାର୍ଯ୍ୟକରି ନବକଳେବର ସଂଗୃହୀତ ବଳକା ଦାରୁ ନିର୍ମିତ ବିଗ୍ରହ ଦୀଘା ମନ୍ଦିରରେ ପ୍ରତିଷ୍ଠା ହୋଇଛି ବୋଲି ବୟାନ୍ ଦେଇ ସାରା ବିଶ୍ୱର ଅଗଣିତ ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଧାର୍ମିକ ବିଶ୍ୱାସକୁ କୁଠାରାଘାତ କଲେ, ଏବଂ ଏଭଳି ଦାୟିତ୍ୱହୀନ ମନ୍ତବ୍ୟ ଦେଇ କାହିଁକି ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ ପୂର୍ବକ ଶ୍ରୀମନ୍ଦିରର ଗରିମା ଓ ମର୍ଯ୍ୟାଦା କ୍ଷୁର୍ଣ୍ଣ କଲେ,” ସେ ନେଇ ଉତ୍ତର ରଖିବାକୁ କୁହାଯାଇଥିଲା ।

ପରବର୍ତ୍ତୀ ସମୟରେ ଗତ ତା ୦୯.୦୫.୨୦୨୫,ରିଖରେ ଆଉ ଏକ କୈଫିୟତ ନୋଟିସ ଜରିଆରେ, “ଜଗନ୍ନାଥଧାମ – ଦୀଘା ନାମିତ ମନ୍ଦିରର କାର୍ଯ୍ୟକ୍ରମରେ ଶ୍ରୀମନ୍ଦିରର ସେବକ ଭାବେ, କାହିଁକି ଯୋଗ ଦେଲେ, ଏବଂ ସେତେବେଳେ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରର ଉଦ୍ୟୋକ୍ତାମାନଙ୍କୁ ଏହାର ପ୍ରତିବାଦ କରିଥିଲେ ନା ନାହିଁ” ସେନେଇ ଉତ୍ତର ରଖିବାକୁ କୁହାଯାଇଥିଲା ।

ଏହି ଅବସରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ଯେ, ଶ୍ରୀମନ୍ଦିରରେ ଶୃଙ୍ଖଳା ଆଣିବା ପାଇଁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଅଛି । ଗର୍ବ ଓ ଅହଂକାର- ବିବର୍ଜିତ ହୋଇ, ଶ୍ରୀମନ୍ଦିର ପରମ୍ପରା, ଗରିମା ତଥା ମର୍ଯ୍ଯାଦାକୁ ଅକ୍ଷୁର୍ଣ୍ଣ ରଖିବା ଆମ ସମସ୍ତଙ୍କର କର୍ତ୍ତବ୍ୟ ଏବଂ ଏହା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଆମ ସମର୍ପଣ ଭାବର ନିଦର୍ଶନ ହେବା ଆବଶ୍ୟକ । ଆଗାମୀ ଦିନରେ ମଧ୍ୟ କୌଣସି ପ୍ରକାର ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ ।

Previous Post

ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

Next Post

ସମ୍ମମରେ ୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ଶିଶୁର କିଡ଼ନୀ ବଂଚାଇଲା ଦୁଇ ଜୀବନ

Next Post
ସମ୍ମମରେ ୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ଶିଶୁର କିଡ଼ନୀ ବଂଚାଇଲା ଦୁଇ ଜୀବନ

ସମ୍ମମରେ ୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ଶିଶୁର କିଡ଼ନୀ ବଂଚାଇଲା ଦୁଇ ଜୀବନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA