Thursday, April 30, 2026 04:08 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମେ’ ୨୪ ରୁ ଘରକୁ ଘର ବୁଲି ସର୍ଭେ

ସରପଞ୍ଚଙ୍କୁ ପୁଣି ମିଳିଲା ଜିଲ୍ଲାପାଳ କ୍ଷମତା

by Our Correspondent
17 May, 2021- 08:09 PM
in Latest News, News
1 min read
0
ମେ’ ୨୪ ରୁ ଘରକୁ ଘର ବୁଲି ସର୍ଭେ

ଭୁବନେଶ୍ୱର: ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଆସନ୍ତା ମେ ୨୪ ତାରିଖରୁ ୩ ମାସ ପାଇଁ ସାରା ରାଜ୍ୟରେ କରୋନା ସର୍ଭେ କରାଯିବ । ଆଶା ଓ ଏଏନଏମ ମାନେ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଏହି ଜଟିଳ ରୋଗ ସମ୍ପର୍କରେ ସର୍ଭେ କରିବେ । ସେଥିପାଇଁ ମାସିକ ୧୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ଦିଆଯିବ । ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ, ସରପଞ୍ଚମାନଙ୍କୁ ପୁଣି ଥରେ ଜିଲ୍ଲାପାଳ କ୍ଷମତା ଦିଆଯାଇଛି । ଗାଁରେ ଲକଡାଉନ୍ ଘୋଷଣା ଏବଂ ଟିଏମସି ଖୋଲିବା ନେଇ ପରିସ୍ଥିତିକୁ ଦେଖି ସରପଞ୍ଚମାନେ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ସେହିଭଳି କୋଭିଡ୍ ରେ ମୃତକଙ୍କ ବିଧବା ଓ ବାପାମାଆଙ୍କୁ ହରାଇଥିବା ପିଲାଙ୍କୁ ମଧୁବାବୁ ପେନସନ୍ ଯୋଜନାରେ ସାମିଲ କରାଯିବ ଏବଂ ପିଲାଙ୍କୁ ମାଗଣା ଶିକ୍ଷା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିଗୁଡ଼ିକ ହେଉଛି

–ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତିମାନଙ୍କୁ କୋଭିଡ୍ ନିୟନ୍ତ୍ରଣରେ ସାମିଲ କରାଯିବ । ଏଥିପାଇଁ ମିଳିବ ୧୦ ହଜାର ଟଙ୍କା ସହାୟତା ।

–ଗୃହ ସଙ୍ଗରୋଧ ତଦାରଖ ଦାୟିତ୍ୱରେ ଥିବା ଆଶା କର୍ମୀମାନଙ୍କୁ ସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ ।

–ରାଜ୍ୟରେ ଅକ୍ସିଜେନ୍ ପରିଚାଳନା ଓ ଯୋଗାଣ ବ୍ୟବସ୍ଥାର ସୁପରିଚାଳନା ପାଇଁ ଗଠନ ହେବ ଟାକ୍ସଫୋର୍ସ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି। ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ ଆମର ଲଢେଇକୁ ଆହୁରି ମଜବୁତ କରିବାକୁ ପଡ଼ିବ । ଗତ ଏକ ମାସରୁ ଉର୍ଦ୍ଧ୍ବ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି । ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ । ଆମ ପ୍ରଶାସନ ଓ ସ୍ବାସ୍ଥ୍ୟକର୍ମୀ ମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ  ସେମାନଙ୍କର ଉଚ୍ଚପ୍ରଶଂସା କରିଥିଲେ ।

ରାଜ୍ୟ ସରକାରଙ୍କ ପଦକ୍ଷେପଗୁଡ଼ିକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ,  ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ICU-HDU ଶଯ୍ୟାରେ ବୃଦ୍ଧି କରାଯାଇଛି । ପ୍ରତି ଜିଲ୍ଲାରେ ଅକ୍‌ସିଜେନ ସଂଯୁକ୍ତ ଶଯ୍ୟାର ବ୍ୟବସ୍ଥା ମଧ୍ୟ କରାଯାଇଛି ।  ତ୍ରୁଟିଶୂନ୍ୟ ଅକ୍‌ସିଜେନ ଯୋଗାଣ ପାଇଁ ଅଧିକ ଅକ୍‌ସିଜେନ ସିଲିଣ୍ଡର, refilling ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି । ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକ୍‌ସେଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ ଅକ୍‌ସିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି । ଜରୁରୀ ଔଷଧ ଓ ଅକ୍‌ସିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ଆମେ ସ୍ବତନ୍ତ୍ର ଦୃଷ୍ଟି ଦୃଷ୍ଟି ରଖାଯାଇଛି ।

ଏହି ଲଢେଇରେ ସ୍ବାସ୍ଥ୍ୟ କର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ବ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ବ ଦିଆଯାଇଛି ଏବଂ ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି । ଏହାସହିତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି ।

ଓଡିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି। ଘରୋଇ ଡାକ୍ତରଖାନା ମାନଙ୍କୁ ସାଥିରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହାଦ୍ବାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡିଶାର ମୃତ୍ୟୁ ହାର ସେଥିପାଇଁ କମ୍‌ ରହିଛି ।

ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ । ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ। କରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ବର୍ତ୍ତମାନ କୋଭିଡର ଦ୍ବିତୀୟ ଲହର ମଧ୍ୟରେ ଅଛୁ । ଆଗକୁ ଆମକୁ କେତେ ଲହର ଓ କେତେ variantର ମୁକାବିଲା କରିବାକୁ ହେବ, ତାହା କେହି ଜାଣିନାହିଁ । ଦ୍ବିତୀୟ ଲହରର ପ୍ରଭାବ ହ୍ରାସ କରିବା ପାଇଁ ଆମେ ଲକ୍‌ଡାଉନ କରିଛୁ। କିନ୍ତୁ କେବଳ ଲକ୍‌ଡାଉନ ଏହାର ସମାଧାନ ନୁହେଁ। କାରଣ ଏହାଦ୍ବାରା ଅନେକ ଲୋକଙ୍କ ଜୀବିକା ଗଭୀର ଭାବରେ ପ୍ରଭାବିତ ହେଉଛି । ଏହା ଏକ ଲମ୍ବା ଲଢେଇ । ତେଣୁ ଲୋକଙ୍କୁ ସଚେତନତା ଜରିଆରେ ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାରେ ନ ବୁଲିବା ଏବଂ ଗହଳିକୁ ନ ଯିବା ଆଦି ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ଅନୁରୋଧ କରିଥିଲେ।

ବିଧାୟକଙ୍କୁ ପରାମର୍ଶ: ସଚେତନତାର ବାର୍ତ୍ତା ଲୋକଙ୍କୁ ପାଖରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ବିଧାୟକ ମାନଙ୍କୁ ପରାମର୍ଶ ଦେବା ସହିତ କୋଭିଡ ପରିଚାଳନା କାର୍ଯ୍ୟ ବିଶେଷତଃ, ମିଶନ ଶକ୍ତି ଗ୍ରୃପ ଠାରୁ କିଣି ଗରିବ ଲୋକଙ୍କୁ ମାସ୍କ ବାଣ୍ଟିବା ପାଇଁ ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ ବୋଲି କହିଥିଲେ । ଯେହେତୁ ବିଧାୟକ ମାନେ ଅନେକ ଲୋକଙ୍କ ସହ ପ୍ରତିଦିନ ମିଶୁଛନ୍ତି, ତେଣୁ ନିଜର ଓ ନିଜ ପରିବାରର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେଇଥିଲେ ।

‘ପ୍ରତ୍ୟେକ ଜୀବନ ମୂଲ୍ୟବାନ ‘। ଏହି ନୀତିରେ ହିଁ ଆମେ କାମ କରିଚାଲିଛୁ ଏବଂ ଲୋକଙ୍କ ଜୀବନ ରକ୍ଷା ପାଇଁ ସରକାର ତାଙ୍କର ସମସ୍ତ ଉଦ୍ୟମ ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

 

Previous Post

ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ

Next Post

ମରଣ କାଳେ ପ୍ରତିଶୋଧ ରାଜନୀତି!

Next Post
ମରଣ କାଳେ ପ୍ରତିଶୋଧ ରାଜନୀତି!

ମରଣ କାଳେ ପ୍ରତିଶୋଧ ରାଜନୀତି!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA