Wednesday, May 20, 2026 03:51 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୩୩ ଏମ୍‌ଓୟୁ, ୭,୮୦୮ କୋଟିର ପୁଞ୍ଜିନିବେଶ ପ୍ରତିଶ୍ରୁତି, ୫୩,୩୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱରରେ ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌

by Our Correspondent
25 Jul, 2025- 07:52 PM
in Latest News, News
1 min read
0
୩୩ ଏମ୍‌ଓୟୁ, ୭,୮୦୮ କୋଟିର ପୁଞ୍ଜିନିବେଶ ପ୍ରତିଶ୍ରୁତି, ୫୩,୩୦୦ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ରେ ଏହା ଘୋଷଣା କହିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଜଗତସିଂହପୁର ଏବଂ ଭଦ୍ରକ ଠାରେ ଦୁଇଟି ଟେକ୍ସଟାଇଲ ଓ ଫୁଟ୍‌ୱିୟର ପାର୍କର ଲୋକାର୍ପଣ କରିଥିଲେ।

ଆଜି ଭୁବନେଶ୍ୱର ଠାରେ ଅନୁଷ୍ଠିତ ଓ-ଟେକ୍ସ ୨୦୨୫ ହେଉଛି ରାଜ୍ୟର ପ୍ରଥମ ଟେକ୍ସଟାଇଲ ଓ ଆପାରେଲ କନ୍‌କ୍ଲେଭ୍। ଆଜିର କନ୍‌କ୍ଲେଭ୍‌ରେ ୧୬୦ରୁ ଅଧିକ ବୃହତ ଓ ନୂତନ ଉଦ୍ୟୋଗୀ ଯୋଗଦେଇଥିଲେ। ବିଶ୍ୱର ନାମୀଦାମୀ ବ୍ରାଣ୍ଡ Page Industries, First Step Baby Wear, KPR Mills, Sportking, Adarsh Knitwear, Anubhav Apparels, Bon & Co., and B.L. ପ୍ରମୁଖ ଏହି କନ୍‌କ୍ଲେଭ୍‌ରେ ଅଂଶଗ୍ରହଣ କରିଥିଲେ ଓ ଦେଶର ବୟନ ଓ ପୋଷାକ ଶିଳ୍ପକ୍ଷେତ୍ରର ପ୍ରାୟ ସମସ୍ତ ଶିଳ୍ପପତି ଉପସ୍ଥିତ ଥିଲେ। ଏହା ପୂର୍ବଭାରତର ସର୍ବବୃହତ ଟେକ୍ସଟାଇଲ କନ୍‌କ୍ଲେଭ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ ମାନଙ୍କୁ ସପ୍ତାହକୁ ଯେକୌଣସି ଗୋଟିଏ ଦିନ ହସ୍ତତନ୍ତ ପ୍ରସ୍ତୁତ ପୋଷାକ ପରିଧାନ କରିବା ପାଇଁ ଆହ୍ୱାନ ଦେଇଥିଲେ। ଏହି କନ୍‌କ୍ଲେଭ୍‌ରେ ମୋଟ୍ ୩୩ଟି ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଥିବା ବେଳେ, ୭୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି ଆସିଛି। ଏହା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟରେ ୫୩,୩୦୦ ଟି ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ଏହା ସହିତ ପ୍ରତିବର୍ଷ ଏହି କନକ୍ଲେଭ ଆୟୋଜନ କରିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଓଡିଶାର ବସ୍ତ୍ର ଶିଳ୍ପ ବହୁତ ପ୍ରାଚୀନ। ଆମ ସଂସ୍କୃତି ଏବଂ ପରମ୍ପରା ସହିତ ଆମ ପୋଷାକ ଓ ପରିଧାନ ଜଡିତ ହୋଇ ରହିଛି। ପଶ୍ଚିମ ଓଡିଶାର ପାରମ୍ପାରିକ ବସ୍ତ୍ର ପ୍ରସ୍ତୁତି ପ୍ରକ୍ରିୟା, ବ୍ରହ୍ମପୁରର ରେଶମ, ଗଜପତି, କେନ୍ଦୁଝରର ଟସର ଏବଂ ମାଣିଆବନ୍ଧ ସୂକ୍ଷ୍ମକଳାର ସାରା ଦେଶରେ ସ୍ୱତନ୍ତ୍ର ପରିଚୟ ରହିଛି। ଏହି ସମସ୍ତ ପୋଷାକର ପ୍ରଚାର ପ୍ରସାର ମାଧ୍ୟମରେ ଓଡିଶାକୁ ଟେକ୍ସଟାଇଲ ହବ୍ କରିବା ପାଇଁ ଆମ ସରକାର ଉଦ୍ୟମ କରୁଛନ୍ତି। ଆସନ୍ତା ଦଶନ୍ଧି ମଧ୍ୟରେ ରାଜ୍ୟରେ ଟେକ୍ସଟାଇଲ କ୍ଷେତ୍ରରେ ୫ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି କରିବା ସହିତ ୫ଟି ଟେକ୍ସଟାଇଲ ଓ ଆପାରେଲ୍ ପାର୍କ ବିକଶିତ କରିବା ଦିଗରେ ଆମ ସରକାର ଯୋଜନା କରୁଛନ୍ତି।

ସେ ପୁଣି କହିଥିଲେ ଓଡିଶା ପୁଞ୍ଜିନିବେଶକାରୀ ମାନଙ୍କ ପାଇଁ ପ୍ରମୁଖ ଆକର୍ଷଣ ପାଲଟିଛି। ଚଳିତ ଆର୍ଥିକ ବର୍ଷରେ ଦେଶର ସମୁଦାୟ ଘରୋଇ ନିବେଶର ୪୦ ପ୍ରତିଶତ ଓଡିଶାକୁ ଆସିଛି। ଏହା ବିଶ୍ୱର ଉଦ୍ୟୋଗ ଜଗତର ଆମ ସରକାରଙ୍କ ଉପରେ ଥିବା ଆସ୍ଥାକୁ ଦର୍ଶାଉଛି। ଏହା ଭରସାକୁ ଅତୁଟ ରଖିବା ଦିଗରେ ଆମର ଉଦ୍ୟମ ଜାରି ରହିବ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଅନ୍ୟାନ୍ୟ ଶିଳ୍ପ ସହିତ ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରରେ ମଧ୍ୟ ଓଡ଼ିଶା ଦେଶର ସବୁଠାରୁ ଆକର୍ଷଣୀୟ ସ୍ଥାନ ଭାବେ ପରିଗଣିତ ହୋଇପାରିଛି। ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରର ସବୁଠାରୁ ବଡ ଆକର୍ଷଣ ହେଉଛି ଏ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ରହିଛି। ବିଶେଷକରି ମହିଳା ମାନଙ୍କୁ ଅଧିକ ନିଯୁକ୍ତିର ସୁଯୋଗ ରହିଛି । ଓଡ଼ିଶାର ଗ୍ରାମାଞ୍ଚଳ ଓ ଅର୍ଥନୈତିକ ପଛୁଆ ବର୍ଗର ଯୁବକ ଯୁବତୀମାନଙ୍କ ପାଇଁ ଏହା ବ୍ୟାପକ ସୁଯୋଗ ସୃଷ୍ଟି କରିବା ସହିତ ଓଡ଼ିଶାର ଆର୍ଥିକ ସମୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗଦେଇ କହିଛନ୍ତି ଯେ “ଓଡିଶା ଟେକ୍ସ 2025 ଓଡ଼ିଶାର ବୟନ ଶିଳ୍ପ ପାଇଁ ଏକ ନୂତନ ଯୁଗର ଶୁଭାରମ୍ଭ କରୁଛି। ଦକ୍ଷତା ଏବଂ ଶିଳ୍ପ ଦ୍ୱାରା, ଓଡ଼ିଶାର ସ୍ଥାୟୀ ଅଭିବୃଦ୍ଧି, ଆଞ୍ଚଳିକ ବିକାଶ ଏବଂ ଏକ ଉତ୍ସର୍ଗୀକୃତ ଟାସ୍କ ଫୋର୍ସ ମାଧ୍ୟମରେ ନିବେଶକମାନଙ୍କୁ ଆକୃଷ୍ଟ କରୁଛି। ଓଡ଼ିଶାରେ କଞ୍ଚାମାଲ ଉପଲବ୍ଧତା ଠାରୁ ବନ୍ଦର ସଂଯୋଗୀକରଣ ଏବଂ ଏକ ସହାୟକ ନୀତି ବୟନ ଏବଂ ପୋଷାକ ନିବେଶ ପାଇଁ ସବୁଠାରୁ ଆକର୍ଷଣୀୟ ଗନ୍ତବ୍ୟସ୍ଥଳ ପାଲଟିଛି।

ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, “ଆମର ପ୍ରତିବଦ୍ଧତା ହେଉଛି ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଐତିହ୍ୟକୁ ସୁଦୃଢ଼ କରିବା ସହିତ ଆଧୁନିକ ବୟନ ନିବେଶକୁ ଦ୍ୱିଗୁଣିତ କରିବା। ଏକ ଦୃଢ଼ ବୟନ ଇକୋସିଷ୍ଟମର ବିକାଶକୁ ପ୍ରାଥମିକତା ଦେଇ, ପାରମ୍ପରିକ ବୁଣାକାରମାନଙ୍କୁ ସଶକ୍ତ ଏବଂ ବଜାର ବ୍ୟବସ୍ଥାକୁ ବୃଦ୍ଧି କରି, ସରକାର ସମାବେଶୀ ଅଭିବୃଦ୍ଧି ସୁନିଶ୍ଚିତ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଏବଂ ଦେଶର କୋଣ ଅନୁକୋଣରୁ ଆସିଥିବା ଟେକ୍ସଟାଇଲ ଉଦ୍ୟୋଗୀ ଏବଂ ଶିଳ୍ପପତି ମାନେ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ଧନ୍ୟବାଦ ଦେଇଥିଲେ।

Previous Post

କିସ୍‍ ଛାତ୍ରଛାତ୍ରୀଙ୍କ ସହ ମଧ୍ୟାହ୍ନଭୋଜନ କଲେ ରାଜ୍ୟପାଳ ଦମ୍ପତ୍ତି

Next Post

ଅଚ୍ୟୁତ ସାମନ୍ତଙ୍କ କାର୍ଯ୍ୟ ପ୍ରେରଣାଦାୟୀ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

Next Post
ଅଚ୍ୟୁତ ସାମନ୍ତଙ୍କ କାର୍ଯ୍ୟ ପ୍ରେରଣାଦାୟୀ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଅଚ୍ୟୁତ ସାମନ୍ତଙ୍କ କାର୍ଯ୍ୟ ପ୍ରେରଣାଦାୟୀ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA