Monday, September 21, 2026 08:49 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସରିଲା ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ପର୍ବ

ହିଞ୍ଜିଳିକାଟୁରୁ ଆରମ୍ଭ, ଯାଜପୁରରେ ଶେଷ

by Our Correspondent
29 Nov, 2021- 08:55 PM
in Latest News, News
1 min read
0
ସରିଲା ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର ପର୍ବ

ଭୁବନେଶ୍ୱର: ଅଗଷ୍ଟ ମାସରୁ ହିଞ୍ଜିଳିକାଟୁରୁ ଆରମ୍ଭ ହୋଇଥିବା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଲୋକାର୍ପଣ ପର୍ବ ଆଜି ଯାଜପୁର ବିରଜା ହାଇସ୍କୁଲରେ ଶେଷ ହୋଇଛି । ଛାତ୍ରଛାତ୍ରୀଙ୍କ ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଆତସବାଜି ପ୍ରଦର୍ଶନ ଲୋକାର୍ପଣ ପର୍ବକୁ ବେଶ୍ ଉପଭୋଗ୍ୟ କରିଥିଲା । ପ୍ରଥମ ପର୍ଯାୟରେ ସାରା ରାଜ୍ୟରେ ୩୦ଟି ଜିଲ୍ଲାରେ ୧୦୭୮ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ବିଜୁ ବାବୁଙ୍କ ଜୟନ୍ତୀ ୨୦୨୨ ମାର୍ଚ୍ଚ ସୁଦ୍ଧା ୩୩୦୦ ସ୍କୁଲର ରୂପାନ୍ତରଣ ଲକ୍ଷ୍ୟ ରଖାଯାଇଛି ।

ଆଜି କୋରାପୁଟ, ଗଜପତି, ଢେଙ୍କାନାଳ, ଅନୁଗୁଳ ବରଗଡ ଓ ଯାଜପୁର ଜିଲ୍ଲାର ୨୪୦ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପିଲାମାନେ ଦେଖିଥିବା ସ୍ୱପ୍ନକୁ ସାକାର କରିବାରେ ସହଯୋଗ କରିବା ହେଉଛି ଆମ ସମସ୍ତଙ୍କର ମିଳିତ ଦାୟିତ୍ୱ ଏବଂ ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ହେଉଛି ଏ ଦିଗରେ ସମସ୍ତଙ୍କର ମିଳିତ ସହଯୋଗର ସର୍ବଶ୍ରେଷ୍ଠ ପ୍ରଦର୍ଶନ । ଏହି ଅବସରରେ ସମବେତ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନରେ ସ୍ୱପ୍ନ ହିଁ ଆଗକୁ ବାଟ ଦେଖାଇଥାଏ । ବଡ ବଡ ସ୍ୱପ୍ନ ଦେଖିବା ସହିତ ତାକୁ ପୂରଣ କରିବା ପାଇଁ ଅହରହ ଚେଷ୍ଟା ଜାରି ରଖିବା ହେଉଛି ଜୀବନର ସାର୍ଥକତା ।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ କହିଥିଲେ ଯେ, ‘ ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ୱପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି । ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ୱାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ । ମୋର ପୁରା ବିଶ୍ୱାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।’

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା ଓ ଭବିଷ୍ୟତର ଲକ୍ଷ୍ୟ ସଂପର୍କରେ କହିଥିଲେ। କୋରାପୁଟର ତପସ୍ୱିନୀ ମହାପାତ୍ର, ଗଜପତିରି ମର୍ଣ୍ଣିକା ରାଇତା, ଢେଙ୍କାନାଳର ଶୁଭସ୍ମିତା ସାହୁ, ଅନୁଗୁଳର ଶ୍ରେୟାଂସା ପ୍ରଧାନ, ବରଗଡର ସ୍ମୃତିରେଖା ସାହୁ ଓ ଯାଜପୁରର ରଶ୍ମିରେଖା ମିଶ୍ର ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କୁଲ ରୂପାନ୍ତରଣ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛି ଏବଂ ସରକାରୀ ସ୍କୁଲରେ ପାଠ ପଢିବାର ଗୌରବ ଆଜି ଆମେ ଅନୁଭବ କରୁଛୁ । ସରକାରୀ ସ୍କୁଲ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷାରେ ପନ୍ଦର ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ସୁଶାନ୍ତ ସିଂହ, ସମୀର ରଞ୍ଜନ ଦାଶ, ଜଗନ୍ନାଥ ସାରକା, ଶ୍ରୀମତୀ ପଦ୍ମିନୀ ଦିଆନ ଓ ସାଂସଦ ମହେଶ ସାହୁ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ।

କାର୍ଯ୍ୟକ୍ରମ ସଂଞ୍ଚାଳନ କରିଥିଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ ହୋଇଥିବାରୁ ଏଥିସହ ସଶ୍ଲିଷ୍ଟ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ୨୦୨୨ ମାର୍ଚ୍ଚ ସୁଦ୍ଧା ଦ୍ବିତୀୟ ପର୍ଯ୍ୟାୟରେ ୩୩୦୦ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ପୂରଣ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ବିଭିନ୍ନ ସ୍କୁଲର ବିକାଶ ସହ ସଶ୍ଲିଷ୍ଟ ଥିବା ୯୦୦୦ ବ୍ୟକ୍ତି ବିଶେଷଙ୍କ ସହିତ ୭୦୦୦ ମିନିଟ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଆଲୋଚନା କରି ଯୋଜନାକୁ ଚୂଡାନ୍ତ ରୂପ ଦେଇଥିଲେ ।

ସ୍କୁଲର ପୁରାତନ ଛାତ୍ର ଭାବରେ ବିରଜା ହାଇସ୍କୁଲରେ ଉପସ୍ଥିତ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ କୁମାର ଘଡାଇ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମକୁ ଏକ ଐତିହାସିକ ଉଦ୍ୟମ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାର ସଫଳ କାର୍ଯ୍ୟକାରିତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଓ କାର୍ଯ୍ୟକୁ ସୁନ୍ଦର ଭାବରେ ଆଗେଇ ନେଇଥିବା ୫-ଟି ସଚିବଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ଏକ ସମୃଦ୍ଧ ଓଡିଶାର ସ୍ୱପ୍ନକୁ ସାକାର କରିବ ବୋଲି ମତପୋଷଣ କରିଥିଲେ ।

ସରକାରୀ ସ୍କୁଲରେ ପାଠ ପଢି ଆଇଏଏସ ଓ ଆଇପିଏସ୍‌ ହୋଇଥିବା ଶକ୍ତି ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରି ଧଳ ଏବଂ ଗୁଇନ୍ଦା ବିଭାଗର ଡିଆଇଜି ଅନୂପ ସାହୁ ସେମାନଙ୍କ ସ୍କୁଲ ଜୀବନର ଅନୁଭୂତି ବଖାଣିବା ସହିତ ଦୃଢ ସଂକଳ୍ପ, ଉଚ୍ଚାକାଂକ୍ଷା ଓ କଠିନ ପରିଶ୍ରମ ଦ୍ୱାରା ହିଁ ଜୀବନରେ ସଫଳତା ହାସଲ କରାଯାଇପାରେ ବୋଲି ପିଲାମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫-ଟି ସ୍କୁଲ ରୂପାନ୍ତରଣ ଉପରେ Task Force Recommendlationର knowledge paper ଉନ୍ମୋଚନ କରିଥିଲେ । ଏଥିରେ ରୂପାନ୍ତରିତ ସ୍କୁଲ ମାନଙ୍କର ରକ୍ଷଣାବେକ୍ଷଣ ଓ ପରିଚାଳନା ସଂପର୍କରେ ବିଶେଷ ନିର୍ଦ୍ଦେଶାବଳୀ ସନ୍ନିବେଶିତ ହୋଇଛି ।

ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତିଙ୍କ ସମେତ ବିଭିନ୍ନ ଜିଲ୍ଲାର ବିଧାୟକଗଣ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଗଣ ଯୋଗ ଦେଇଥିଲେ । ଉନ୍ନୟନ କମିଶନର ପ୍ରଦୀପ ଜେନା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

କାହିଁକି ଭୂତ ହୋଇ ଲୁଚୁଛି କରୋନା ଭୂତାଣୁ ?

Next Post

ଅପରାଜିତାଙ୍କୁ ଗୁରୁତ୍ୱ ଦେଲାନି ବିଜେପି

Next Post
ଅପରାଜିତାଙ୍କୁ ଗୁରୁତ୍ୱ ଦେଲାନି ବିଜେପି

ଅପରାଜିତାଙ୍କୁ ଗୁରୁତ୍ୱ ଦେଲାନି ବିଜେପି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA