Monday, April 27, 2026 03:41 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ

by Our Correspondent
25 Feb, 2022- 09:47 PM
in Latest News, News
1 min read
0
ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଆଉ ନାହାନ୍ତି । ୮୩ ବର୍ଷ ବୟସରେ ଆଜି ଭୁବନେଶ୍ୱରରେ ତାଙ୍କର ପରଲୋକ ହୋଇଯାଇଛି । କିଛି ଦିନ ତଳେ ନିମୋନିଆରେ ଆକ୍ରାନ୍ତ ହୋଇ ସେ ଗୁରୁତର ହୋଇପଡ଼ିଥିଲେ । ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଥିଲା । ମାତ୍ର ଡାକ୍ତରମାନେ ସବୁ ପ୍ରକାର ଚେଷ୍ଟା ସତ୍ତ୍ୱେ ମଧ୍ୟ ସେ ବଞ୍ଚି ପାରିନାହାନ୍ତି । ଆଜି ସଂଧ୍ୟାରେ ଆଖି ବୁଜିଦେଇଛନ୍ତି ଏହି ବରିଷ୍ଠ ନେତା । ହେମାନନ୍ଦଙ୍କ ବିୟୋଗ ବିଭିନ୍ନ ମହଲରେ ଶୋକର ଛାୟା ଖେଳାଇ ଦେଇଛି । ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ପିସିସି ସଭାପତିଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକପ୍ରକାଶ କରିଛନ୍ତି ।

୧୯୩୯ ମସିହାରେ ଝାରସୁଗୁଡ଼ା ଜିଲ୍ଲା ଠାକୁରପଡ଼ା ଗାଁର ଏକ ଚାଷୀ ପରିବାରରେ ଜନ୍ମଗ୍ରହଣ କରିଥିବା ହେମାନନ୍ଦ ବିଶ୍ୱାଳ ୧୯୬୭ ମସିହାରେ କିରିମିରା ପଞ୍ଚାୟତ ସମିତିର ଅଧ୍ୟକ୍ଷ ଭାବେ ରାଜନୈତିକ କ୍ୟାରିୟର୍ ଆରମ୍ଭ କରିଥିଲେ । ପ୍ରଥମ ଥର ପାଇଁ ୧୯୭୪ ମସିହାରେ ସେ ଲାଇକେରା ବିଧାନସଭା ଆସନରୁ ବିଧାୟକ ନିର୍ବାଚିତ ହୋଇଥିଲେ । ଏହି ଆସନରୁ କ୍ରମାଗତ ୬ ଥର ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ସେ ସୁନ୍ଦରଗଡ଼ ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

କଂଗ୍ରେସର ଏହି ବରିଷ୍ଠ ନେତା ଜାନକୀ ବାବୁଙ୍କ ମନ୍ତ୍ରୀମଣ୍ଡଳରେ ୧୯୮୫ ରୁ ୮୬ ମସିହା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ୧୯୯୫ ରୁ ୧୯୯୮ ମସିହା ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ଏଥିସହ ଦୁଇ ଥର ମୁଖ୍ୟମନ୍ତ୍ରୀ ହେବାର ଗୌରବ ଅର୍ଜନ କରିଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ । ପ୍ରଥମ ପାଳିରେ ୧୯୮୯ ଡିସେମ୍ବର ୭ ରୁ ୧୯୯୦ ମାର୍ଚ୍ଚ ୫ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପାଳିରେ ୧୯୯୯ ଡିସେମ୍ବର ୬ ରୁ ୨୦୦୦ ମାର୍ଚ୍ଚ ୫ ତାରିଖ ପର୍ଯ୍ୟନ୍ତ ହେମାନନ୍ଦ ବାବୁ ଥିଲେ ମୁଖ୍ୟମନ୍ତ୍ରୀ ।

ଋାଜନୀତିରେ ସଫଳ ବ୍ୟକ୍ତିତ୍ୱ ହେମାନନ୍ଦ ବିଶ୍ୱାଳ ବ୍ୟକ୍ତିଗତ ଜୀବନରେ ମଧ୍ୟ ଅତ୍ୟନ୍ତ ସରଳ, ସଚ୍ଚୋଟ ଓ ଅମାୟିକ ଥିଲେ । ପଶ୍ଚିମ ଓଡ଼ିଶା ବିକାଶରେ ତାଙ୍କର ଯଥେଷ୍ଟ ଅବଦାନ ଥିଲା । ତାଙ୍କ ମୃତ୍ୟୁ ପଶ୍ଚିମ ଓଡ଼ିଶା ରାଜନୀତିରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି ।
ସ୍ୱର୍ଗତ ବିଶ୍ୱାଳଙ୍କ ପତ୍ନୀ ଏବଂ ୫ ଝିଅ ଅଛନ୍ତି । ଆସନ୍ତାକାଲି ତାଙ୍କ ଗ୍ରାମରେ ଅନ୍ତେଷ୍ଟିକ୍ରିୟା ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତାରେ ସ୍ୱର୍ଗତ ବିଶ୍ୱାଳଙ୍କୁ ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା ଭାବେ ବର୍ଣ୍ଣନା କରିଛନ୍ତି । ସମାଜର ଅବହେଳିତ ବର୍ଗର ଲୋକଙ୍କ ଉନ୍ନତି ତଥା ରାଜ୍ୟର ସାମୁହିକ ପ୍ରଗତି ପାଇଁ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ ପ୍ରଧାନ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଦକ୍ଷ, ବିରଳ ଓ ଅନୁଭବୀ ରାଜନୀତିଜ୍ଞଙ୍କୁ ହରାଇଲା । ରାଜ୍ୟର ବିକାଶ ବିଶେଷ ଭାବରେ ଜନଜାତିଙ୍କ ପାଇଁ ତାଙ୍କର ବିଶେଷ ଅବଦାନ ଚିର ସ୍ମରଣଈୟ ହୋଇ ରହିବ । କେନ୍ଦ୍ରମନ୍ତ୍ରୀ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Previous Post

ୟୁକ୍ରେନ୍ ରେ ଫସିଥିବା ଓଡ଼ିଆଙ୍କ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ତତ୍ପରତା

Next Post

କାଲିଠାରୁ ଭୋଟ ଗଣତି

Next Post
କାଲିଠାରୁ ଭୋଟ ଗଣତି

କାଲିଠାରୁ ଭୋଟ ଗଣତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA