Sunday, June 28, 2026 08:38 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସମନ୍ୱିତ ଯୋଜନାରେ ଧଉଳି ସମେତ ସବୁ ଐତିହ୍ୟ ସ୍ଥଳର ବିକାଶ କରାଯିବ: ମୁଖ୍ୟମନ୍ତ୍ରୀ

ଧଉଳି ଶାନ୍ତି ସ୍ତୁପର ୫୨ତମ ପ୍ରତିଷ୍ଠା ଦିବସ

by Our Correspondent
03 Nov, 2024- 07:46 PM
in Latest News, News
1 min read
0
ସମନ୍ୱିତ ଯୋଜନାରେ ଧଉଳି ସମେତ ସବୁ ଐତିହ୍ୟ ସ୍ଥଳର ବିକାଶ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏକ ସାଧାରଣ ପାହାଡ ନୁହେଁ, ଧଉଳି ପାହାଡ ଓଡିଶା ଇତିହାସର ଏକ ଗୌରବମୟ ଅତୀତକୁ ଛାତିରେ ଧରି ରଖିଛି। କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ଏହି ଧଉଳି। ଓଡିଆ ବୀର ସନ୍ତାନଙ୍କ ଲୁହ ଆଉ ରକ୍ତରେ ଏକାକାର ହୋଇଥିବା ତ୍ୟାଗର ତୀର୍ଥସ୍ଥଳୀ ଏହି ଧଉଳି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଧଉଳି ଶାନ୍ତି ସ୍ତୁପର ୫୨ତମ ପ୍ରତିଷ୍ଠା ଦିବସ ଅବସରରେ କହିଛନ୍ତି।

ଏହି ଅବସରରେ ଧଉଳି ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖ୍ରୀଷ୍ଟପୂର୍ବ ୨୬୧ରେ ଲୋମହର୍ଷଣକାରୀ କଳିଙ୍ଗ ଯୁଦ୍ଧ ପରେ ଏହିଠାରୁ ଶାନ୍ତିକୁ ଜୀବନର ବ୍ରତ କରି ବୌଦ୍ଧ ଧର୍ମକୁ ଗ୍ରହଣ କରିଥିଲେ ସମ୍ରାଟ ଅଶୋକ। ଆଜିକୁ ୫୨ ବର୍ଷ ତଳେ ଜାପାନ ସରକାରଙ୍କ ଉଦ୍ୟମରେ ପ୍ରତିଷ୍ଠା ହୋଇଥିଲା ଏହି ଶାନ୍ତିର ସ୍ତୁପ। ସେବେଠାରୁ ଆଜି ପର୍ଯ୍ୟନ୍ତ ଶାନ୍ତି ଆଉ ମୈତ୍ରୀର ପ୍ରତୀକ ସାଜିଛି ଏହି ଧଉଳି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ବୌଦ୍ଧ ଧର୍ମ ସମ୍ପର୍କରେ ଯେବେ ଆଲୋଚନା କରାଯାଏ ସେତେବେଳେ ଓଡିଶାର ନା ସବୁଠାରୁ ଆଗରେ ଆସିଥାଏ। ଓଡିଶାରେ ବୌଦ୍ଧ ଧର୍ମର ଯେତେ ପ୍ରଚାର ପ୍ରସାର ହୋଇଥିଲା ଏବଂ ଯେତେ ବୌଦ୍ଧ ବିହାର ଓଡିଶାରେ ଦେଖିବାକୁ ମିଳେ ତାହା ଭାରତବର୍ଷର ଅନ୍ୟ କୌଣସି ପ୍ରଦେଶରେ ଦେଖିବାକୁ ମିଳେ ନାହିଁ। ଖ୍ରୀଷ୍ଟପୂର୍ବ ୬ଷ୍ଠ ଶତାବ୍ଦୀଠାରୁ ଓଡିଶାରେ ବୌଦ୍ଧ ଧର୍ମର ପ୍ରସାର ଘଟିଥିଲା। ଧଉଳି ପାଦ ଦେଶରେ ଦୟାନଦୀ କୂଳରେ ଭାରତ ଇତିହାସରେ ଏକ ନିର୍ଣ୍ଣାୟକ ମୋଡ ଆସିଥିଲା। ମଗଧର ସମ୍ରାଟ ଅଶୋକଙ୍କୁ କଳିଙ୍ଗ ଯୁଦ୍ଧର ବିଭୀଷିକା ଧର୍ମାଶୋକରେ ପରିଣତ କରିଥିଲା। ସମ୍ରାଟ ଅଶୋକ ଦେଶ ବିଦେଶରେ ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ପାଇଁ ନିଜ ପୁତ୍ର ମହେନ୍ଦ୍ର ଏବଂ କନ୍ୟା ସଙ୍ଘମିତ୍ରାଙ୍କୁ ସିଂହଳ ଦେଶକୁ ଏହି ଓଡିଶାରୁ ପଠାଇଥିବା ବିଶ୍ବାସ କରାଯାଏ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅତୀତର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେତେବେଳେ ନୌବାଣିଜ୍ୟ ପରମ୍ପରାରେ ଓଡିଶା ସାଧବ ପୁଅ ମାନେ ସିଦ୍ଧହସ୍ତ ଥିଲେ। ବୋଇତରେ ସେମାନେ ସାତ ସମୁଦ୍ର ପାର ହୋଇ ବାଣିଜ୍ୟ କାରବାର କରିବାକୁ ଯାଉଥିଲେ। ଭାରତର ଅନ୍ୟ କୌଣସି ରାଜ୍ୟର ଲୋକମାନେ ସେତେବେଳେ ବୋଇତରେ ସମୁଦ୍ରଯାତ୍ରା ବିଷୟରେ ଜାଣି ନଥିଲେ। ତେଣୁ ବୌଦ୍ଧ ଧର୍ମର ପ୍ରଚାର ପାଇଁ ଯାଉଥିବା ବୌଦ୍ଧ ସନ୍ୟାସୀ ମାନେ ଓଡିଶାରୁ ବିଦେଶକୁ ଯାଉଥିଲେ। ସେଥିପାଇଁ ଓଡିଶାରେ ବୌଦ୍ଧ ଧର୍ମର ବହୁଳ ପ୍ରସାର ଘଟିଥିଲା। ଯାହାର ଐତିହାସିକ ମୁକସାକ୍ଷୀ ଭାବେ ରତ୍ନଗିରି, ଲଳିତଗିରି, ଉଦୟଗିରି ଓ ଖଣ୍ଡଗିରି ଆଦିରେ ବୌଦ୍ଧ ବିହାର, ଗୁମ୍ଫା ଓ ଭଗ୍ନାବଶେଷ ଆଜି ମଧ୍ୟ ଦେଖିବାକୁ ମିଳୁଛି।

ସେ ପୁଣି କହିଥିଲେ ଧଉଳି ଗିରିରେ ଆଜି ଯେଉଁ ଶାନ୍ତିସ୍ତୁପ ନିର୍ମାଣ କରାଯାଇଛି ତାହା ସାରା ପୃଥିବୀକୁ ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ରଚାର କରୁଛି। ଲୋକମାନଙ୍କ ମଧ୍ୟରେ ଶାନ୍ତିର ବାର୍ତ୍ତା ପ୍ରସାର ପାଇଁ ସମ୍ରାଟ ଅଶୋକ ଏଠାରେ ଅନେକ ଗୁଡିଏ ସ୍ତୁପ ଏବଂ ଶିଳାସ୍ତମ୍ବ ନିର୍ମାଣ କରିଥିଲେ। ଆଜିର ଏହି ଆଧୁନିକ ଶାନ୍ତିସ୍ତୁପ ଜାପାନ ବୁଦ୍ଧ ସଂଘ ଏବଂ କଳିଙ୍ଗ ନିପନ ବୁଦ୍ଧ ସଂଘ ଦ୍ବାରା ୭୦ଦଶକରେ ନିର୍ମାଣ କରାଯାଇଥିଲା। ଦେଶ ବିଦେଶରୁ ଏଠାକୁ ଯେଉଁ ପର୍ଯ୍ୟଟକମାନେ ଆସନ୍ତି ସେମାନେ ନିଶ୍ଚୟ ଧଉଳିର ଏହି ଶାନ୍ତି ସ୍ତୁପରୁ ଅହିଂସା, ଶାନ୍ତି ଓ ଦିବ୍ୟତ୍ୱର ଅନୁଭବ ନେଇ ଫେରନ୍ତି। ଓଡିଶା ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ପ୍ରସିଦ୍ଧି ଅର୍ଜନ କରିଛି। ଧଉଳି ସ୍ତୁପ ଏହି ଶାନ୍ତିପ୍ରିୟ ମନୋଭାବର ପ୍ରତୀକ। ଧଉଳି ହୁଏତ ବୌଦ୍ଧ ଧର୍ମର ଏକ କୀର୍ତ୍ତିରାଜି ହୋଇପାରେ କିନ୍ତୁ ଏହା ଓଡିଆ ଭାଷା, ସଂସ୍କୃତି ଓ ପରମ୍ପରା ସହିତ ଏପରି ଭାବେ ସମ୍ମିଳିତ ହୋଇଯାଇଛି ଯେ ରାଜ୍ୟବାସୀ ଏହାକୁ ନିଜ ସଂସ୍କୃତିର ଏକ ଅଙ୍ଗଭାବେ ମାନି ନେଇଛନ୍ତି। ଧଉଳି ଶାନ୍ତି ସ୍ତୁପର ଆହୁରି ବିକାଶ କରାଯିବ ଏବଂ ଆଖପାଖ ଅଞ୍ଚଳର ବ୍ୟାପକ ଉନ୍ନତିକରଣ କରାଯିବ। ଧଉଳି ସମେତ ଆମର ସବୁ ଐତିହ୍ୟ ସ୍ଥଳୀ ଗୁଡିକର ବିକାଶ ପାଇଁ ସମନ୍ୱିତ ଯୋଜନା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆମ ସନାତନ ଧର୍ମ ଭଳି ବୌଦ୍ଧ ଧର୍ମର ଆଧାର ହେଉଛି ଅହିଂସା ପରୋମ ଧର୍ମ। ଯେତେବଡ ସମସ୍ୟା ଆସିଲେ ମଧ୍ୟ ତା’ର ସମାଧାନ ହିଂସା ନୁହେଁ ବରଂ ତାର ସମାଧାନ ଆପୋଷ କଥାବାର୍ତ୍ତା ମାଧ୍ୟମରେ ମଧ୍ୟ ହୋଇପାରିବ। ଏହାକୁ ଆଧାର କରି ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୠଷିଆ-ୟୁକ୍ରେନ ତଥା ଇସ୍ରାଏଲ- ଆରବ ଯୁଦ୍ଧର ଶାନ୍ତି ପୂର୍ଣ୍ଣ ସମାଧାନ ପାଇଁ ନିରନ୍ତର ଚେଷ୍ଟା କରୁଛନ୍ତି। କଥାବାର୍ତ୍ତା ମାଧ୍ୟମରେ ଭାରତ ଓ ଚୀନ ମଧ୍ୟରେ ଥିବା ସୀମା ବିବାଦର ମଧ୍ୟ ସମାଧାନ ହୋଇପାରିଛି। ଆଜି ମୋଦୀଜୀଙ୍କ ନେତୃତ୍ୱରେ ଭାରତ ବିଶ ବନ୍ଧୁଭାବେ ନିଜର ଏକ ଅଲଗା ପରିଚୟ ସୃଷ୍ଟି କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ବିଶିଷ୍ଟ ବୌଦ୍ଧ ସନ୍ୟାସୀ ଟି ଓକଙ୍ଗୀ ମୁଖ୍ୟମନ୍ତ୍ରୀଙ୍କୁ ଧଉଳି ଶାନ୍ତି ସ୍ତୁପର ଏକ ସ୍ମାରକୀ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ।

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ କହିଥିଲେ ଯେ ଧଉଳି ଏକ ଐତିହ୍ୟ ସମ୍ପନ୍ନ ମାଟି । ଭଗବାନ ବୁଦ୍ଧଙ୍କ ବାଣୀକୁ ପ୍ରଚାର କରିବା ସହିତ ଓଡିଆ ଜାତିର ବୀରତ୍ୱର ପ୍ରତୀକ ହେଉଛି ଏହି ଧଉଳି ମାଟି। ସମ୍ରାଟ ଅଶୋକଙ୍କ ଦ୍ୱାରା ବୁଦ୍ଧଙ୍କର ଅହିଂସା ଓ ସତ୍ୟର ବାର୍ତ୍ତା ଏହି ଧଉଳି ମାଟିରୁ ପରିବ୍ୟାପ୍ତ ହୋଇଛି। ବୌଦ୍ଧଧର୍ମର ପ୍ରଚାର ପ୍ରସାରରେ ଓଡିଶାର ଯୋଗଦାନ ବିଷୟରେ ଇତିହାସରେ ଲିପିବଦ୍ଧ ହୋଇରହିଛି ବୋଲି ସେ କହିଥିଲେ।

ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂହ କହିଥିଲେ ଯେ କେବଳ ଓଡିଶାକୁ ନୁହେଁ ଭାରତବର୍ଷ ତଥା ସାରା ପୃଥିବୀକୁ ଶାନ୍ତିର ବାର୍ତ୍ତା ଦେଉଛି ଏହି ଧଉଳି। ଏ ମାଟି କେବଳ ଯୁଦ୍ଧ ଶିଖାଇ ନାହିଁ ଶାନ୍ତିର ବାର୍ତ୍ତା ମଧ୍ୟ ଦେଇଛି।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବରିଷ୍ଠ ବିଜେପି ନେତା ସମୀର ମହାନ୍ତି ଓ ଜଗନ୍ନାଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ କଳିଙ୍ଗ ନିପନ ବୁଦ୍ଧ ସଂଘର କୋର୍ଡିନେଟର ରବି ମହାରଣା ସମସ୍ତଙ୍କୁ ସ୍ୱାଗତ କରିଥିଲେ ଏବଂ ଉପସଭାପତି ହରି ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

Previous Post

ଉଚ୍ଚା ନବୀନଙ୍କୁ ନୀଚ୍ଚା ଦେଖାଇବାକୁ ଉଦ୍ୟମ

Next Post

‘ମିଛ କହିଛନ୍ତି ଯୋଗାଣ ମନ୍ତ୍ରୀ’

Next Post
‘ମିଛ କହିଛନ୍ତି ଯୋଗାଣ ମନ୍ତ୍ରୀ’

'ମିଛ କହିଛନ୍ତି ଯୋଗାଣ ମନ୍ତ୍ରୀ'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA