Monday, August 10, 2026 01:41 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କାଲିଠାରୁ ମାଗଣା ବୁଷ୍ଟର ଡୋଜ୍

କଲେଜ, ହଷ୍ଟେଲ୍ ରେ ଦିଆଯିବ ଟିକା

by Our Correspondent
14 Jul, 2022- 11:05 PM
in Latest News, News
1 min read
0
କାଲିଠାରୁ ମାଗଣା ବୁଷ୍ଟର ଡୋଜ୍

ଭୁବନେଶ୍ୱର: ଆସନ୍ତାକାଲି ୧୫ ତାରିଖରୁ ୧୮-୫୯ ବର୍ଷ ବୟସର ଲୋକଙ୍କ ପାଇଁ ମାଗଣା ଟିକାକରଣ ଅଭିଯାନ ଆରମ୍ଭ ହେବ । ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ କଲେଜ ଓ ହଷ୍ଟେଲରେ ଟିକା ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସାଧାରଣ ଭାବେ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବା, ଦୈନିକ କୋଭିଡ୍ ଟେଷ୍ଟ୍ ସଂଖ୍ୟା ବଢ଼ାଇବା, କଲ୍ ସେଣ୍ଟରକୁ ୨୪.୭ ଭିତ୍ତିରେ କାର୍ଯ୍ୟକ୍ଷମ କରାଇବା ଏବଂ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି ।

ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ଼୍ ସ୍ଥିତି ସମୀକ୍ଷା କରି ଶ୍ରୀ ମହାପାତ୍ର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏ ବିଷୟରେ ନିର୍ଦ୍ଦେଶମାନ ଦେଇଛନ୍ତି । ରାଜ୍ୟ ଲୋକସେବା ଭବନରୁ ଅନୁଷ୍ଠିତ ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳ କୋଭିଡ଼୍ ସଂକ୍ରମଣ ଓ ପରିଚାଳନା ସମ୍ବନ୍ଧିତ ତଥ୍ୟ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ । ସହରାଞ୍ଚଳରେ ପ୍ରତି ୱାର୍ଡ଼ ଏବଂ ଗ୍ରାମାଞ୍ଚଳରେ ଗ୍ରାମ ଓ ପଂଚାୟତୱାରୀ ଟିକାକରଣ କାର୍ଯ୍ୟଯୋଜନା କାର୍ଯ୍ୟାନ୍ୱୟନ ପାଇଁ ଶ୍ରୀ ଧଳ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟରେ ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି କର୍ମୀ, ଜନ ପ୍ରତିନିଧି, ସେଚ୍ଛାସେବୀ ଅନୁଷ୍ଠାନ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠିମାନଙ୍କୁ ସାମିଲ କରିବାକୁ ଉନ୍ନୟନ କିମିଶନର ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଥିଲେ ।

ରାଜ୍ୟରେ ଆଇ.ଏଲ୍.ଆଇ. ଏବଂ ସାରି ରୋଗର ସଂନୀରକ୍ଷଣକୁ ସଘନ କରିବା ସହ ଲୋକମାନଙ୍କ ମଧ୍ୟରେ କୋଭିଡ଼୍ ନିରୋଧି ବ୍ୟବହାରିକ ଢ଼ଙ୍ଗି ଯଥା ମାସ୍କ ପରିଧାନ, ପରସ୍ପରଠାରୁ ଶାରିରୀକ ଦୁରତା, ଭିଡ଼୍ ମଧ୍ୟକୁ ନଯିବା, ଅଯଥା ଗହଳି ସୃଷ୍ଟି ନକରିବା ଆଦି ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ଟିକାକରଣ କେନ୍ଦ୍ରର ଅବସ୍ଥିତି ଓ ସମୟ, କଲ୍ସେଣ୍ଟର ଓ ସହାୟତା କେନ୍ଦ୍ରର ନମ୍ବର ଏବଂ କୋଭିଡ଼୍ ଚିକିତ୍ସା ସୁବିଧା ବିଷୟରେ ଲୋକମାନଙ୍କୁ ସଠିକ୍ ସୂଚନାପ୍ରଦାନ ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ ।

ରାଜ୍ୟରେ ସମୁଦାୟ ୪୨୬୨ ଆକ୍ଟିଭ୍ କୋଭିଡ଼୍ କେସ୍ ଅଛି । ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ପିଲାଙ୍କ ସଂଖ୍ୟା ୭୧ । ସଂକ୍ରମିତମାନେ ମୁଖ୍ୟତଃ ହୋମ୍ ଆଇସୋଲେସନ୍ ମାଧ୍ୟମରେ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ସୁଦ୍ଧା ୩୯ ଜଣ ଚିକିତ୍ସା ପାଇଁ ହସ୍ପିଟାଲ୍ ରେ ଆଡମିଶନ୍ ହୋଇଛନ୍ତି । ପ୍ରତ୍ୟେକ ମେଡ଼ିକାଲ କଲେଜ ଏବଂ ଜିଲ୍ଲା ଚିକିତ୍ସାଳୟରେ ସ୍ୱତନ୍ତ୍ର କୋଭିଡ଼୍ ୱାର୍ଡ ବ୍ୟବସ୍ଥା କରାଯାଇଛି । ଆବଶ୍ୟକତା ଅନୁସାରେ ହସ୍ପିଟାଳ୍ ଏବଂ ବେଡ୍ ସଂଙ୍ଖ୍ୟା ବଢ଼ାଇବା ପାଇଁ ପ୍ରତି ଜିଳ୍ଲା ପ୍ରସ୍ତୁତ ଅଛି । ଜୁଲାଇ ୧୫ ତାରିଖରୁ ୧୮ ରୁ ୫୯ ବର୍ଷ ବୟସ୍କ ନିମନ୍ତେ ମାଗଣା ବୁଷ୍ଟର ଡ଼ୋଜ୍ ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି କରାଯାଉଛି ।

ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଜିଳ୍ଲାପାଳ ଏବଂ ପୌର ପରିଷଦ କମିଶନରମାନେ ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ନିଜ ନିଜ ଅଂଚଳର କୋଭିଡ଼୍ ସ୍ଥିତି ଓ ମୁକାବିଲା ପାଇଁ ପ୍ରସ୍ତୁତି ବିଷୟରେ ସଦ୍ୟତନ ସୂଚନା ଦେଇଥିଲେ ।

Previous Post

ସରକାରୀ କର୍ମଚାରୀଙ୍କୁ ୮% ସୁଧରେ ୪୦ ଲକ୍ଷ ଋଣ

Next Post

ଅପରାଜିତାଙ୍କ ମନମାନି, ଦଳୀୟ ନେତାଙ୍କୁ ଅସମ୍ମାନ !

Next Post
ଅପରାଜିତାଙ୍କ ମନମାନି, ଦଳୀୟ ନେତାଙ୍କୁ ଅସମ୍ମାନ !

ଅପରାଜିତାଙ୍କ ମନମାନି, ଦଳୀୟ ନେତାଙ୍କୁ ଅସମ୍ମାନ !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA