Wednesday, February 18, 2026 01:11 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୩ କୋଟି ସ୍ୱାସ୍ଥ୍ୟକର୍ମୀଙ୍କୁ ମାଗଣାରେ ଟିକା

ଓଡ଼ିଶାର ୧୬୦ଟି କେନ୍ଦ୍ରରେ ଟିକାକରଣ

by Our Correspondent
11 Jan, 2021- 08:11 PM
in Latest News, News
1 min read
0
୩ କୋଟି ସ୍ୱାସ୍ଥ୍ୟକର୍ମୀଙ୍କୁ ମାଗଣାରେ ଟିକା

ଭୁବନେଶ୍ୱର: ଆସନ୍ତା ୧୬ ତାରିଖରୁ ସାରା ଦେଶରେ ଆରମ୍ଭ ହେବାକୁ ଯାଉଛି କରୋନା ଟିକାକରଣ । ଏହି ଟିକାକରଣକୁ ନେଇ ସବୁଆଡେ ଉତ୍କଣ୍ଠା ସୃଷ୍ଟି ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଟିକା ଯୋଜନା ସମ୍ପର୍କରେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡ଼ିଓ କନଫରେନ୍ସିଂ ଯୋଗେ କଥା ହୋଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ୩ କୋଟି ସ୍ୱାସ୍ଥ୍ୟକର୍ମୀ ଓ କରୋନା ଯୋଦ୍ଧାଙ୍କୁ ମାଗଣାରେ କରୋନା ଟିକା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ୩ କୋଟି ସ୍ୱାସ୍ଥ୍ୟକର୍ମୀ ଓ କରୋନା ଯୋଦ୍ଧାଙ୍କ ପାଇଁ ଟିକା ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ । ଦ୍ୱିତୀୟ ପର୍ଯ୍ୟାୟରେ ୫୦ ରୁ ଅଧିକ ବୟସ୍କ ଓ ବହୁବିଧ ରୋଗରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଟିକା ଦିଆଯିବ । ଆଗାମୀ କିଛି ମାସ ମଧ୍ୟରେ ୩୦ କୋଟି ଲୋକଙ୍କୁ କରୋନା ଟିକା ଦେବାକୁ ଯୋଜନା ହୋଇଛି ବୋଲି ପ୍ରଧାନମନ୍ତ୍ରୀ ଜଣାଇଛନ୍ତି ।

କେବଳ ସ୍ୱାସ୍ଥ୍ୟକର୍ମୀ, ପରିବାର ସଦସ୍ୟ ନୁହଁନ୍ତି

ଓଡ଼ିଶାରେ ଟିକାକରଣ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୮ ହଜାର ସ୍ୱାସ୍ଥ୍ୟକର୍ମୀ ଏବଂ କରୋନା ଯୋଦ୍ଧାଙ୍କୁ ଟିକା ଦେବା ପାଇଁ ଡାଟା ବେସ୍ ପ୍ରସ୍ତୁତ ହୋଇଛି । ତେବେ କେବଳ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ । ସେମାନଙ୍କ ପରିବାର ସଦସ୍ୟଙ୍କୁ ନୁହେଁ । ସାରା ରାଜ୍ୟରେ ୧୬୦ ଟି କେନ୍ଦ୍ରରେ ଟିକାକରଣ ବ୍ୟବସ୍ଥା କରାଯାଇଛି । ପ୍ରତି କେନ୍ଦ୍ରରେ ଦୈନିକ ୧୦୦ ଜଣଙ୍କୁ ଟିକା ଦିଆଯିବ ।

ପ୍ରଥମ ଦିନ ଅର୍ଥାତ୍ ୧୬ ତାରିଖରେ କ୍ୟାପିଟାଲ୍ ହସ୍ପିଟାଲ୍ ଓ ସୁନ୍ଦରଗଡ଼ ମୁଖ୍ୟ ଡାକ୍ତରଖାନାରେ ଟୁ-ୱେ’ କମ୍ୟୁନିକେସନ୍ ବ୍ୟବସ୍ଥା ହୋଇଛି । ଏହି ବ୍ୟବସ୍ଥାରେ କେନ୍ଦ୍ର ସରକାର ସିଧାସଳଖ ଫିଡବ୍ୟାକ୍ ନେଇପାରିବେ । ଟିକାକରଣର ସୁପରିଚାଳନା ପାଇଁ ଷ୍ଟେଟ୍ ମନିଟରିଂ ଟିମ୍ ଗଠନ କରାଯାଇଛି । ଏହି ଟିମ୍ ଜିଲ୍ଲାସ୍ତରରେ ଟିକାକରଣର ମନିଟରିଂ କରିବେ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।

ଅନ୍ୟପକ୍ଷରେ ଟିକାକରଣ ନେଇ ଜନସାଧାରଣଙ୍କ ମଧ୍ୟରେ ଥିବା ବିଭିନ୍ନ ଦ୍ୱନ୍ଦକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦୂର କରାଯିବା ସହ ଏଥିପାଇଁ ଟିପସ୍ ଦିଆଯାଇଛି । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱାସ୍ଥ୍ୟ ବିଭାଗର ବୈଷୟିକ ମୁଖପାତ୍ର ଡାକ୍ତର ଜୟନ୍ତ ପଣ୍ଡା କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ କେବଳ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ । ସେମାନଙ୍କ ପରିବାର ସଦସ୍ୟଙ୍କୁ ବର୍ତ୍ତମାନ ଦେବାର ବ୍ୟବସ୍ଥା ହୋଇନାହିଁ । ସ୍ୱାସ୍ଥ୍ୟକର୍ମୀ, କୋଭିଡ ଯୋଦ୍ଧା ଏବଂ ବୟସ୍କଙ୍କୁ ମାଗଣାରେ ଟିକା ଯୋଗାଇ ଦିଆଯିବ । ଗର୍ଭବତୀମାନେ ଡାକ୍ତରଙ୍କ ପରାମର୍ଶକ୍ରମେ ଟିକା ନେବାରେ ଅସୁବିଧା ନାହିଁ । ତେବେ ୧୮ ବର୍ଷରୁ ଅଧିକ ବୟସ ହୋଇଥିଲେ ହିଁ ଜଣେ ଟିକା ନେଇପାରିବେ ।

କମ୍ ସମୟରେ ଟିକା ଆସିଥିବାରୁ ତାକୁ ନେଇ ଲୋକଙ୍କ ମନରେ ସୃଷ୍ଟି ହୋଇଥିବା ଆଶଙ୍କା ଅମୂଳକ । କୋଭିଡ ଟିକା ନିରାପଦ ଓ ଫଳପ୍ରଦ ବୋଲି ଡାକ୍ତର ପଣ୍ଡା କହିଛନ୍ତି । ଟିକା ନେବା ବାଧ୍ୟତାମୂଳକ ହୋଇ ନ ଥିଲେ ମଧ୍ୟ ଟିକା ନେବା ଉଚିତ୍ ବୋଲି ସେ ପରାମର୍ଶ ଦେଇଛନ୍ତି । ତେବେ ଅତି ଗୁରୁତର ରୋଗୀ ଏବଂ ଟିକା ପ୍ରତି ଆଲର୍ଜି ଥିବା ବ୍ୟକ୍ତିଙ୍କୁ ଟିକା ଦିଆଯିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ।

Previous Post

ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୩ ସେଟ୍ ସୁବର୍ଣ୍ଣ ‘ସୂର୍ଯ୍ୟ-ଚନ୍ଦ୍ର’ ଦାନ

Next Post

କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ୯୨.୩୭ କୋଟି

Next Post
କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ୯୨.୩୭ କୋଟି

କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପାଇଁ ୯୨.୩୭ କୋଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA