Thursday, October 1, 2026 06:25 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କବି ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ୨୦୨୧ ମହୁରି ସମ୍ମାନ

by Our Correspondent
30 Dec, 2021- 09:12 PM
in Latest News, News
1 min read
0
କବି ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ୨୦୨୧ ମହୁରି ସମ୍ମାନ

ଭୁବନେଶ୍ୱର: କବି ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ଚଳିତ ବର୍ଷର ସମ୍ମାନଜନକ “ମହୁରି ସମ୍ମାନ” । ଓଡ଼ିଆ ସାହିତ୍ୟ ପତ୍ରିକା ମହୁରି ପକ୍ଷରୁ ଡ. ପଣ୍ଡାଙ୍କୁ ଚଳିତ ବର୍ଷର ଏହି ସମ୍ମାନ ପ୍ରଦାନ ନେଇ ଘୋଷଣା କରାଯାଇଛି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପ୍ରିଜରଭେସନ୍, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଆନ୍ସିଏଂଟ କଲ୍ଚର ଆଣ୍ଡ ହେରିଟେଜ୍ ଅଫ୍ ଇଣ୍ଡିଆ (ପ୍ରାଚୀନ)ର ମୁଖ୍ୟ ଡ. ପଣ୍ଡାଙ୍କ ନାମକୁ ଚୟନ କମିଟି ଏହି ସମ୍ମାନ ପ୍ରଦାନ ନିମନ୍ତେ ସୁପାରିଶ କରିବା ସହିତ ଆସନ୍ତା ଜାନୁଆରୀ-୨୦୨୨ରେ ମହୁରୀ ମହୋତ୍ସବ-୨୦୨୧ରେ ତାଙ୍କୁ ସମ୍ମାନିତ କରାଯିବ ବୋଲି ପତ୍ରିକାର ମୁଖ୍ୟ ସଂପାଦକ ଡ. ଭବାନୀଶଙ୍କର ନିଆଲ୍ ଘୋଷଣା କରିଛନ୍ତି ।

ପ୍ରତିବର୍ଷ ସାହିତ୍ୟ କ୍ଷେତ୍ରରେ ପ୍ରତିଭାବାନ ସାହିତି୍ୟକ ଓ କବିଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଉଥିବା ବେଳେ ଚଳିତ ବର୍ଷ ଡ. ପଣ୍ଡାଙ୍କୁ ଏହି ସମ୍ମାନ ନିମନ୍ତେ ମନୋନୀତ କରାଯାଇଛି । ତାଙ୍କ କବିତାରେ ଥିବା ପ୍ରଖର ଓ ପ୍ରାସଙ୍ଗିକ ବାମାବାଦୀ ସ୍ୱର ନିମନ୍ତେ ଚଳିତ ବର୍ଷ ତାଙ୍କୁ ସମ୍ମାନଜନକ “ମହୁରି ସମ୍ମାନ” ପ୍ରଦାନ କରାଯାଉଛି ।

ଜଗତସିଂହପୁର ଜିଲ୍ଲାର ସାଦେଇପୁର ଠାରେ ୧୯୭୭ରେ ଜନ୍ମ ହୋଇଥିବା କବି ଡ. ଗାୟତ୍ରୀବାଳା ପଣ୍ଡା ଛାତ୍ରୀ ଜୀବନରୁ ସାହିତ୍ୟ ସାଧନାରେ ରତ ଅଛନ୍ତି । କବିତା, ଗଳ୍ପ, ପ୍ରବନ୍ଧ, ଉପନ୍ୟାସ ରଚନା କରିବା ସହିତ ସାଂପ୍ରତିକ ପ୍ରସଙ୍ଗ ଭିତିକ ଫିଚର ରଚନା କରନ୍ତି । ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନରେ ପିଏଚଡି ହାସଲ କରିଥିବା ଡ. ପଣ୍ଡା ସାମ୍ବାଦିକତାକୁ ନିଜର ବୃତିଭାବରେ ଗ୍ରହଣ କରିଛନ୍ତି । ଏଯାବତ ତାଙ୍କର ୧୧ଟି କବିତା ସଂକଳନ, ୨ଟି ଗଳ୍ପ ସଂକଳନ, ଖଣ୍ଡିଏ ପ୍ରବନ୍ଧ ପୁସ୍ତକ, ୨ଟି ଉପନ୍ୟାସ ପ୍ରକାଶ ହୋଇସାରିଥିବା ବେଳେ ୨ଟି ଯନ୍ତ୍ରସ୍ଥ ରହିଛି । ଡ. ପଣ୍ଡାଙ୍କର ହିନ୍ଦୀରେ ଅନୁବାଦ ହୋଇଥିବା ୪ଟି ଓ ଇଂରାଜୀରେ ଅନୁବାଦ ହୋଇଥିବା ଖଣ୍ଡିଏ କବିତା ସଂକଳନ ମଧ୍ୟ ପ୍ରକାଶ ପାଇଛି ।

୨୦୧୧ରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ପାଇବା ସହିତ ଡ. ପଣ୍ଡା ଅନେକ ଜାତୀୟ ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଛନ୍ତି । ଏହା ବ୍ୟତୀତ ସେ ଅନେକ ଜାତୀୟ ଓ ଆନ୍ତର୍ଜାତୀକ ସାହିତ୍ୟ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଛନ୍ତି । ୨୦୧୫ରେ ସେ ଅତିଥି ଲେଖକ ଭାବରେ ରାଷ୍ଟ୍ରପତି ଭବନରେ ସତର ଦିନ ଅବସ୍ଥାନ କରିଥିଲେ । ଏଯାବତ ଏହି ସମ୍ମାନ ପାଇବାରେ ସେ ପ୍ରଥମ ଓ ଏକମାତ୍ର ଓଡ଼ିଆ । କେବଳ ସାହିତ୍ୟ ରଚନା ନୁହେଁ ସାମ୍ବାଦିକତା ପାଇଁ ମଧ୍ୟ ସେ ସ୍ୱର୍ଣ୍ଣପଦକ ପାଇଛନ୍ତି । ଡ. ପଣ୍ଡା ସଂପ୍ରତି ସାହିତ୍ୟ ପତ୍ରିକା “ଅନ୍ୟା”ର ସଂପାଦକ ଅଟନ୍ତି ।

ପୁରାତନ ସଂସ୍କୃତି ଓ ପରମ୍ପରାର ସଂରକ୍ଷଣ, ପ୍ରଚାର ଓ ପୁନଃରୁଦ୍ଧାର କରିବା ଉଦ୍ଦେଶ୍ୟରେ ସୋଆରେ ଆରମ୍ଭ ହୋଇଥିବା ପ୍ରାଚୀନ କେନ୍ଦ୍ରର ମୁଖ୍ୟ ଡ. ପଣ୍ଡା ଅନେକ ସୃଜନଶୀଳ କାର୍ଯ୍ୟ ହାତକୁ ନେଇଛନ୍ତି ।

Previous Post

ହୃଦଘାତ୍ ରେ ଚାଲିଗଲେ ବିଧାୟକ କିଶୋର ମହାନ୍ତି

Next Post

ନୂଆବର୍ଷ ସେଲିବ୍ରେସନ୍, ପିକନିକ୍ ମନା

Next Post
ନୂଆବର୍ଷ ସେଲିବ୍ରେସନ୍, ପିକନିକ୍ ମନା

ନୂଆବର୍ଷ ସେଲିବ୍ରେସନ୍, ପିକନିକ୍ ମନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA