Wednesday, July 1, 2026 02:29 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ

ଦିଗପହଣ୍ଡିରେ ତୁଳା ଜିନିଙ୍ଗ ମିଲ୍‌ ଓ ବସ୍‌ ଟର୍ମିନାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

by Our Correspondent
12 Aug, 2021- 10:33 PM
in Latest News, News
1 min read
0
ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ୱ

ଭୁବନେଶ୍ୱର: ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଦିଗପହଣ୍ଡି ଠାରେ ଏକ ଜିନିଙ୍ଗ ଆଣ୍ଡ ପ୍ରେସିଂ ମିଲ୍ଏ ବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ।

ଛୋଟ ଛୋଟ ସହରରେ ଲୋକଙ୍କ ରୋଜଗାର ବୃଦ୍ଧି ସହ ବିଭିନ୍ନ ନାଗରିକ ସୁବିଧାର ବିକାଶ ପାଇଁ ଆମେ କାମ କରୁଛୁ । ରାସ୍ତାଘାଟ, ଡ୍ରେନେଜ୍‌ ସୁବିଧା ସହିତ ପିଇବା ପାଣିର ସୁବିଧା ଉପରେ ଆମେ ଗୁରୁତ୍ବ ଦେଉଛୁ । ଦିଗପହଣ୍ଡିର ସବୁ ପରିବାରକୁ ପାଇପ ପାଣି ସଂଯୋଗ ଦିଆଯାଇଛି । ଏହିସବୁ ସୁବିଧା ଦିଗପହଣ୍ଡି ଜନସାଧାରଣଙ୍କ ଜୀବନଯାପନର ମାନରେ ଗୁଣାତ୍ମକ ଉନ୍ନତି ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ରାଜ୍ୟର କ୍ରୀଡ଼ା ଭିତ୍ତିଭୂମି ଉପରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଥିଲେ । ରାଜ୍ୟର କ୍ରୀଡା ବିକାଶରେ ଆଜି ଏକ ନୂଆ ଯୁଗ ଆରମ୍ଭ ହୋଇଛି।  କ୍ରୀଡା ହିଁ ଯୁବସମାଜର ଦକ୍ଷତା ଓ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଥାଏ। ନିକଟରେ ଭାରତୀୟ ହକି ଦଳ ଦୀର୍ଘ ୪୦ ବର୍ଷ ପରେ ଅଲମ୍ପିକ୍‌ରେ ମେଡାଲ ଜିତିପାରିଛି । ଆମ ଓଡିଶାର ଦୁଇ ଜଣ ଖେଳାଳୀ ମଧ୍ୟ ଏହି ଟିମ୍‌ରେ ଅଛନ୍ତି । ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କଥା। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ‘ଆମର ଯୁବ ସମାଜ ଉପରେ ମୋର ବହୁତ ଭରସା ଅଛି। ମୋର ପୁରା ବିଶ୍ବାସ, ଯୁବ ସମାଜ ହିଁ ଆଗାମୀ ଦିନରେ ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି, ଆମ ଓଡିଶା ପାଇଁ, ସାରା ଦେଶ ପାଇଁ, ସୁନାମ ଆଣିବେ।’

କାର୍ଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ସୂଚନାଯୋଗ୍ୟ, ତୁଳା ଜିନିଙ୍ଗ ମିଲ୍‌ ରାଜ୍ୟର ସମବାୟ କ୍ଷେତ୍ରରେ ଏକ ନୂଆ ପଦକ୍ଷେପ। ଏହା  କପା ଚାଷୀ ମାନଙ୍କ ରୋଜଗାର ବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଆଶା କରାଯାଉଛି ।  ଦିଗପହଣ୍ଡି ଅଞ୍ଚଳରେ ପୂର୍ବରୁ ମାତ୍ର ୫୦୦ ହେକ୍ଟର ଜମିରେ କପା ଚାଷ କରାଯାଉଥିବା ବେଳେ ଏବେ ଏହା ୫୦୦୦ ହେକ୍ଟରେ ପହଞ୍ଚିଛି । ପୂର୍ବରୁ ୪ କ୍ବିଣ୍ଟାଲ ତୁଳା ଅମଳ ହେଉଥିବା ବେଳେ, ଏବେ ୪୪ କ୍ବିଣ୍ଟାଲ ତୁଳା ଅମଳ ହେଉଛି । କଟନ୍ ଜିନିଂ ମିଲ୍ ପାଇଁ ପାଇଁ ୩.୨୮ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଏହା ଉଭୟ ଗଞ୍ଜାମ ଓ ଗଜପତି ଜିଲ୍ଲାର କପା ଚାଷୀ ମାନଙ୍କ ପାଇଁ ଏକ ବଡ ବଜାର ସୃଷ୍ଟି କରିପାରିବ। ସେହିପରି ବସ୍‌ ଟର୍ମିନାଲ ଯୋଗୁ ଦିନକୁ ପ୍ରାୟ ୧୦୦ ରୁ ୧୫୦ ବସ୍‌ ଚଳାଚଳ ହୋଇପାରିବ ଏବଂ ଏହାଦ୍ବାରା ଲୋକଙ୍କ ଯାତାୟତରେ ଅନେକ ସୁବିଧା ଆସିପାରିବ ।

Previous Post

ଶ୍ରୀମନ୍ଦିର ପରିଚାଳନା କମିଟିର ପୁନର୍ଗଠନ

Next Post

ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କୁ ୨୭% ଆସନ

Next Post
ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କୁ ୨୭% ଆସନ

ପଞ୍ଚାୟତ ନିର୍ବାଚନରେ ପଛୁଆବର୍ଗଙ୍କୁ ୨୭% ଆସନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA