Monday, May 25, 2026 03:27 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଶୁଭାରମ୍ଭ

୩୦ଟି ଜିଲ୍ଳାର ୧୧୮ଟି ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

by Our Correspondent
07 Jan, 2026- 07:38 PM
in Latest News, News
1 min read
0
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଶୁଭାରମ୍ଭ

ଭୁବନେଶ୍ୱର: ଶୁଭାରମ୍ଭ ହୋଇଛି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା। ବିଦ୍ୟାର୍ଥୀ ମାନଙ୍କ ପାଠପଢ଼ାର ମୂଳଦୁଆକୁ ସଶକ୍ତ କରିବା ପାଇଁ ଏହି ଯୋଜନା ଉଦ୍ଦିଷ୍ଟ ଏବଂ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ପାଇଁ ଏହା ଏକ ମାଇଲଖୁଣ୍ଟ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଣପୁର ଠାରେ ରାଜ୍ୟ ସ୍ତରୀୟ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ୩୦ଟି ଜିଲ୍ଲାପାଇଁ ୧୧୮ଟି ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ କହିଛନ୍ତି। ଏହି ଯୋଜନା ମାଧ୍ୟମରେ ପ୍ରଥମ ପର୍ଯ୍ୟାୟରେ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚରେ ଆସନ୍ତା ୪ ବର୍ଷରେ ରାଜ୍ୟର ଗ୍ରାମପଞ୍ଚାୟତ ଗୁଡିକରେ ୨୨ ଶହ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ।

ଉପସ୍ଥିତ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାଣପୁର ମାଟିର ସୁଯୋଗ୍ୟ ସନ୍ତାନ ପଣ୍ଡିତ ଗୋଦାବରୀଶ ମିଶ୍ର ଏକାଧାରରେ ଥିଲେ ଜଣେ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ଲେଖକ ଓ ଶିକ୍ଷାବିତ୍। ତାଙ୍କ ନାମରେ ନାମିତ ଏହି ଆଦର୍ଶ ବିଦ୍ୟାଳୟ ଯୋଜନା ଓଡ଼ିଶାର ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର କାୟାକଳ୍ପ କରିବାରେ ସଫଳ ହେବ। ଏହି ଯୋଜନାରେ ପିଲାମାନଙ୍କୁ ଗୁଣାତ୍ମକ ମାନର ଶିକ୍ଷା ମିଳିବା ସହିତ ପ୍ରାଥମିକ ଶିକ୍ଷା ଭିତ୍ତିଭୂମି ସୁଦୃଢ ହେବ।

ସେ ପୁଣି କହିଥିଲେ ଏଭଳି ଏକ ମହତ୍ତ୍ୱକାଂକ୍ଷୀ ଯୋଜନା ଆରମ୍ଭ କରିବା ପାଇଁ ମୁଁ ବହୁ ବର୍ଷ ଆଗରୁ ଉଦ୍ୟମ ଆରମ୍ଭ କରିଥିଲି। ଆମ ସରକାର ଆସିବା ପରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ଏହି ଯୋଜନାକୁ ପ୍ରାଥମିକତା ଦିଆଯାଇଥିଲା। ଚଳିତ ବର୍ଷ ବଜେଟରେ ଏହାର କାର୍ୟ୍ୟକାରିତା ପାଇଁ ୩ ହଜାର କୋଟି ଟଙ୍କାର ପ୍ରାବଧାନ କରାଯାଇଛି।

ଏହି ଯୋଜନା ମାଧ୍ୟମରେ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ପ୍ରାଥମିକ ବିଦ୍ୟାଳୟକୁ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭାବେ ବିକଶିତ କରାଯିବ। ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଅତ୍ୟାଧୁନିକ ଜ୍ଞାନକୌଶଳ ମାଧ୍ୟମରେ ଶିକ୍ଷା ଦିଆଯିବ। ଏହାଦ୍ବାରା ଶିକ୍ଷାର ବାତାବରଣ ସୁଦୃଢ ହେବା ସହିତ ପିଲାମାନେ ସର୍ବୋତ୍ତମ ଏବଂ ଗୁଣାତ୍ମକ ମାନର ଶିକ୍ଷା ପାଇପାରିବେ। ଆଜି ରାଜ୍ୟର ୩୦ଟି ଜିଲ୍ଲା ପାଇଁ ୧୧୮ଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରାଗଲା। ଏଗୁଡିକ ଖୁବଶୀଘ୍ର କାର୍ୟ୍ୟକ୍ଷମ ହେବ। ଆଗକୁ ମଧ୍ୟ ଏହି ପ୍ରୟାସ ଜାରି ରହିବ ଏବଂ ରାଜ୍ୟର ପ୍ରତି ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହେବ ବୋଲି ସେ କହିଥିଲେ।

ସେ ଆହୁରି କହିଥିଲେ, ଏହି ଯୋଜନାରେ ଶିକ୍ଷକ ଶିକ୍ଷୟତ୍ରୀଙ୍କର ଦକ୍ଷତା ଏବଂ ଅଭିଜ୍ଞତା କିପରି ବୃଦ୍ଧି ପାଇବ ଏଥିପାଇଁ ଆମ ସରକାର ପ୍ରଶିକ୍ଷଣ ଏବଂ ବୃତ୍ତିଗତ ବିକାଶ, ମେଣ୍ଟରସିପ, କ୍ୟାରିଅର ପରାମର୍ଶ ଆଦି କାର୍ଯକ୍ରମ ଆରମ୍ଭ କରିଛନ୍ତି। ଏହି ଯୋଜନାର ଆଭିମୁଖ୍ୟ ଦେଖି ଅନେକ ରାଜ୍ୟ ମଧ୍ୟ ଏହାକୁ ମଡେଲ ଭାବେ ଗ୍ରହଣ କରିବା ପାଇଁ ଆଗ୍ରହ ପ୍ରକାଶ କରୁଛନ୍ତି ବୋଲି ସେ କହିଥିଲେ।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ରଖି କହିଲେ ଯେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ରାଜ୍ୟରେ ପ୍ରଚଳିତ ଶିକ୍ଷା ବ୍ୟବସ୍ଥାରେ ବୈପ୍ଲବିକ ପରିବର୍ତ୍ତନ ଆଣିବ। ଏହି ଯୋଜନା ମୁଖ୍ୟମନ୍ତ୍ରୀଙ୍କର ମାନସ ପ୍ରସ୍ତୁତ ଯୋଜନା। ରାଜ୍ୟରେ ଗ୍ରାମାଞ୍ଚଳରେ ଶିକ୍ଷା ବ୍ୟବସ୍ଥାରେ ଯେଉଁ ଗ୍ୟାପ ପରିଲକ୍ଷିତ ହେଉଛି ଏହି ଯୋଜନା ତାକୁ ଦୂର କରିବ।

ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଜାତୀୟ ଶିକ୍ଷାନୀତି ୨୦୨୦ ଲାଗୁ କରିଛନ୍ତି। ଘରକୁ ଘର ଯାଇ ଚାଇଲ୍ଡ ଟ୍ରାକିଂ ସର୍ଭେ କରାଯାଉଛି, ଯେପରି ଜଣେ ବି କେହି ପାଠ ପଢ଼ାରୁ ବଞ୍ଚିତ ନହେବେ, ତାକୁ ଦୃଷ୍ଟିରେ ରଖି ଆମ ସରକାର ସବୁ ପଦକ୍ଷେପ ନେଉଛନ୍ତି ବୋଲି ସେ କହିଥିଲେ।

ପୂର୍ତ୍ତ, ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଥିଲେ ଯେ, ଓଡ଼ିଶାରେ ଶିକ୍ଷା ବ୍ୟବସ୍ଥାର ବିକାଶ ପାଇଁ ଏହା ଏକ ବଡ଼ ପଦକ୍ଷେପ। ପ୍ରାଥମିକ ଶିକ୍ଷାକୁ ଗୁରୁତ୍ଵ ନଦେଲେ ପରବର୍ତ୍ତୀ ଶିକ୍ଷା ଦୁର୍ବଳ ହେବ, ଏହାକୁ ଚିନ୍ତା କରି ମୁଖ୍ୟମନ୍ତ୍ରୀ ଏହି ଯୋଜନା ପରିକଳ୍ପନା କରିଛନ୍ତି। ଜଣେ ଶିକ୍ଷକ ମନରେ ସ୍ବପ୍ନ ଥାଏ ଛାତ୍ରର ଉତ୍ତମ ଭବିଷ୍ୟତ। ବୋଧହୁଏ ପୂର୍ବରୁ ଶିକ୍ଷକ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ମନ ଭିତରେ ରାଜ୍ୟର ସମସ୍ତ ଛାତ୍ରଛାତ୍ରୀଙ୍କ ସୁଦୃଢ ଭବିଷ୍ୟତ ନିର୍ମାଣ ପାଇଁ ଏହି ଭାବନା ଆସିଥିଲା।

ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର କହିଥିଲେ ଯେ ଆଗାମୀ ଦିନରେ ପ୍ରଧାନମନ୍ତ୍ରୀଙ୍କ ପିଏମ୍ ଶ୍ରୀ ଯୋଜନା ଏବଂ ମୁଖ୍ୟମନ୍ତ୍ରୀଙ୍କ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ରାଜ୍ୟରେ ଶିକ୍ଷା ବ୍ୟବସ୍ଥାରେ ଉଲ୍ଲେଖନୀୟ ପରିବର୍ତ୍ତନ ଆଣିବ।

ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ତାଙ୍କର ସ୍ବାଗତ ଭାଷଣରେ କହିଥିଲେ ଯେ, ଶିକ୍ଷା ହିଁ ସମାଜରେ ପରିବର୍ତ୍ତନ ଆଣିପାରିବ। ପଣ୍ତିତ ଗୋଦାବରୀଶଙ୍କର ଏହି ମହତ ଭାବନାକୁ ଦୃଷ୍ଟିରେ ରଖି ଏହି ଯୋଜନା ପ୍ରସ୍ତୁତ କରାଯାଇଛି।

କାର୍ଯ୍ୟକ୍ରମରେ ବଲାଙ୍ଗୀର, କେନ୍ଦୁଝର, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ମୁଖ୍ୟମନ୍ତ୍ରୀଙ୍କର ଏହି ମହତ୍ତ୍ୱକାଂକ୍ଷୀ ଯୋଜନା ପାଇଁ ଅଭାସି ଜରିଆରେ ଧନ୍ୟବାଦ ଓ କୃତଜ୍ଞତା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ବିଧାୟକ ଖୋର୍ଦ୍ଧା ପ୍ରଶାନ୍ତ ଜଗଦ୍ଦେବ, ବିଧାୟକ ଜଟଣୀ ବିଭୂତି ବଳବନ୍ତରାୟ, ବିଧାୟକ ବେଗୁନିଆ ପ୍ରଦୀପ ସାହୁ, ବିଧାୟକ ଏକାମ୍ର ଭୁବନେଶ୍ବର ବାବୁ ସିଂ, ପୂର୍ବତନ ବିଧାୟକ ଡାକ୍ତର ବିଭୂତି ଭୂଷଣ ହରିଚନ୍ଦନ, ଜିଲ୍ଲାପରିଷଦ ଅଧ୍ୟକ୍ଷା ରୂପଶ୍ରୀ ରାଣୀ ଗୁମାନସିଂ ଓ ଓସେପାର ପ୍ରକଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ଅନନ୍ୟା ଦାସ ଏବଂ ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ୍ ରୁତୁରାଜ ପ୍ରମୁଖ ମଞ୍ଚାସୀନ ଥିଲେ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଡକ୍ଟର ଏନ ଥିରୁମାଲା ନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ।

Continue Reading
Previous Post

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

Next Post

ସମ୍ବଲପୁରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ

Next Post
ସମ୍ବଲପୁରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ

ସମ୍ବଲପୁରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA