Friday, May 1, 2026 12:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

ହସ୍ପିଟାଲ୍ ରେ କରୋନା ସଂକ୍ରମିତଙ୍କୁ ନିଜ ଲୋକର ସେବା ମିଳୁଛି

ସମ୍ କୋଭିଡ୍ ଓ ସମ୍ ଅଲ୍ଟିମେଟ୍ ମେଡିକେୟାର ଟିମ୍ କୁ ପ୍ରଶଂସା

by Our Correspondent
08 Jun, 2021- 03:54 PM
in Health, Latest News, News
1 min read
0
ହସ୍ପିଟାଲ୍ ରେ କରୋନା ସଂକ୍ରମିତଙ୍କୁ ନିଜ ଲୋକର ସେବା ମିଳୁଛି

ଭୁବନେଶ୍ୱର : ପରିବାରର କେହି କରୋନା ସଂକ୍ରମିତ ହୋଇଗଲେ ଆମେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ବ୍ୟତିବ୍ୟସ୍ତ ହୋଇଉଠୁଛୁ । ଏହି ଅଦୃଶ୍ୟ ଶତ୍ରୁ ଦ୍ୱାରା କବଳିତ ହେବା ପରେ ସେହି ଆତ୍ମୀୟ ଜଣଙ୍କ ପାଖରେ ଯଦି କେହି ନିଜ ଲୋକ ରହିପାରିବା ସମ୍ଭବପର ନ ହୁଏ ତେବେ ଉଭୟ ସଂକ୍ରମିତ ଏବଂ ପରିବାର ସଦସ୍ୟଙ୍କ ମନୋବଳ ଭାଙ୍ଗିପଡ଼ିଥାଏ । ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା ନେଇ ପରିବାର ବର୍ଗ ବିବ୍ରତ ହୋଇପଡ଼ନ୍ତି । ତେବେ ସଂକ୍ରମିତ ବ୍ୟକ୍ତିଙ୍କର ପରିବାର ଲୋକେ ରାଜ୍ୟ ବାହାରେ ଥାଆନ୍ତୁ ଅଥବା ଦେଶ ବାହାରେ ସେମାନଙ୍କର ଚିକିତ୍ସା ଏବଂ ଯତ୍ନ ଖୁବ ସୁଚାରୁରୂପେ ତୁଲାଉଛନ୍ତି ସମ୍ କୋଭିଡ ହସ୍ପିଟାଲ୍ ଏବଂ ସମ୍ ଅଲ୍ଟିମେଟ ମେଡିକେୟାର । ଖାଲି ସେତିକି ନୁହେଁ ସେମାନଙ୍କ ପରିବାର ଲୋକଙ୍କୁ ମଧ୍ୟ ନିରନ୍ତର ସଂପୃକ୍ତ ରୋଗୀଙ୍କର ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ସମସ୍ତ ସୂଚନା ପ୍ରଦାନ କରିବା ସହ ଭିଡିଓ କଲ୍ ଦ୍ୱାରା ପରିବାର ସହ ଯୋଡାଯାଉଥିବା କହିଛନ୍ତି ହସ୍ପିଟାଲ୍ କର୍ତ୍ତୃପକ୍ଷ ।

ଗତ ଏପ୍ରିଲ୍ ମାସ ୨୬ ତାରିଖରେ କରୋନା ସଂକ୍ରମିତ ହୋଇ ମେ ୫ ତାରିଖରେ ସମ୍ କୋଭିଡ ହସ୍ପିଟାଲ୍ ରେ ଭର୍ତି ହୋଇଥିଲେ ଶ୍ରୀ ପ୍ରଦୀପ କୁମାର ମାଧୁପ୍ । ରେଳ ବିଭାଗ ଅଧିନସ୍ଥ ରାଇଟ୍ସ ର ଏହି ବରିଷ୍ଠ ଅଧିକାରୀ ଶ୍ରୀ ମାଧୁପ୍ ଝାରସୁଗୁଡାରେ କାର୍ଯ୍ୟରତ ଥିବା ବେଳେ କରୋନା ସଂକ୍ରମିତ ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥା ବିଗିଡି ବାରୁ ତାଙ୍କୁ ପ୍ରଥମେ ଏମ୍ସିଏଲ୍ ହସ୍ପିଟାଲ୍ ଏବଂ ପରେ ସମ୍ କୋଭିଡ୍ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଥିଲା । ହସ୍ପିଟାଲ୍ ରେ ଭର୍ତି ହେବା ପରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା । ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା । କିନ୍ତୁ ତାଙ୍କ ଅବସ୍ଥା ସମ୍ପର୍କରେ ଅଧିକ ଜାଣିବା ପାଇଁ ତାଙ୍କ ପାଖରେ ତାଙ୍କର ପରିବାର ନଥିଲେ । କାରଣ ତାଙ୍କ ପତ୍ନୀ ଏବଂ ପିଲାମାନେ ମଧ୍ୟ କରୋନା ସଂକ୍ରମିତ ହୋଇ ଓଡ଼ିଶା ବାହାରେ ଚିକିତ୍ସିତ ହେଉଥିଲେ । ସିଂଗାପୁରରେ ଥିବା ତାଙ୍କ ସମ୍ପର୍କୀୟ ସମ୍ କୋଭିଡ ହସ୍ପିଟାଲ୍ ସହ ଯୋଗାଯୋଗ କରିବା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସର୍ମ୍ପକରେ ହେଲ୍ପ୍ ଡେସ୍କ ଟିମ୍ ସମସ୍ତ ତଥ୍ୟ ନିୟମିତ ଭାବେ ପ୍ରଦାନ କରୁଥିଲେ ଏବଂ ଡାକ୍ତର ଓ ନର୍ସମାନେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ସୁଧାରିବା ପାଇଁ ଆପ୍ରାଣ ଉଦ୍ୟମ କରିଥିଲେ ।

ଦୀର୍ଘ ୧୨ ଦିନ ସମ୍ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେବା ପରେ ତାଙ୍କୁ ସମ୍ ଅଲ୍ଟିମେଟ୍ ମେଡିକେୟାରକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ମଧ୍ୟ ପଲ୍ମୁନାରୀ ବିଭାଗର ସିନିୟର କନସଲଟାଣ୍ଟ ଓ କ୍ରିଟିକାଲ୍ କେୟାର ୟୁନିଟ୍ ର ଡାକ୍ତର, ନର୍ସ ଓ ଅନ୍ୟ ସ୍ୱାସ୍ଥ୍ୟକର୍ମୀଙ୍କ ତତ୍ୱାବଧାନରେ ତାଙ୍କର ଚିକିତ୍ସା କରାଯାଇଥିଲା । ଉତ୍ତମ ଚିକିତ୍ସା, ସେବା ଓ ଯତ୍ନ ଫଳରେ ସେ ସୋମବାର ସମ୍ ଅଲ୍ଟିମେଟ୍ରୁ ଡିସ୍ଚାର୍ଜ ହୋଇ ନିଜ ଘର ବିହାରର ପାଟନାକୁ ଫେରିଯାଇଛନ୍ତି ।

ସେହିପରି ଗତ ଏପ୍ରିଲ୍ ୨୭ ତାରିଖରେ ପ୍ରିୟମ୍ବଦା ଦାସ (୫୯) ନାମକ ଜଣେ ମହିଳା କୋଭିଡ ସଂକ୍ରମିତ ହେବା ପରେ ପ୍ରଥମେ ସମ୍ କୋଭିଡ୍ ହସ୍ପିଟାଲ୍ ଏବଂ ପରବର୍ତୀ ସମୟରେ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଭର୍ତି ହୋଇଥିଲେ । ସେ ମଧ୍ୟ ଗତ ମେ ୫ ତାରିଖରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ପ୍ରିୟମ୍ବଦା ସଂକ୍ରମିତ ହେବା ପରେ ମେଲ୍ବୋର୍ଣ୍ଣରେ ଥିବା ତାଙ୍କ ପୁଅ ସମ୍ଭବ ଦାସ ମା’ଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ବ୍ୟସ୍ତ ହୋଇପଡ଼ିଥିଲେ । ସୁଦୂର ଅଷ୍ଟ୍ରେଲିଆରେ ଥିବା ପୁଅ ମା ପାଖକୁ ଆସି ପାରୁନଥିବାରୁ ଦୁଃଖରେ ଥିବା ବେଳେ ମା ସୁସ୍ଥ ହୋଇ ଘରକୁ ଫେରିବା ପରେ ଦୁଇଟି ହସ୍ପିଟାଲ୍ର ସମସ୍ତ ସ୍ୱାସ୍ଥ୍ୟସେବା କର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Previous Post

ଏୟାରଲିଫ୍ଟ ହେଲେ ଏଡିଜି ଦେବାଶିଷ ପାଣିଗ୍ରାହୀ

Next Post

ତୃତୀୟ ଲହର ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି

Next Post
ତୃତୀୟ ଲହର ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି

ତୃତୀୟ ଲହର ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA