Sunday, June 28, 2026 11:15 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବର୍ଷ ବର୍ଷର ଜମିଜମା ସମସ୍ୟାର ସମାଧାନ

by Our Correspondent
18 Oct, 2023- 06:37 PM
in Latest News, News
1 min read
0
ବର୍ଷ ବର୍ଷର ଜମିଜମା ସମସ୍ୟାର ସମାଧାନ

ଭୁବନେଶ୍ୱର: ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ରାଜ୍ୟ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା । ଆଜି ସିକିମ ରୟତ ମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ ମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ ଲୋକମାନେ ୫-ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଲୋକଙ୍କ ବହୁ ବର୍ଷର ଜମି ସମସ୍ୟାର ସମାଧାନ ପାଇଁ ବାଟ ଫିଟିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏ ସଂପର୍କରେ ସେପ୍ଟେମ୍ବର ମାସର ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ତିନି ଥର ବୈଠକ ଅନୁଷ୍ଠିତ ହୋଇଥିଲା । ସେହି ସମୀକ୍ଷା ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ଅଗ୍ରଗତି ସଂପର୍କରେ ଆଜି ଆଉ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ବହୁ ଐତିହାସିକ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଆଇନ ସଚିବ ମାନସ ରଂଜନ ବାରିକ, ଗଞ୍ଜାମ, ସମ୍ବଲପୁର, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ଜମି ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି ।

ହୀରାକୁଦ ପ୍ରକଳ୍ପ ଯୋଗୁ ବାସଚ୍ୟୁତ ହୋଇଥିବା ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲ ଅନ୍ତର୍ଗତ କୁର୍ଲା, ଥୁଣ୍ଟିକତରବଗା, ଯୋଗୀପାଲ୍ଲୀ, ସପନେ ଗ୍ରାମରେ ହାଇଟେକ୍‌ ସର୍ଭେ ମାଧ୍ୟମରେ ପୁରୁଣା ଜମିଜମା ସମସ୍ୟାର ସମାଧାନ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ସର୍ଭେ କାର୍ଯ୍ୟକୁ ଯେତେଶୀଘ୍ର ସମ୍ଭବ ସଂପୂର୍ଣ୍ଣ କରି ଜମି ସମସ୍ୟାର ସମାଧାନ କରିବାକୁ ପରାମର୍ଶ ଦିଆଯାଇଛି ।

ସେହିପରି ସିକିମ ରୟତ ମାନଙ୍କର ଜମି ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ନୀତିଗତ ନିଷ୍ପତ୍ତି ନିଆଯାଇଛି । ଏହାଦ୍ୱାରା କଟକ, ପୁରୀ ଓ ବାଲେଶ୍ୱର
ଜିଲ୍ଲାର ପ୍ରାୟ ୨ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ ପୂର୍ବରୁ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା ।

ଝାରସୁଗୁଡା ଜିଲ୍ଲାରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ହୋଇଥିଲା । ପ୍ରଥମ ପର୍ଯ୍ୟାୟ ପଟ୍ଟା ଲିମେଇତିକ୍ରା ଗ୍ରାମରୁ ବଣ୍ଟନ କରାଯିବ। ଗଞ୍ଜାମ ଜିଲ୍ଲା ସୋରଡାର ୨୨ଟି ଗାଁରେ ବହୁ ପୁରାତନ ଜମି ସମସ୍ୟାର ସମାଧାନ କରାଯାଇ ଉଭୟ ଘରବାଡି ଓ ଚାଷଜମି ପଟ୍ଟା ବଣ୍ଟନ କରାଯିବା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି । ସେହିପରି ଜଟଣୀ ଖାସମାହାଲ ଜମି ସମସ୍ୟାର ସମାଧାନ କରାଯାଇ ଖୁବଶୀଘ୍ର ପ୍ରଥମ ପର୍ଯ୍ୟାୟ ପଟ୍ଟା ବଣ୍ଟନ କରାଯିବ।

ସେହିପରି ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ନିଷ୍ପତ୍ତି ହୋଇଥିଲା । ଲିଜ୍‌କୁ ନିୟମିତ କରିବାପାଇଁ ନିୟମାବଳୀ ଅନୁମୋଦନ ପରେ OGLS ନିୟମରେ ଆବଶ୍ୟକ ପରିବର୍ତ୍ତନ ପାଇଁ ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇଛି ।

Previous Post

ବିବାଦରେ ମନ୍ତ୍ରୀ ସାରଦା ନାୟକ

Next Post

CM Inaugurates OPTCL TECH Tower

Next Post
CM Inaugurates OPTCL TECH Tower

CM Inaugurates OPTCL TECH Tower

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA