Monday, May 12, 2025 11:53 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

by Our Correspondent
01 May, 2025- 11:42 PM
in Latest News, News
1 min read
0
୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ

ଭୁବନେଶ୍ୱର: ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି।

ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ଏଥିସହିତ ରାଜ୍ୟର ୧୫ ଟି ଜିଲ୍ଲାରେ ହେଲିପୋର୍ଟ ନିର୍ମାଣ ଏବଂ ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ର (BPAC)ର ବିକାଶ ସମ୍ବନ୍ଧରେ ଏହି ବୈଠକରେ ଆଲୋଚନା ହୋଇଥିଲା। ନୋଡାଲ ଏଜେନ୍ସି ଭାବରେ ଏହି ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦର, ହେଲିପ୍ୟାଡ୍ ଏବଂ ଡ୍ରୋନ୍ ହବ୍ ସମେତ ରାଜ୍ୟରେ ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ସମ୍ବନ୍ଧରେ ଆଲୋଚନା କରିଥିଲେ। ଏଥିସହିତ ରାଜ୍ୟରେ ବର୍ତ୍ତମାନ ଚାଲୁଥିବା ବିମାନବନ୍ଦର ଗୁଡିକର କାର୍ଯ୍ୟ ଦକ୍ଷତାକୁ ଆହୁରି ବିକାଶ କରିବା ଏବଂ ଏହାର ଆଧୁନିକୀକରଣ କରିବା ବିଷୟରେ ସେ ଗୁରୁତ୍ୱାରୋପ କରିଥିଲେ।

ରାଷ୍ଟ୍ରାୟତ୍ତ ବିମାନବନ୍ଦରଗୁଡ଼ିକର ଉନ୍ନତିକରଣ, ବିମାନ ସଂଯୋଗ ବୃଦ୍ଧି, ବିମାନ ଚଳାଚଳ ୟୁନିଟ୍‌ର ଦକ୍ଷତା ବୃଦ୍ଧି ସହିତ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ରାଜ୍ୟର ବୃଦ୍ଧି ପାଉଥିବା ବିମାନ ଚଳାଚଳ କ୍ଷେତ୍ରକୁ ସୁଦୃଢ କରିବା ପାଇଁ ଆଧୁନିକ ଭିତ୍ତିଭୂମି ଏବଂ ଉନ୍ନତ ମାନବ ସମ୍ବଳର ପ୍ରସ୍ତାବ ସହିତ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ପୁନର୍ଗଠନ ବିଷୟରେ ଏହି ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ସମେତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ଇପିକଲ୍‌ର ଏମ୍‌.ଡି ଭୂପିନ୍ଦର ସିଂ ପୁନିଆ, ଡାଇରେକ୍‌ଟର, ସିଭିଲ ଆଭିଏସନ୍ ଶ୍ରୀମତୀ ଦେବଦତ୍ତା ସୁରଞ୍ଜିତା ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ

Next Post

କିଟ୍ ବିରୋଧରେ ପୁଣି ମାତିଲା ଓଟିଭି!

Next Post
କିଟ୍ ବିରୋଧରେ ପୁଣି ମାତିଲା ଓଟିଭି!

କିଟ୍ ବିରୋଧରେ ପୁଣି ମାତିଲା ଓଟିଭି!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19040 shares
    Share 7616 Tweet 4760
  • ନବୀନ..ନବୀନ, ମୋହନ..ମୋହନ

    16580 shares
    Share 6632 Tweet 4145
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5766 shares
    Share 2306 Tweet 1442
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5460 shares
    Share 2184 Tweet 1365

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA