Saturday, April 25, 2026 10:29 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ନିରଞ୍ଜନଙ୍କ ଜୀବନ ରଖିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

ଓଡିଶା ମୋ ପରିବାର ର ସହାୟତା

by Our Correspondent
04 Jan, 2023- 08:43 PM
in News
1 min read
0
ନିରଞ୍ଜନଙ୍କ ଜୀବନ ରଖିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

ଭୁବନେଶ୍ୱର: ଅର୍ଥ ଅଭାବରୁ ନିଜର ଚିକିତ୍ସା ପାଇଁ ହସ୍ପିଟାଲକୁ ଯିବାକୁ ଭୟ କରୁଥିଲେ ନିରଞ୍ଜନ । ସହାୟତାର ହାତ ବଢାଇଲା ଓଡ଼ିଶା-ମୋ ପରିବାର, ଅସ୍ତ୍ରୋପଚାର ସଫଳ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଲେ ସେ ।

ସୂଚନାନୁସାରେ, କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀ, ଡ଼େରାବିଶ ବ୍ଲକର ୫୩ବର୍ଷିୟ ନିରଞ୍ଜନ ସାହୁ ଦିନ ମଜୁରିଆ ଭାବେ କାମ କରି ପରିବାର ପୋଷଣ କରନ୍ତି । ପରିବାର କହିଲେ, ତାଙ୍କ ପତ୍ନୀ ଏବଂ ଗୋଟେ ଝିଅ । କିଛି ମାସ ପୂର୍ବରୁ ହଠାତ୍ ତାଙ୍କ ପେଟରେ ଯନ୍ତ୍ରଣା ହେବାରୁ ସେ ଚିକିତ୍ସା ନିମନ୍ତେ ଏକ ଘରୋଇ ହସ୍ପିଟାଲକୁ ଯାଇଥିଲେ । ସେଠାରେ କିଛି ସ୍ୱାସ୍ଥ୍ୟ ପରୀକ୍ଷା କରିବାରେ ତାଙ୍କର ଅନେକ ପଇସା ଖର୍ଚ୍ଚ ହୋଇଯାଇଥିଲା । ନିରଞ୍ଜନ ପରିବାରରେ ଏକମାତ୍ର ରୋଜଗାରକ୍ଷମ ସଦସ୍ୟ ହୋଇଥିବାରୁ ତାଙ୍କ ପରବର୍ତ୍ତୀ ଚିକିତ୍ସା ଖର୍ଚ୍ଚ ବହନ କରିବା ପାଇଁ ପରିବାରସଦସ୍ୟ ଅସମର୍ଥ ଥିଲେ ଏବଂ ଅସହାୟ ହୋଇ ଓଡ଼ିଶା-ମୋ ପରିବାରକୁ ଯୋଗାଯୋଗ କରିଥିଲେ ।

ଘଟଣା ସମ୍ପର୍କରେ ଖବର ପାଇବା ପରେ ଓଡ଼ିଶା ମୋ ପରିବାର ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇଥିଲା । ସମ୍ ହସ୍ପିଟାଲରେ ଥିବା ଓଡ଼ିଶା ମୋ ପରିବାର ହେଲ୍ପଡ଼େସ୍କ ସହଯୋଗୀ ରଶ୍ମି ରଞ୍ଜନ ପ୍ରଧାନ ତାଙ୍କୁ ସମ୍ ହସ୍ପିଟାଲକୁ ଆସିବାରେ ସାହାଯ୍ୟ କରିଥିଲେ ଏବଂ ହସ୍ପିଟାଲରେ ଆବଶ୍ୟକୀୟ ଚିକିତ୍ସା ସହାୟତା ଯୋଗାଇ ଦେଇଥିଲେ । ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ଜଣା ପଡ଼ିଥିଲା ଯେ,ତାଙ୍କ ଖାଦ୍ୟନଳୀରେ ଏକ ମାଂସ ବଢିଥିଲା ଏବଂ ଡାକ୍ତର ତାଙ୍କୁ ଅସ୍ତ୍ରୋପଚାର କରିବା ପାଇଁ ପରାମର୍ଶ ଦେଇଥିଲେ । ଅସ୍ତ୍ରୋପଚାର ସମୟରେ ତାଙ୍କ ହିମୋଗ୍ଲୋବିନ୍ ସ୍ତର ହ୍ରାସ ପାଇବାରୁ ଜରୁରୀ ରକ୍ତର ଆବଶ୍ୟକତା ଥିଲା । ଓଡ଼ିଶା-ମୋ ପରିବାର ପକ୍ଷରୁ ତାଙ୍କୁ ୩ୟୁନିଟ୍ ରକ୍ତ ମଧ୍ୟ ଯୋଗାଇ ଦିଆଯାଇଥିଲା । ତାଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ବହନ କରାଇବା ପାଇଁ ଓଡ଼ିଶା ମୋ ପରିବାର ହେଲ୍ପଡ଼େସ୍କ ସହଯୋଗୀ ସଂଯୋଜନା କରିଥିଲେ । ଶେଷରେ ଅସ୍ତ୍ରୋପଚାର ସଫଳ ହୋଇଥିଲା ।

ଆଜି ତାଙ୍କୁ ହସ୍ପିଟାଲରୁ ଡିସ୍ଚାର୍ଜ କରିବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ । ପରିବାରବର୍ଗ ଆର୍ଥିକ ଚାପରେ ଥିବାରୁ ଘରକୁ ଫେରିବା ପାଇଁ ଅସମର୍ଥ ଥିଲେ । ଏ ସମ୍ପର୍କରେ ସ୍ଥାନୀୟ ବିଧାୟିକା ଶ୍ରୀମତି ସାବିତ୍ରୀ ଅଗ୍ରୱାଲା ଖବର ପାଇବା ପରେ ସେ ନିରଞ୍ଜନ ଏବଂ ତାଙ୍କ ପରିବାର ସଦସ୍ୟ ଘରକୁ ଫେରିବା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେଇଥିଲେ । ଏ ସମସ୍ତ ପ୍ରକ୍ରିୟାକୁ ଉଭୟ ଓଡ଼ିଶା-ମୋ ପରିବାର ହେଲ୍ପଡ଼େସ୍କ ସହଯୋଗୀ, ରଶ୍ମି ରଞ୍ଜନ ପ୍ରଧାନ ଓ ଆଲୋକ ସାହୁ ସଂଯୋଜନା କରିଥିଲେ ।

ସେ ହସ୍ପିଟାଲରୁ ଡିସ୍ଚାର୍ଜ ହେବା ସମୟରେ ବିଧାୟିକାଙ୍କ ପ୍ରତିନିଧି ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଞ୍ଜୟ ଅଗ୍ରୱାଲାଙ୍କ ସମେତ ବିଜୁ ଯୁବ ଜନତା ଦଳର ରାଜ୍ୟ ଯୁଗ୍ମ ସମ୍ପାଦକ ଶ୍ରୀ ଦୀପକ ମହାପାତ୍ର ଏବଂ ଓଡ଼ିଶା-ମୋ ପରିବାର ଯୁଗ୍ମ ସମ୍ପାଦକ ରୁଦ୍ର ନାରାୟଣ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

‘ଗାନ୍ଧୀଙ୍କୁ ମହାତ୍ମା କରିଥିଲା ଓଡିଶା’

Next Post

ଓଡ଼ିଶାରେ ୫-ଜି ଟେଲିକମ୍ ସେବା ଆରମ୍ଭ

Next Post
ଓଡ଼ିଶାରେ ୫-ଜି ଟେଲିକମ୍ ସେବା ଆରମ୍ଭ

ଓଡ଼ିଶାରେ ୫-ଜି ଟେଲିକମ୍ ସେବା ଆରମ୍ଭ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA