Saturday, March 14, 2026 05:53 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସମ୍ଭାବ୍ୟ ବାତ୍ୟା ପାଇଁ ଆଗୁଆ ପ୍ରସ୍ତୁତି

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

by Our Correspondent
02 May, 2023- 03:15 PM
in Latest News, News
1 min read
0
ସମ୍ଭାବ୍ୟ ବାତ୍ୟା ପାଇଁ ଆଗୁଆ ପ୍ରସ୍ତୁତି

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ଓ ପରବର୍ତ୍ତୀ ସମୟରେ ଏହା ବାତ୍ୟା ସମ୍ଭାବନା ସୃଷ୍ଟି କରିଛି । ପାଣିପାଗ ବିଭାଗ ପକ୍ଷରୁ ଯଦିଓ ଏହାର ଆକଳନ ଆସିନାହିଁ ତେବେ ଗ୍ରୀଷ୍ଣ ଋତୁ ବାତ୍ୟାର ଗତି ଅତି ଜଟିଳ ଏବଂ ଆକଳନ ବାହାରେ ବୋଲି କୁହାଯାଉଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିବା ସହ ପ୍ରଶାସନ ଆଗୁଆ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ, ଗ୍ରୀଷ୍ଣ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ । ୨୦୧୯ରେ ଫନି ବାତ୍ୟା ମଧ୍ୟ ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା । ଆମ ପାଇଁ ସବୁ ଜୀବନ ମୂଲ୍ୟବାନ । ତେଣୁ ଏଥିରେ କୌଣସି ବିଳମ୍ବ ନକରି ଆମକୁ ଆଗୁଆ ପ୍ରସ୍ତୁତ ରହିବାକୁ ପଡ଼ିବ ।

ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ ଏନଡିଆରଏଫ, ଓଡ୍ରାଫ୍ ଓ ଅଗ୍ନିଶମ ସେବା ଆଦି ଆଗୁଆ ରହିବାକୁ ସେ ପରାମର୍ଶ ଦେବା ସହିତ ଆବଶ୍ୟକ ସହିତ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ । ସବୁ ଅତ୍ୟାବଶ୍ୟକ ମେସିନ୍‌ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ସେ କହିଥିଲେ। ବାତ୍ୟା ପରେ ମଧ୍ୟ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ବାତ୍ୟା ସଂପର୍କରେ ନିୟମିତ ସମୀକ୍ଷା କରିବା ସହିତ ସ୍ୱତନ୍ତ୍ର ରିଲିଫ କମିଶନର ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖି ସମସ୍ତ ବିଭାଗ ସହିତ ସମନ୍ୱୟ ରଖି କାମ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଥିଲେ ଯେ ସବୁ ବାତ୍ୟା ମଧ୍ୟରେ ଗ୍ରୀଷ୍ମ ଋତୁର ବାତ୍ୟାର ପ୍ରଭାବ ବହୁତ ବେଶି ହୋଇଥାଏ। ଗତ କିଛି ବର୍ଷ ଧରି ଆମେ ରାଜ୍ୟରେ ଜିରୋ କାଜୁଆଲ୍‌ଟି ନୀତି ଅବଲମ୍ବନ କରି ସଫଳତା ପାଇଛୁ । ଏ କ୍ଷେତ୍ରରେ ମଧ୍ୟ ଆମର ନିୟମିତ ସମୀକ୍ଷା ଜାରି ରହିଛି ଏବଂ ସବୁ ସଂପୃକ୍ତ ବିଭାଗ ମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ ମାନଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛ। ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ଅଛି ଏବଂ ଅନ୍ୟାନ୍ୟ ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି।

ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ କହିଲେ ଯେ ୧୮ଟି ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ୍‌ ପ୍ରସ୍ତୁତ କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ କାର୍ଯ୍ୟକ୍ଷମ କରାଯାଉଛି। ୧୭ଟି ଏନଡିଆରଏଫ ଓ ୨୦ଟି ଓଡ୍ରାଫ୍ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି।

ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ, ଉନ୍ନୟନ କମିଶନର (ଜଳସଂପଦ) ଶ୍ରୀମତୀ ଅନୁ ଗର୍ଗ, ଗ୍ରାମ୍ୟ ଉନ୍ନୟନ ଓ ଶକ୍ତି ବିଭାଗ ସଂଜୟ ସିଂ, କୃଷି ବିଭାଗ ସଚିବ  ଅରବିନ୍ଦ ପାଢୀ ପ୍ରମୁଖ ନିଜ ନିଜ ବିଭାଗର ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

Previous Post

CSM Tech inks multi-million deal for Gabon timber traceability solution

Next Post

ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନିଶାକର ଦାସଙ୍କ ଦେହାନ୍ତ

Next Post
ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନିଶାକର ଦାସଙ୍କ ଦେହାନ୍ତ

ଶତାୟୁ ସ୍ୱାଧୀନତା ସଂଗ୍ରାମୀ ନିଶାକର ଦାସଙ୍କ ଦେହାନ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA