Friday, June 26, 2026 08:46 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୫୦ ବର୍ଷର ଜମିଜମା ସମସ୍ୟାର ସମାଧାନ

୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କ ସମୀକ୍ଷା

by Our Correspondent
02 Dec, 2023- 08:53 PM
in Latest News, News
1 min read
0
୫୦ ବର୍ଷର ଜମିଜମା ସମସ୍ୟାର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନର ଜମିଜମା ସମସ୍ୟାର ସମାଧନ ସଂପର୍କରେ ଏକ ବିସ୍ତୃତ ସମୀକ୍ଷା କରି ଏହାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ପାଣ୍ଡିଆନ ପୂର୍ବରୁ ଜିଲ୍ଲାଗସ୍ତ ସମୟରେ ବିସ୍ଥାପିତ ମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରିଥିଲେ ଏବଂ ଏ ସଂପର୍କରେ ବିଭିନ୍ନ ବୈଠକରେ ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ।

ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କ ୫୦ ବର୍ଷରୁ ଅଧିକ ସମୟର ସମସ୍ୟାର ତୁରନ୍ତ ସମାଧାନ ପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ – ଏହିପରି ୧୯ଟି ଗାଁର ଜମିଜମା ସମସ୍ୟାର ସମାଧାନ କରାଯାଇଛି ବୋଲି ଆଜିର ବୈଠକରୁ ଜଣାଯାଇଛି । ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ୭ଟି ଗାଁର ବିସ୍ଥାପିତ ମାନଙ୍କୁ ପଟ୍ଟା ବଣ୍ଟନ କରିବେ। ଏହି ଗାଁ ଗୁଡିକ ହେଲା – ଲେମେଇତିକ୍ରା, ପାତ୍ରପଲ୍ଲୀ, ଛାଡରମା, ଦୁଆଁମୁଣ୍ଡା, ଲାଛିପାଲ୍ଲୀ, ସାହସବାଗ ଓ ବିନକା । ଏହି ୭ଟି ଗ୍ରାମରେ ପ୍ରାୟ ୯୦୦ଟି ପରିବାର ପଟ୍ଟା ପାଇବେ।

ସେହିପରି ସୋରଡାର ୨୨ଟି ଗାଁରେ ବହୁ ପୁରାତନ ଜମି ସମସ୍ୟାର ସମାଧାନ କରାଯାଇ, ଉଭୟ ଘରବାଡି ଓ ଚାଷଜମି ପଟ୍ଟା ମଧ୍ୟ ମୁଖ୍ୟମନ୍ତ୍ରୀ ଡିସେମ୍ବର ୧୪ ତାରିଖ ଦିନ ବଣ୍ଟନ କରିବେ ।

ଜଟଣୀ ଖାସମାହାଲ ଜମି ସମସ୍ୟାର ମଧ୍ୟ ସମାଧାନ କରାଯାଇଛି। ଜାନୁଆରୀ ମାସରେ ଏହାର ପ୍ରଥମ ପର୍ଯ୍ୟାୟ ପଟ୍ଟା ବଣ୍ଟନ କରାଯିବ।

ପୁରୀ ଜିଲ୍ଲାରେ ଖାସମାହାଲ ଜମି ସମସ୍ୟାର ସମାଧାନ ରାଜସ୍ୱ ବିଭାଗ ଦ୍ବାରା ପ୍ରଦତ୍ତ ନିର୍ଦ୍ଦେଶାବଳୀ ଅନୁଯାୟୀ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନାଯୋଗ୍ୟ ଯେ ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କୁ ଲିଜ୍‌ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ହୋଇଥିବା ଲିଜ୍‌କୁ ନିୟମିତ କରାଯିବ। ଏଥିପାଇଁ ସରକାର ଉପଯୁକ୍ତ ପରିମାଣର ଦେୟ ଧାର୍ଯ୍ୟ କରି ଲିଜ୍‌ଧାରୀଙ୍କ ଠାରୁ ଆଦାୟ କରିବେ । ଏହି ସମସ୍ତ କାର୍ଯ୍ୟ ପାଇଁ OGLS ନିୟମରେ ଆବଶ୍ୟକ ପରିବର୍ତ୍ତନ କରାଯିବ।

ସେହିପରି ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲ ଅନ୍ତର୍ଗତ କୁର୍ଲା, ଥୁଣ୍ଟିକତରବଗା, ଯୋଗୀପାଲ୍ଲୀ ଓ ସପନେ ଆଦି ଗ୍ରାମରେ ହାଇଟେକ୍‌ ସର୍ଭେ ମାଧ୍ୟମରେ ପୁରୁଣା ଜମିଜମା ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଥିଲା । ସର୍ଭେକୁ ତ୍ୱରାନ୍ୱିତ କରିବା ପାଇଁ ଏହାର ଆଇନଗତ ସମୟସୀମାକୁ କମ୍‌ କରାଯାଇଛି । ନିଷ୍ପତ୍ତି ଅନୁଯାୟୀ ଏହି କାର୍ଯ୍ୟ ପାଇଁ ଅଧିକ ରାଜସ୍ୱ କ୍ଷେତ୍ରାଧିକାରୀ ମାନଙ୍କୁ ନିୟୋଜିତ କରାଯାଇ ୨୦୨୪ ମାର୍ଚ୍ଚ ସୁଦ୍ଧା ସର୍ଭେ ସମ୍ପୂର୍ଣ୍ଣ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଆଇନ ସଚିବ ମାନସ ରଞ୍ଜନ ବାରିକ, ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳାଇ ତଥା ପୁରୀ, ଖୋର୍ଦ୍ଧା ଓ ଭଦ୍ରକ ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ପାଣ୍ଡିଆନ୍

Next Post

ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡରେ ବିଜେପି; ତେଲେଙ୍ଗାନାରେ କଂଗ୍ରେସ

Next Post
ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡରେ ବିଜେପି; ତେଲେଙ୍ଗାନାରେ କଂଗ୍ରେସ

ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡରେ ବିଜେପି; ତେଲେଙ୍ଗାନାରେ କଂଗ୍ରେସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA