Wednesday, March 11, 2026 07:08 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଜେଡ଼ିରେ ମିଶିଲେ ଖୋର୍ଦ୍ଧା ଜିଲ୍ଲାର ଶତାଧିକ କଂଗ୍ରେସ, ବିଜେପି କର୍ମୀ

by Our Correspondent
10 Aug, 2021- 10:19 PM
in Latest News, News, Politics
1 min read
0
ବିଜେଡ଼ିରେ ମିଶିଲେ ଖୋର୍ଦ୍ଧା ଜିଲ୍ଲାର ଶତାଧିକ କଂଗ୍ରେସ, ବିଜେପି କର୍ମୀ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଅବ୍ୟବହିତ ପୂର୍ବରୁ ନେତା ଓ କର୍ମୀଙ୍କ ଦଳଡିଆଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଆଜି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ୍ ଏବଂ ଜଟଣୀ ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡ଼ିରେ ମିଶିଛନ୍ତି । ଏମାନଙ୍କ ମଧ୍ୟରେ ଅଛନ୍ତି ଅନେକ ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ।

ଆଜି ବିଜେଡି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବ ଦଳର ବହୁ କର୍ମକର୍ତ୍ତା, ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା । ବିଜେଡ଼ି ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ସମସ୍ତ କଂଗ୍ରେସ ଓ ବିଜେପି ନେତୃବୃନ୍ଦଙ୍କୁ ଦଳକୁ ସ୍ୱାଗତ କରିଥିଲେ । ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକୁ ଆଗେଇ ନେବାକୁ ତଥା ଦଳୀୟ ସଂଗଠନକୁ ମଜଭୁତ କରିବା ପାଇଁ ସାଂଗଠନିକ ସମ୍ପାଦକ ଶ୍ରୀ ଦାସ ଆହ୍ୱାନ ଦେଇଥିଲେ ।

ଖୋର୍ଦ୍ଧା ଜିଲ୍ଲା ବିଜେଡି ସଭାପତି ବିଭୂତି ବଳବନ୍ତରାୟ, ମନ୍ତ୍ରୀ ପ୍ରତାପ ଜେନା, ବିଧାୟକ ତଥା ବରିଷ୍ଠ ପର୍ଯ୍ୟବେକ୍ଷକ ଦେବୀ ପ୍ରସାଦ ମିଶ୍ର, ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ବିଧାୟିକା ଶ୍ରୀମତୀ ପ୍ରମିଳା ମଲ୍ଲିକ, ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ର, ଚିଲିକା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦେ୍ଦବ ଓ ଖୋର୍ଦ୍ଧା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଦଳେଇ ପ୍ରମୁଖ ଉପସ୍ଥିତ ରହି ସମସ୍ତଙ୍କୁ ସ୍ୱାଗତ କରିଥିଲେ ।

ମିଶ୍ରଣ ପର୍ବରେ ଟାଙ୍ଗୀ ବ୍ଲକର ଜନଜାଗରଣ ମହାମେଣ୍ଟ ସଭାପତି ତଥା ବରିଷ୍ଠ କଂଗ୍ରେସ ନେତା ଓ ନିରାକାରପୁର ପଞ୍ଚାୟତ ସମିତି ସଭ୍ୟ ବିପିନ୍ କୁମାର ଜୟସିଂହ, ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଶୁଭମ୍ ଦାସ, ରାମେଶ୍ୱର ସରପଞ୍ଚ ପ୍ରମୋଦ କୁମାର ତ୍ରିପାଠୀ, ବିଜେପିର ୯ନଂ ଜିଲ୍ଲା ପରିଷଦ ଜୋନ ସଭ୍ୟା ଶ୍ରୀମତୀ ମମତା ଜେନା, ଡିଆ ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ମମତା ବେହେରା, ରାମେଶ୍ୱର ପଞ୍ଚାୟତ ସମିତି ସଭ୍ୟା ପ୍ରଭାସିନୀ ସ୍ୱାଇଁ, ଉଜ୍ଜଳା ଗୋପୀନାଥପୁର ଗ୍ରାମପଞ୍ଚାୟତ ସରପଞ୍ଚ ମାନକୁସି ସରକାର, ଉଜ୍ଜଳା ଗୋପୀନାଥପୁର ପଞ୍ଚାୟତ ସମିତି ସଭ୍ୟା ସୁପି୍ରୟା ମାଦଳ, ସୁନ୍ଦରପୁର ଗ୍ରାମ ପଞ୍ଚାୟତ ସଭ୍ୟ ଯୁଧୀଷ୍ଠିର ସାହୁ, ଭୁଷଣ୍ଡପୁର ଗ୍ରାମ ପଞ୍ଚାୟତ ସଭ୍ୟ ରାଜକିଶୋର ନାୟକ, ପୂର୍ବତନ ସରପଞ୍ଚ ପ୍ରଭାକର ରାଉତରାୟ, ପୂର୍ବତନ ପଞ୍ଚାୟତ ସମିତି ସଭ୍ୟ ବିନୋଦ ବିଶ୍ୱାଳ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ରଘୁନାଥ ମାଝୀ, ରୀନା ସାମଲ, ପାରୀଓରଡ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ପ୍ରଧାନ, ସରପାରି ପଞ୍ଚାୟତ ସମିତି ସଭ୍ୟ ପ୍ରଶାନ୍ତ ଦାସ, କାଶୀପୁର କୋ-ଅପରେଟିଭ୍ ସୋସାଇଟି ସଭାପତି ଲକ୍ଷ୍ମଣ ନାୟକ, ରାମେଶ୍ୱର କୋ-ଅପରେଟିଭ୍ ସୋସାଇଟି ସଭାପତି ସୁଧାଂଶୁ ଶେଖର ତ୍ରିପାଠୀ, ବସନ୍ତ କୁମାର ରାଉତରାୟ, ପ୍ରଭାସ ଚନ୍ଦ୍ର ମଣ୍ଡଳ, ରାମେଶ୍ୱର ୱାର୍ଡ ସଭ୍ୟ ଜବର ଖାନ, ରାମେଶ୍ୱର ନାଏବ ସରପଞ୍ଚ ଗୀତାଞ୍ଜଳି ଛୋଟରାୟ, ବିଜେପି ୯ନଂ ଜୋନ୍ର ମଣ୍ଡଳ ସମ୍ପାଦକ ବିଜୟ ରାଉତରାୟ, ସସ୍ମିତା ବେହେରା, ସରପାରି ଗ୍ରାମ ପଞ୍ଚାୟତର ସରପଞ୍ଚ ଧନେଶ୍ୱର ବେହେରା ଓ ପ୍ରଫୁଲ୍ଲ ସାହୁଙ୍କ ସମେତ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଥିଲେ ।

ସେହିପରି ଜଟଣୀ ନିର୍ବାଚନ ମଣ୍ଡଳୀର ପ୍ରଦେଶ ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ତଥା ପୂର୍ବତନ ସମିତି ସଭ୍ୟ ସରୋଜ କୁମାର ନାୟକ, ଛତାବର ଗ୍ରାମ ପଞ୍ଚାୟତ ସମିତି ସଭ୍ୟା ମୋହିନି ନାୟକ, କଂଗ୍ରେସର ପୂର୍ବତନ ସମିତି ସଭ୍ୟ ଦିଲ୍ଲୀପ ବେହେରା, କଂଗ୍ରେସ ୱାର୍ଡ଼ ସଭ୍ୟ ଭାଗିରଥୀ ବେହେରା, ଅପର୍ତ୍ତୀ ସାହୁ, କଂଗ୍ରେସ ଦଳିତ ମହାସଂଘ ସଭାପତି ରଘୁନାଥ ନାୟକ, ପୂର୍ବତନ ୱାର୍ଡ଼ ସଭ୍ୟ ପିଙ୍କୁ ବେହେରା, କଂଗ୍ରେସର ପୂର୍ବତନ ୱାର୍ଡ଼ ସଭ୍ୟ ଭଗବାନ ନାୟକ, ପୁଷ୍ପଲତା ଜେନା, ଗୋବର୍ଦ୍ଧନ ମୁଦୁଲି, ଜ୍ୟୋତ୍ସ୍ନାରାଣୀ ସାହୁ, କଂଗ୍ରେସ ଯୁବ ନେତା ପବିତ୍ର ଲେଙ୍କା, ମଦନପୁର ସମିତି ସଭ୍ୟା ଗୌରୀ ଦେହୁରୀ, କଂଗ୍ରେସ ୱାର୍ଡ଼ ସଭ୍ୟ ରାଧୁ ନାୟକ ଓ କେଦାର ଲେଙ୍କାଙ୍କ ସମେତ ଶତାଧିକ କର୍ମୀ କଂଗ୍ରେସ ଓ ବିଜେପି ଦଳରୁ ଇସ୍ତଫା ଦେଇ ଆଜି ବିଜେଡ଼ିରେ ଯୋଗ ଦେଇଥିଲେ ।

ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ରାଜ୍ୟ ସମ୍ପାଦକ ଅମରେଶ ଜେନା ଓ ଖୋର୍ଦ୍ଧା ନଗର ବିଜେଡି ସଭାପତି ମହମ୍ମଦ ଆରିଫଙ୍କ ସମେତ ବହୁ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Previous Post

ରାଜ୍ୟରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ୍

Next Post

ବୀରେନ୍ଦ୍ର, ଅମିତ୍ ଙ୍କୁ ଅଢ଼େଇ କୋଟି ସାଙ୍ଗକୁ ଡିଏସପି ଚାକିରି

Next Post
ବୀରେନ୍ଦ୍ର, ଅମିତ୍ ଙ୍କୁ ଅଢ଼େଇ କୋଟି ସାଙ୍ଗକୁ ଡିଏସପି ଚାକିରି

ବୀରେନ୍ଦ୍ର, ଅମିତ୍ ଙ୍କୁ ଅଢ଼େଇ କୋଟି ସାଙ୍ଗକୁ ଡିଏସପି ଚାକିରି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA