ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ରାଜ୍ୟ ସରକାର ଆଜି ଏକ ଛୋଟ ଅଦଳବଦଳ କରିଛନ୍ତି । ଯାମିନୀ ଷଡ଼ଙ୍ଗୀଙ୍କୁ ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିଦେ୍ର୍ଦଶକ ଭାବେ ବଦଳି କରାଯାଇଛି । ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ନୃସିଂହ ଚନ୍ଦ୍ର ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଏବଂ ବେଦଭୂଷଣଙ୍କୁ ସମ୍ବଲପୁର ପୌର ନିଗମର କମିସନର ଭାବେ ଅବସ୍ଥାପିତ ହୋଇଛନ୍ତି ।