Thursday, April 16, 2026 01:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସମ୍ଭାବ୍ୟ ବାତ୍ୟା: ୨୨ ପରେ ଚିତ୍ର ସ୍ପଷ୍ଟ ହେବ

by Our Correspondent
18 Oct, 2022- 07:02 PM
in Latest News, News
1 min read
0
ସମ୍ଭାବ୍ୟ ବାତ୍ୟା: ୨୨ ପରେ ଚିତ୍ର ସ୍ପଷ୍ଟ ହେବ

ଭୁବନେଶ୍ୱର: ଓଡ଼ିଶାକୁ ଆଉ ଏକ ବାତ୍ୟା ବିପଦର ସମ୍ଭାବନା ସୃଷ୍ଟି ହୋଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରେ ଏବେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ୨୨ ତାରିଖ ବେଳକୁ ଲଘୁଚାପଟି ଅବପାତରେ ପରିଣତ ହୋଇପାରେ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ଅଫିସ ପୂର୍ବାନୁମାନ କରିଛି । ବାତ୍ୟା କେବେ ଓ କେଉଁଠି ସ୍ଥଳଭାଗ ଛୁଇଁବ ୨୨ ପରେ ଚିତ୍ର ସ୍ପଷ୍ଟ ହେବ ।

ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ୨୨ ତାରିଖ ପରେ ଅବପାତଟି ବାତ୍ୟା ରୂପ ନେଇପାରେ । ବାତ୍ୟାଟି କେଉଁ ରାଜ୍ୟ ଦେଇ ଯିବ ବା ନ ଯିବ ତାହାର ଆକଳନ ହୋଇନି । ଲଘୁଚାପରେ ପରିଣତ ହେଲା ପରେ ଅଧିକ ସ୍ପଷ୍ଟତା ଆସିବ । ୨୨ ତାରିଖରେ ବାତ୍ୟା ରୂପ ନେଲା ବେଳକୁ ଏହା ସମୁଦ୍ରରେ ଥିବ । ଏହା କେଉଁ ଦିଗରେ ଯିବ, ତୀବ୍ରତା କେତେ ହେବ ତାହା ପୂର୍ବାନୁମାନ ହୋଇନି । ଲଘୁଚାପ ବା ଅବପାତ ହେଲା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାସଙ୍କ ସୂଚନା ଅନୁଯାୟୀ, ସୃଷ୍ଟ ଘୂର୍ଣ୍ଣିବଳୟ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହୁଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ।୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିଲା ବେଳକୁ ଏହା ଅବପାତ ବା ଡିପ୍ରେସନ୍ ର ରୂପ ନେବାର ସମ୍ଭାବନା ରହୁଛି । ପରବର୍ତ୍ତୀ ସମୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବା ସମ୍ଭାବନା ରହୁଛି ।

ତେବେ ୨୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷାର ବିଶେଷ ପ୍ରଭାବ ନାହିଁ । ତେବେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ଲାଗି ରହିବ । ୨୨ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ଗଭୀର ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

ଏଣେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସତର୍କ ହୋଇଯାଇଛନ୍ତି । ସ୍ୱତନ୍ତ୍ର ରିଲିଫ କମିସନର ଏକ ଜରୁରୀ ବୈଠକ ଡାକି ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ଏବଂ ସମସ୍ତେ ହେଡକ୍ୱାର୍ଟରରେ ରହିବାକୁ ନିଦେ୍ର୍ଦଶ ଜାରି ହୋଇଛି ।

Previous Post

ଚର୍ଚ୍ଚାରେ ରାଜୁ ଦାସଙ୍କ ଷ୍ଟାର୍ କ୍ୟାମ୍ପନର୍ ତାଲିକା

Next Post

କଂଗ୍ରେସ ପଦବୀ ଛାଡ଼ିଲେ ସତ୍ୟ ନାୟକ

Next Post
କଂଗ୍ରେସ ପଦବୀ ଛାଡ଼ିଲେ ସତ୍ୟ ନାୟକ

କଂଗ୍ରେସ ପଦବୀ ଛାଡ଼ିଲେ ସତ୍ୟ ନାୟକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA